ଭୁବନେଶ୍ୱରରେ ନମୂନା ସଂଗ୍ରହ ଆରମ୍ଭ: ଦୁଇଟି ପର୍ଯ୍ୟାୟରେ ହେବ ପରୀକ୍ଷା, ସକାଳ ୮ରୁ ୧୧ ଏବଂ ଅପରାହ୍ନ ୪ରୁ ୬ଟା ଯାଏ ହେବ ନମୂନା ସଂଗ୍ରହ

ଭୁବନେଶ୍ୱର, ୧୮।୪(ବ୍ୟୁରୋ): କରୋନା ମୁକାବିଲା ନିମେନ୍ତ ହଟ୍‌ସ୍ପଟ୍‌ ସାଜିଥିବା ଭୁବନେଶ୍ୱରରୁ ନମୂନା ସଂଗ୍ରହ ପ୍ରକ୍ରିୟା ଶନିବାରଠାରୁ ଆରମ୍ଭ ହୋଇଛି। ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ୩ଟି ଜୋନ୍‌ରେ ୧୩ଟି ଟିମ୍‌ ଗଠନ ହୋଇଛି। ପ୍ରତ୍ୟେକ ଟିମ୍‌ରେ ଡାକ୍ତର, ଶିକ୍ଷକ ଓ ପରିମଳ କର୍ମଚାରୀ ରହିବେ। ୧୩ଟି ଟିମ୍‌ ୨ଟି ସିଫ୍ଟରେ ସାମ୍ପଲ ସଂଗ୍ରହ କରିବେ। ସକାଳ ୮ଟାରୁ ଦିନ ୧୧ଟା ଓ ଅପରାହ୍ନ ୪ଟାରୁ ସନ୍ଧ୍ୟା ୬ଟା ଯାଏ କାମ କରିବେ। ଏ ନେଇ ବିଏମ୍‌ସି ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।
ଆଗାମୀ ୭ଦିନ ମଧ୍ୟରେ ୫,୦୦୦ ନମୂନା ଟେଷ୍ଟ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏ ନେଇ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ସୂଚନା ଦେଇଥିଲେ। ସେ କହିଥିଲେ ଯେ, ଭୁବନେଶ୍ୱର କରୋନାର ହଟ୍‌ସ୍ପଟ୍‌ ଭାବେ ଚିହ୍ନଟ ହୋଇଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଭୁବନେଶ୍ୱରରେ ୪୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୫୦୦୦ ନମୂନା ଟେଷ୍ଟ କରାଗଲେ ଏକ ସ୍ପଷ୍ଟ ଚିତ୍ର ମିଳିପାରିବ ବୋଲି ସେ କହିଥିଲେ।
ତ୍ରିପାଠୀ ଆହୁରୀ ମଧ୍ୟ କହିଥିଲେ ଯେ, ୪ଟି କାଟାଗୋରୀ(ବର୍ଗ)ରେ ଲୋକଙ୍କୁ ଚୟନ କରାଯାଇ ନମୂନା ସଂଗ୍ରହ କରାଯିବ। ଏହାନୁଯାୟୀ ପରୀକ୍ଷଣ କରାଯିବ। ବିଶେଷକରି ଟ୍ରାଭେଲ ହିଷ୍ଟ୍ରୀ ଥିବା ଲୋକ, ଲକ୍ଷଣ ଥିବା ଲୋକ, ସ୍ବାସ୍ଥ୍ୟକର୍ମୀ, ପୋଲିସ, ପରିମଳ କର୍ମଚାରୀଙ୍କ ସାମ୍ପୁଲ ଟେଷ୍ଟ ହେବ। ସେହିଭଳି ୬୦ବର୍ଷରୁ ଅଧିକ ବୟସ୍କ ଓ ପୂର୍ବରୁ ରୋଗ ଥିବା ଲୋକଙ୍କ ଟେଷ୍ଟ କରାଯିବ। ପରେ ସାଧାରଣଲୋକଙ୍କ ପରୀକ୍ଷା କରାଯିବ। ସାମ୍ପଲ ସଂଗ୍ରହ ବେଳେ ସହଯୋଗ କରିବାକୁ ସେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

କିମ୍ବଦନ୍ତୀ କ୍ରିକେଟର ସାର୍ ଗ୍ୟାରୀ ସୋବର୍ସଙ୍କ ପରଲୋକ, କ୍ରିକେଟ୍ ଜଗତରେ ଶୋକର ଛାୟା

ବ୍ରିଜ୍‌ଟାଉନ୍,୧୭।୭: ବିଶ୍ୱ କ୍ରିକେଟ୍ ଇତିହାସର ମହାନତମ ଅଲରାଉଣ୍ଡର ତଥା ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଅଧିନାୟକ ସାର୍ ଗାରଫିଲ୍ଡ ସୋବର୍ସ (Garry Sobers)ଙ୍କ ପରଲୋକ ହୋଇଯାଇଛି। ୮୯ ବର୍ଷ ବୟସରେ…

ଟୋକନ ମିଳିଲାନି, ବିକ୍ରି ହେଲାନି ଧାନ: ପ୍ରଶାସନ ନ ଶୁଣିବାରୁ ଓକିଲ ସଂଘର ଦ୍ୱାରସ୍ଥ ହେଲା କୃଷକ ସଂଗଠନ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତ ଜୁନ୍ ମାସ ୩୦ ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଯାଇଥିଲେ ମଧ୍ୟ ହଜାର ହଜାର ଚାଷୀ ଧାନ ବିକ୍ରିରୁ…

UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର; ₹୨,୦୦୦ରୁ ଅଧିକ UPI ପେମେଣ୍ଟ ଉପରେ ଏବେ ଗଣିବାକୁ ପଡ଼ିବ ଚାର୍ଜ!

ନୂଆଦିଲ୍ଲୀ,୧୭।୭: ଯଦି ଆପଣ ଦୈନନ୍ଦିନ ଜୀବନରେ ୟୁପିଆଇ (UPI) ମାଧ୍ୟମରେ ବଡ଼ ଧରଣର ଆର୍ଥିକ କାରବାର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ଦେଶରେ…

ଦିନିକିଆ ବିଶ୍ୱକପ୍ ୨୦୨୭ ଫର୍ମାଟ୍ ବଦଳାଇଲା ICC; ଜୟ ଶାହାଙ୍କ ନିଷ୍ପତ୍ତିକୁ ତୀବ୍ର ବିରୋଧ କଲେ ୪ ଦେଶର ଅଧିନାୟକ

ନୂଆଦିଲ୍ଲୀ,୧୭।୭: ଆସନ୍ତା ବର୍ଷ ଦକ୍ଷିଣ ଆଫ୍ରିକା, ଜିମ୍ବାୱେ ଏବଂ ନାମିବିଆରେ ଅନୁଷ୍ଠିତ ହେବାକୁ ଥିବା ଦିନିକିଆ ବିଶ୍ୱକପ୍‌ର ଫର୍ମାଟ୍‌ରେ ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ହଠାତ ବଡ଼…

ଲଘୁଚାପ ବର୍ଷାରେ ଜଳମଗ୍ନ ଧାମନଗର ବ୍ଲକ

ଧାମନଗର, ୧୭।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଥିବା ବେଳେ ଜନଜୀବନ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri