ଭୁବନେଶ୍ୱରରୁ ରାସ୍‌-ଅଲ୍‌-ଖଇମା ମଧ୍ୟରେ ବିମାନସେବା ଦାବି: କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ଭୁବନେଶ୍ୱର ଏବଂ ୟୁଏଇସ୍ଥିତ ରାସ-ଅଲ୍‌-ଖଇମା ସହର ମଧ୍ୟରେ ସିଧାସଳଖ ବିମାନ ସେବା ଆରମ୍ଭ କରିବା ପାଇଁ କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଚିଠି ଲେଖିଛନ୍ତି। ଭୁବନେଶ୍ୱର ବିମାନବନ୍ଦର ଆନ୍ତର୍ଜାତୀୟ ବିମାନବନ୍ଦର ଭାବେ ପରିଚାଳିତ ହେବା ପରେ ୨୦୧୫ରୁ ଏଠାକୁ ବିଦେଶୀ ଯାତ୍ରୀ ଏବଂ ଏନ୍‌ଆର୍‌ଆଇଙ୍କ ସଂଖ୍ୟା ବଢ଼ିଛି। ଏପରିକି ଭୁବନେଶ୍ୱରରରୁ ରାସ-ଅଲ୍‌-ଖଇମା ସହର ମଧ୍ୟରେ ସିଧାସଳଖ ବିମାନସେବା ଆରମ୍ଭ କରିବା ପାଇଁ ଓଡ଼ିଆ ଏନ୍‌ଆର୍‌ଆଇ ଏବଂ ମଧ୍ୟ ପ୍ରାଚ୍ୟ ଦେଶଗୁଡ଼ିକରେ କାମ କରୁଥିବା ଓଡ଼ିଆଲୋକେ ଦୀର୍ଘଦିନରୁ ଦାବି କରୁଛନ୍ତି। ଏଣୁ ଏପରି ସୁବିଧା ହେବା ଦ୍ୱାରା ବିଶେଷ ଭାବେ ଆବୁଧାବୀ, ଦୁବାଇ, ଶର୍‌ଜାହ, ରିଆଦ୍‌, ବାହରେନ୍‌ ଏବଂ ଅନ୍ୟାନ୍ୟ ଉପସାଗରୀୟ ଦେଶଗୁଡ଼ିକରେ କାମ କରୁଥିବା ଅଧିକ ସଂଖ୍ୟକ ଓଡ଼ିଆ ଲୋକେ ଉପକୃତ ହେବେ ବୋଲି ଧର୍ମେନ୍ଦ୍ର ପତ୍ରରେ ଉଲ୍ଲେଖ କରିଛନ୍ତି।

ସେହିଭଳି ବର୍ତ୍ତମାନ ଏୟାର ଏସିଆ ଦ୍ୱାରା ପରିଚାଳିତ ହେଉଥିବା ଏକମାତ୍ର ବିମାନ ସିଧାସଳଖ ଭୁବନେଶ୍ୱରରୁ ମାଲେସିଆର କ୍ୱାଲାଲାମପୁର ପର୍ଯ୍ୟନ୍ତ ଚଳାଚଳ କରୁଛି। ଏବେ ଭୁବନେଶ୍ୱର ବିମାନବନ୍ଦର ଦେଶର ପ୍ରମୁଖ ବିମାନବନ୍ଦରରେ ପରିଗଣିତ ହେଲାଣି। ରାସ୍‌-ଅଲ୍‌-ଖଇମାରେ ନୂଆ ବିମାନସେବା ପାଇଁ ସ୍ପାଇସ୍‌ ଜେଟ୍‌ ଏବଂ ୟୁଏଇ ମଧ୍ୟରେ ବୁଝାମଣା ପତ୍ର(ଏମ୍‌ଓୟୁ) ସ୍ବାକ୍ଷରିତ ହୋଇଛି। ଏବେ ଏଣୁ ଏହି ବିମାନ ଚଳାଚଳ ପାଇଁ ସ୍ପାଇସ୍‌ ଜେଟ୍‌କୁ ସୁପାରିଶ କରିବା ପାଇଁ ବିଭାଗୀୟ ମନ୍ତ୍ରୀଙ୍କ ସହଯୋଗ ଲୋଡ଼ିଥିବା ଧର୍ମେନ୍ଦ୍ର ପତ୍ରରେ ଉଲ୍ଲେଖ କରିଛନ୍ତି। ଏହାଫଳରେ ଭାରତ ଏବଂ ୟୁଏଇ ସମ୍ପର୍କ ମଜଭୂତ କରିବ ଏବଂ ଦୁଇ ଦେଶର ବ୍ୟବସାୟକୁ ମଧ୍ୟ ବଦଳାଇବାରେ ସହାୟକ ହେବ ବୋଲି ମଧ୍ୟ ଚିଠିରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri