ଭୁବନେଶ୍ୱରରେ ସର୍ବାଧିକ ବର୍ଷା

ଭୁବନେଶ୍ୱର, ୫ା୩(ବ୍ୟୁରୋ): ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଖପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଯୋଗୁ ବୁଧବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଅଦିନିଆ ବର୍ଷା ଯୋଗୁ ଲୋକେ ହନ୍ତସନ୍ତ ହୋଇଛନ୍ତି। ଭୁବନେଶ୍ୱରରେ ସର୍ବାଧିକ ୧୩.୨ ମିମି ବର୍ଷା ହୋଇଥିବା ବେଳେ ଅନୁଗୋଳ ୪, ଭବାନିପାଟଣା ୩, ଫୁଲବାଣୀ ୮.୨, ଟିଟିଲାଗଡ଼ ୭ ମିମି ବର୍ଷା ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରେକର୍ଡ କରାଯାଇଛି। ଏହାଛଡ଼ା ସୋନପୁର, ହୀରାକୁଦ, ତାଳଚେର, ସମ୍ବଲପୁର, କେନ୍ଦୁଝର, ଝାରସୁଗୁଡ଼ା, କଟକ, ପାରାଦୀପରେ ମଧ୍ୟ ବର୍ଷା ହୋଇଛି। ଭୁବନେଶ୍ୱରରେ ସକାଳୁ ସକାଳୁ ପାଗ କୋହଲା ଥିବା ବେଳେ ଅପରାହ୍ନରେ ହଠାତ୍‌ କଳାହାଣ୍ଡିଆ ମେଘ ସହ ପ୍ରବଳ ବେଗରେ ପବନ ଓ ବର୍ଷା ହୋଇଥିଲା।
ସେପଟେ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଏହିଭଳି ବର୍ଷା ଲାଗି ରହିବ। ୮ ତାରିଖରୁ ପାଗରେ ପରିବର୍ତ୍ତନ ଆସିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ୫ ତାରିଖରେ ରାଜ୍ୟର ଅଧିକାଂଶ ଜିଲାରେ ବର୍ଷା ହେବା ଆଶଙ୍କା ରହିଛି। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ନୂଆପଡ଼ା, ରାୟଗଡ଼ା, ବଲାଙ୍ଗୀର, କଳାହାଣ୍ଡି, ସୋନପୁର, କନ୍ଧମାଳ, ବୌଦ୍ଧ, କଟକ ଆଦି ୮ ଜିଲାରେ ଅଧିକ ବର୍ଷା ହେବ। ଏହାଛଡ଼ା ବାଲେଶ୍ୱର, ଭଦ୍ରକ, ନୟାଗଡ଼, ଖୋର୍ଦ୍ଧା, ଯାଜପୁର ଓ ଗଞ୍ଜାମ ଆଦି ଜିଲାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାର ବିଭିନ୍ନ ଜିଲାକୁ ଝଡ଼ତୋଫାନ ସହିତ ବଜ୍ରପାତ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହି ସବୁ ଜିଲାଗୁଡିକ ହେଲା ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ବଲାଙ୍ଗୀର, ସୋନୁପର, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, କଟକ, ଯାଜପୁର ଓ ଭଦ୍ରକ। ସେହିଭଳି ବରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ଖୋର୍ଦ୍ଧା ଓ ନୟାଗଡ଼ରେ ମଧ୍ୟ ବଜ୍ରପାତ ହେବ ବୋଲି ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ୬ତାରିଖ ଦିନ ଉତ୍ତର ଓଡ଼ିଶା, ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼ ଓ ଖୋର୍ଦ୍ଧା ଜିଲାରେ ବର୍ଷା ହେବାର ଆଶଙ୍କା ରହିଛି। ସେଦିନ ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ବାଲେଶ୍ୱର, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ବୌଦ୍ଧ, କଟକ, ଖୋର୍ଦ୍ଧା, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ଝଡ଼ତୋଫାନ ସହିତ ବଜ୍ରପାତ ହେବ। ସେଥିପାଇଁ ଏ ସମସ୍ତ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୭ ତାରିଖ ଦିନ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ସୁନ୍ଦରଗଡ଼ ଜିଲାର କିଛି ସ୍ଥାନରେ ବର୍ଷା ହେବା ସମ୍ଭାବନା ରହିଛି। ସେଦିନ ଉପକୂଳ ଓଡ଼ିଶା ସହ ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ ଓ ରାୟଗଡ଼ା ଜିଲାରେ ଝଡ଼ତୋଫାନ ଓ ବଜ୍ରପାତ ହେବ ବୋଲି ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଏହାକୁ ଦୃଷ୍ଟିରେ ରଖି ଏ ସମସ୍ତ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପଟେ ମାଲକାନଗିରିରେ ସର୍ବାଧିକ ୩୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?