ଭୁବନେଶ୍ୱରରେ ସର୍ବାଧିକ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୪।୪(ବ୍ୟୁରୋ): ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦ରେ ପହଞ୍ଚିଛି। ସେଥିମଧ୍ୟରୁ ଭୁବନେଶ୍ୱରରେ ସର୍ବାଧିକ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି। ଭୁବନେଶ୍ୱରରେ କରୋନା ପଜିଟିଭ କେସ ସଂଖ୍ୟା ୧୪ ଥିବାବେଳେ ଭଦ୍ରକରେ ୩ ଓ ଯାଜପୁର, କଟକ ଏବଂ ପୁରୀରେ ଜଣେ ଲେଖାଏଁ ଅଛନ୍ତି। ବର୍ତ୍ତମାନ ରାଜ୍ୟର ପ୍ରଥମ ଓ ଦ୍ବିତୀୟ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଅନ୍ୟମାନେ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।
ସେମାନଙ୍କ ମଧ୍ୟରୁ ତୃତୀୟ କରୋନା ଆକ୍ରାନ୍ତ ଜଣଙ୍କ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ପଞ୍ଚମ ଆକ୍ରାନ୍ତ ଜଣଙ୍କ ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଛନ୍ତି। ବାକି ୧୬ ଜଣ କଟକ ଅଶ୍ବିନୀ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ବୋଲି କରୋନା ଭୁତାଣୁ ସଂକ୍ରମଣ ସଚେତନତା କମିଟିର ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗଚି କହିଛନ୍ତି।
ଅନ୍ୟପଟେ ରାଜ୍ୟରେ ଏ ପର୍ଯ୍ୟନ୍ତ ୧୩୯୫ ଜଣଙ୍କ ନମୁନା ପରୀକ୍ଷା ହୋଇଛି। ସେଥିରୁ ୨୦ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ଚତୁର୍ଥ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ୪୨ଜଣ ଆସିଥିବା ବେଳେ ପଞ୍ଚମ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ୩୮ ଜଣ ଆସିଛନ୍ତି। ପଞ୍ଚମ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ ମଧ୍ୟରୁ ୭ ଜଣଙ୍କ ନିକଟରେ କରୋନା ପଜିଟିଭ ଆସିଛି।
ଅନ୍ୟ ସଂକ୍ରମିତଙ୍କ ସଂସ୍ପର୍ଶରେ କିଏ ଆସିଥିଲେ, ତାହାର ଏବେ ତଥ୍ୟ ସଂଗ୍ରହ ଚାଲିଛି। ସେପଟେ ୯୧ଜଣ କରୋନା ସନ୍ଦିଗ୍ଧ ରାଜ୍ୟର ବିଭିନ୍ନ ହସ୍ପିଟାଲର ଆଇସୋଲେସନରେ ଅଛନ୍ତି ବୋଲି ବାଗଚି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri