ଭୁବନେଶ୍ୱରରୁ ହଟିଲା ଆବଦ୍ଧାଞ୍ଚଳ କଟକଣା

ଭୁବନେଶ୍ୱର, ୨୨ା୪(ବ୍ୟୁରୋ):  ଭୁବନେଶ୍ବରର ସମସ୍ତ କଣ୍ଟେନମେଣ୍ଟ ଜୋନ୍‌ ତଥା ଆବଦ୍ଧାଞ୍ଚଳ ବମିଖାଲ, ସତ୍ୟନଗର ଓ ସୂର୍ଯ୍ୟନଗରୁ ଆବଦ୍ଧାଞ୍ଚଳ କଟକଣା ହଟାଯାଇଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଦ୍ୱାରା ଜାରି କରାଯାଇଥିବା ବିଜ୍ଞପ୍ତି ସଂଖ୍ୟା ୧୩୯୩୮ରେ ଏହା ସ୍ପଷ୍ଟ କରାଯାଇଛି। ଆଗାମୀ ୭ ଦିନ ଯାଏ ଉପରୋକ୍ତ ୩ ଅଞ୍ଚଳ ଉପରେ ତୀକ୍ଷ୍ଣ ନଜର ରଖାଯିବା ସହ ନିରନ୍ତର ସେବା ଯୋଗାଇ ଦିଆଯିବ। ତା ସାଙ୍ଗକୁ ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା ବି ଚାଲୁ ରହିବ। ସମ୍ପୃକ୍ତ ଅଞ୍ଚଳରୁ ବ୍ୟାରିକେଡ୍‌ ହଟାଇବା ପାଇଁ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ ସମ୍ପୃକ୍ତ ଜୋନ୍‌ର ଜୋନାଲ ଡେପୁଟି କମିଶନରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ମିଳିଥିବା ସୂଚନା ମୂତାବକ, କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ଥିବା ଜନସାଧାରଣଙ୍କ ସ୍ବାସ୍ଥ୍ୟ ପରୀକ୍ଷା ରିପୋର୍ଟ ଆସିବା ପରେ ବିଏମ୍‌ସି ଭୁବନେଶ୍ୱରରୁ କଣ୍ଟେନ୍‌ମେଣ୍ଟ କଟକଣା ହଟାଇବାକୁ ସ୍ଥିର କରିଛି। ନିୟୋଜିତ ଡାକ୍ତରୀ ଦଳ ଦେଇଥିବା ସୂଚନାରୁ ଭୁବନେଶ୍ୱରରେ ଗୋଷ୍ଠି ସଂକ୍ରମଣ ହୋଇ ନ ଥିବା ଜଣାପଡ଼ିଛି। ବିଶେଷକରି ଚିହ୍ନଟ ଆକ୍ରାନ୍ତଙ୍କ ପରିବାର ଓ ସମ୍ପର୍କୀୟଙ୍କ ମଧ୍ୟରେ ସଂକ୍ରମଣ ହୋଇଥିବା ଜଣାପଡ଼ିଛି। ଗୋଟିଏ ଦୁଇଟି ସ୍ଥାନରେ ପାଖ ପଡୋଶୀଙ୍କ ନିଟକରେ ଲକ୍ଷଣ ଦେଖାଦେଇଛି ସତ କିନ୍ତୁ କ୍ୱାରାଣ୍ଟାଇନ୍‌ରେ ରହିବା ସହ ଉଚିତ୍‌ ସତର୍କତା ଅବଲମ୍ବନ କରିବା ଫଳରେ ସେମାନେ ସଂକ୍ରମଣରୁ ବର୍ତ୍ତିଥିବା ଜଣାପଡ଼ିଛି।
ଉଲ୍ଲେଖଯୋଗ୍ୟ, ଗତ ୧ ତାରିଖ ଦିନ ସୂର୍ଯ୍ୟନଗରରୁ ରାଜ୍ୟର ପଞ୍ଚମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨ତାରିଖରେ ସମ୍ପୃକ୍ତ ବ୍ୟକ୍ତଙ୍କ ପରିଚୟ ପ୍ରକାଶ କରିବା ସହ ସୂର୍ଯ୍ୟନଗର ଅଞ୍ଚଳକୁ ସିଲ୍‌ କରାଯାଇଥିଲା। ସେହିପରି ୩ରେ ବମିଖାଲ, ୫ରେ ସୁନ୍ଦରପଦା, ଯଦୁପୁର ଓ ବେଗୁନିଆ ଅଞ୍ଚଳ ଏବଂ ୭ରେ ସତ୍ୟନଗର ଅଞ୍ଚଳ ସିଲ୍‌ ହୋଇଥିଲା। ଏହି ମଧ୍ୟରେ ଗତ ୧୩ ତାରିଖରେ ସୁନ୍ଦରପଦା, ଯଦୁପୁର ଓ ବେଗୁନିଆ ଅଞ୍ଚଳରୁ ଆବଦ୍ଧାଞ୍ଚଳ କଟକଣା ହଟାଯିବା ସହ ସମ୍ପୃକ୍ତ ୩ ଅଞ୍ଚଳକୁ ଆକ୍ଟିଭ୍‌ ସର୍ଭେଲାନ୍ସରେ ରଖାଯାଇଥିଲା। ବୁଧବାର ଉକ୍ତ ଅଞ୍ଚଳରୁ ଆକ୍ଟିଭ୍‌ ସର୍ଭେଲାନ୍ସ ହଟାଯିବା ସହ ୨୧ ଦିନ ପରେ ସୂର୍ଯ୍ୟନଗର, ୨୦ ଦିନ ପରେ ବମିଖାଲ ଓ ୧୪ ଦିନ ପରେ ସତ୍ୟନଗର ଅଞ୍ଚଳକୁ କଟକଣା ମୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?