ଭୁବନେଶ୍ୱରର ସବୁଘରେ ହେବ ବର୍ଷାଜଳ ସଂଗ୍ରହଣ ପ୍ରକଳ୍ପ

ଭୁବନେଶ୍ୱର, ୧୮।୧୨(ବ୍ୟୁରୋ):୬ ମାସ ମଧ୍ୟରେ ଭୁବନେଶ୍ୱରର ସମସ୍ତ ଘରେ ବର୍ଷା ଜଳ ସଂଗ୍ରହଣ ପ୍ରକଳ୍ପ (ରେନ୍‌ ଓ୍ବାଟର ହାର୍ଭେଷ୍ଟିଂ) କାର୍ଯ୍ୟ ସରିବ। ନଚେତ୍‌ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଦୃଢ କାର୍ଯ୍ୟାନୁଷ୍ଠାନ ନେବ ବୋଲି ମଙ୍ଗଳବାର ଏକ ବିବୃତ୍ତିରେ ପ୍ରକାଶ କରିଛି। ବିଡିଏ ଉପାଧ୍ୟକ୍ଷ ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି, ଘର ପ୍ଲାନ୍‌ ଆପ୍ରୁଭାଲ ପାଇଁ ଏବେ ରେନ୍‌ ଓ୍ବାଟର ହାର୍ଭେଷ୍ଟିଂ ପ୍ରକଳ୍ପକୁ ସ୍ଥାନ ଦେବା ଜରୁରୀ। ଭୁବନେଶ୍ୱରର ବାସିନ୍ଦା ନିଜ ଘରେ ଏହି ବ୍ୟବସ୍ଥା ନ କରିବେ ସେମାନଙ୍କ ବିଲ୍ଡିଂକୁ ପ୍ଲାନ ଆପ୍ରୁଭାଲ ମିଳିବ ନାହିଁ। ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ଭୂତଳ ଜଳସ୍ତର ଦିନକୁ ଦିନ ହ୍ରସ ପାଉଥିବାବେଳେ ସହରବାସୀ ଜଳର ଅପବ୍ୟବହାର କରୁଛନ୍ତି। ପୁଣି ବୋରିଂ ମାଧ୍ୟମରେ ଭୂତଳ ଜଳକୁ ମନଇଚ୍ଛା ବ୍ୟବହାର କରାଯାଉଛି। ତେଣୁ ବିଡିଏର ପ୍ଲାନିଂ ଆଣ୍ଡ୍‌ ବିଲ୍ଡିଂ ଷ୍ଟାଣ୍ଡାର୍ଡ ପକ୍ଷରୁ ଓଡ଼ିଶା ମ୍ୟୁନିସିପାଲ କର୍ପୋରେଶନ ଆକ୍ଟ ୩୦୨ ଆଧାରରେ ଏହି ନିୟମ ଲାଗୁ କରାଯାଇଛି ବୋଲି ବିଡିଏ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri