ଭୁବନେଶ୍ୱରର ପୁଣି ୩ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୩।୪(ବ୍ୟୁରୋ)- ଶୁକ୍ରବାର ଭୁବନେଶ୍ୱରର ୩ଜଣ କରୋନା ଭାଇରସ୍‌ ସଂକ୍ରମିତ। ଏହାକୁ ମିଶାଇ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୯ରେ ପହଞ୍ଚତ୍ଛି। ଶୁକ୍ରବାର ମଧ୍ୟାହ୍ନରେ କଟକର ଜଣେ ବ୍ୟକ୍ତିଙ୍କ ନମୁନାରେ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ସନ୍ଧ୍ୟାରେ ରାଜଧାନୀ ଭୁବନେଶ୍ୱର ବମିଖାଲ ଅଞ୍ଚଳର ଆଉ ୩ଜଣଙ୍କଠାରେ ଏହି ଭୂତାଣୁ ଚିହ୍ନଟ ହୋଇଛି। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ ମାଧ୍ୟମରେ ସୂଚନା ଦିଆଯାଇଛି। କଟକର ଚିହ୍ନଟ ହୋଇଥିବା ବ୍ୟକ୍ତି(୬ଷ୍ଠ ସଂକ୍ରମିତ)ଦିଲ୍ଲୀ ନିଜାମୁଦ୍ଦିନରେ ହୋଇଥିବା ତବଲିଘି ଜମାତ ଧର୍ମସଭାରେ ଯୋଗଦେଇ ଫେରିଥିଲେ ବୋଲି ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ କହିଛନ୍ତି। ଏହା ଜାଣିବା ପରେ ସାରା ରାଜ୍ୟରେ ଏବେ କୋକୁଆ ଭୟ ସୃଷ୍ଟି ହୋଇଯାଇଛି। କଟକ ଓ ବମିଖାଲ୍‌ ଅଞ୍ଚଳର ଚିହ୍ନଟ ହୋଇଥିବା କରୋନା ସଂକ୍ରମିତଙ୍କ ସଂସ୍ପର୍ଶର କେଉଁମାନେ ଆସିଛନ୍ତି ସେମାନଙ୍କୁ ଜାଣିବା ପାଇଁ ଅନୁସନ୍ଧାନ ଜାରି ରହିଛି ବୋଲି ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି। ୬ଷ୍ଠ ସଂକ୍ରମିତଙ୍କ ସମ୍ପର୍କରେ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି ଯେ, ତବଲିଗି ଜମାତ୍‌ରୁ ବର୍ତ୍ତମାନ ସୁଦ୍ଧା ୨୭ଜଣ ଓଡ଼ିଶାକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ୭ଜଣ ବିଦେଶୀ ନାଗରିକ ରହିଛନ୍ତି। ୨୭ଜଣଙ୍କ ମଧ୍ୟରୁ ୨୧ଜଣଙ୍କ ନମୁନା କରୋନା ନେଗେଟିଭ୍‌ ଆସିଥିବାବେଳେ ଜଣଙ୍କ ପିଜିଟିଭ୍‌ ଆସିଛି। ୫ଜଣଙ୍କ ନମୁନାର ରିପୋର୍ଟ ଏ ପର୍ଯ୍ୟନ୍ତ ହସ୍ତଗତ ହୋଇନାହିଁ। ସମସ୍ତ ବ୍ୟକ୍ତି ଓ ତାଙ୍କ ପରିବାରକୁ ସଙ୍ଗରୋଧରେ ଏବଂ ଶକ୍ତ ପର୍ଯ୍ୟବେକ୍ଷଣରେ ରଖାଯାଇଛି। ତବଲିଘି ଜମାତ ଫେରନ୍ତା ଓଡ଼ିଶାର ଆହୁରି ୪୦ଜଣ ଅଛନ୍ତି। ଯେଉଁମାନେ ଦିଲ୍ଲୀ, ବିହାର, ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ଏବଂ ଆନ୍ଧ୍ରପ୍ରଦେଶର ବିଭିନ୍ନ ସ୍ଥାନରେ ଅଟକ ପଡ଼ିଛନ୍ତି। ଅନ୍ୟ ଏକ ତଥ୍ୟ ଅନୁଯାୟୀ, ପଶ୍ଚିମବଙ୍ଗର ଏହି ଗୋଷ୍ଠୀର ସଦସ୍ୟ ୧୦ଜଣ କିଛି ଦିନ ତଳେ ତାଳଚେର ବୁଲି ଯାଇଛନ୍ତି। ସେମାନଙ୍କ ସହିତ ସମ୍ପୂର୍ଣ୍ଣ ଯୋଗାଯୋଗ କରାଯାଇ ନମୂନା ପରୀକ୍ଷା ପାଇଁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି

ଭୁବନେଶ୍ୱର,୨।୭: ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବଡ଼ ଚୁକ୍ତି ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri