ଭୁବନେଶ୍ୱରରୁ ଉତ୍ତର ପ୍ରଦେଶ ଯାଉଥିବା ୧୫ ଶ୍ରମିକ ଅଟକ

କେନ୍ଦୁଝର,୫।୫(ସ୍ବ.ପ୍ର.)-ଭୁବନେଶ୍ୱରରୁ ଚାଲି ଚାଲି ଉତ୍ତରପ୍ରଦେଶ ଅଭିମୁଖେ ଯାଉଥିବା ୧୫ ଜଣ ଶ୍ରମିକଙ୍କୁ କେନ୍ଦୁଝର ସଦର ଥାନା ପୋଲିସ ରାଇସୁଆଁ ନିକଟରେ ଅଟକ ରଖିଛି। ପୋଲିସ କହିଛି, ଉକ୍ତ ଶ୍ରମିକମାନେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ରଙ୍ଗ କାମ କରିବାକୁ ଆସିଥିଲେ। ୧୫ ଦିନ କାମ କରିବା ପରେ ଲକ ଡାଉନ ଘୋଷଣା ହୋଇଯାଇଥିଲା। ପରବର୍ତ୍ତୀ ସମୟରେ ଉକ୍ତ ଶ୍ରମିକମାନଙ୍କୁ ମଜୁରି, ଖାଇବା, ରହିବା ଆଦି ନ ମିଳିବାରୁ ସେମାନେ ସେଠାରୁ ଛାଡି ପଳାଇ ଆସିଥିବା ପ୍ରକାଶ କରିଛନ୍ତି। ଅପରପକ୍ଷେ ସଦର ଥାନା ଅଧିକାରୀ ଅଟକ ଶ୍ରମିକମାନଙ୍କ ରହିବା ଓ ଘରକୁ ଯିବା ପାଇଁ ବ୍ୟବସ୍ଥା ନିମନ୍ତେ ପ୍ରଶାସନକୁ ଜଣାଇଛୁ ବୋଲି କହିଛନ୍ତି।


 


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

ରିଙ୍ଗ୍‌ ରୋଡ଼ ଘାଇରେ ଭାସିଯାଇଥିଲେ କାର୍‌ ଚାଳକ ସଦାଶିବ: ୩୦ ଘଣ୍ଟା ପରେ ମୃତଦେହ ଉଦ୍ଧାର, ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ,୩୦।୭(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍‌ ରୋଡ଼ରେ ସୃଷ୍ଟି ହୋଇଥିବା ବଡ଼ ଘାଇରେ ବନ୍ୟାର ପ୍ରବଳ ସ୍ରୋତରେ ଭାସିଯାଇଥିବା ଏର୍ଟିଗା କାର୍‌ର ନିଖୋଜ ଚାଳକ ସଦାଶିବ ମହାନ୍ତିଙ୍କ…

ପ୍ରେମିକା ପାଇଁ ମନ୍ଦିର ଉପରେ ପ୍ରେମିକ: ଆଉ ତା’ପରେ ଘଟିଲା…

କେନ୍ଦୁଝର,୩୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ୍‌ ଅନ୍ତର୍ଗତ ହରିଚନ୍ଦନପୁରରେ ବୁଧବାର ଏକ ହାଇଡ୍ରାମା ଦେଖିବାକୁ ମଳିଛି। ପ୍ରେମିକାଙ୍କୁ ପାଇବା ପାଇଁ କାଳିଆଦୁମା ଗ୍ରାମର ପ୍ରେମିକ ଏକ…

କାଦୁଅରେ ଫସି ହନ୍ତସନ୍ତ ହେଲା ଦନ୍ତା: ସାଥୀ ହାତୀ ଶୁଣ୍ଢରେ ଟାଣି କଲା ଉଦ୍ଧାର

ପାଟଣା,୨୯।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ ଅଞ୍ଚଳରେ ଏକ ଅଭାବନୀୟ ଏବଂ ମର୍ମସ୍ପର୍ଶୀ ଦୃଶ୍ୟ ଦେଖିବାକୁ ମିଳିଛି। ବୁଧବାର ଦିନ…

ବୈତରଣୀ ନଦୀରେ ପକାଇଥିଲେ ଜାଲ, ପଡ଼ିଲା ୨୨୦ କେଜି ଓଜନର ବିଶାଳ ମାଛ

ପାଟଣା,୨୯।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ କପୁଣ୍ଡି ଗ୍ରାମର ରୁଗୁଡ଼ିଭାଡ଼ି ସାହି ନିକଟ ଦେଇ ପ୍ରବାହିତ ବୈତରଣୀ ନଦୀରେ ଏକ ବଡ଼ଧରଣର…

ଜଳମଗ୍ନ ବାଂଶପାଳ BEOଙ୍କ କାର୍ଯ୍ୟାଳୟ: ଆଣ୍ଠୁଏ ପାଣିରେ ଚାଲିଛି ସରକାରୀ କାମ, ନଷ୍ଟ ହେଉଛି ପିଲାଙ୍କ ବହି

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଶିକ୍ଷା ଅଧିକାରୀଙ୍କ (BEO) କାର୍ଯ୍ୟାଳୟ ବର୍ତ୍ତମାନ ଲଗାଣ ବର୍ଷା ଯୋଗୁ ଜଳମଗ୍ନ ଅବସ୍ଥାରେ ରହିଛି। କାର୍ଯ୍ୟାଳୟ ପରିସରରେ…

ଯୁବତୀଙ୍କୁ ବିବାହ କରିବା ପରେ ତଳକୁ ଓହ୍ଲାଇବି….ପ୍ରେମ ପାଇଁ ହାଇଡ୍ରାମା, ମନ୍ଦିର ଉପରକୁ ଚଢ଼ି ଦେଲେ ଧମକ

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ହରିଚନ୍ଦନପୁରରେ ଏକ ଅଭାବନୀୟ ଦେଖିବାକୁ ମିଳିଛି । ଜଣେ ୨୧ ବର୍ଷୀୟ ଯୁବକଙ୍କ ହାଇଡ୍ରାମା ବର୍ତ୍ତମାନ ଚର୍ଚ୍ଚାର ବିଷୟ…

ଭୟଙ୍କର ବାଇକ୍ ଦୁର୍ଘଟଣା, ଚାଲିଗଲା ୨ଜଣଙ୍କ ଜୀବନ

ବଞ୍ଚୋ,୨୯।୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସିଙ୍ଗଡୋଭ ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଧବାର ସନ୍ଧ୍ୟାରେ ଘଟିଥିବା ଏକ ଭୟଙ୍କର ବାଇକ୍‌ ଦୁର୍ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri