ଭୁବନେଶ୍ୱର ଏମ୍‌ପିଙ୍କ ଜନଶୁଣାଣି, ଲୋକଙ୍କ ଅଭିଯୋଗ ଶୁଣିଲେ: ସମାଧାନ ପାଇଁ ପଦକ୍ଷେପ ନେଲେ

ଖୋର୍ଦ୍ଧା ଅଫିସ,୨୮ା୧୨: ଖୋର୍ଦ୍ଧା ସହରସ୍ଥିତ ପୂର୍ତ୍ତ ବିଭାଗ ଡାକବଙ୍ଗଳାରେ ଖୋର୍ଦ୍ଧା ନିର୍ବାଚନମଣ୍ଡଳୀସ୍ତରୀୟ ଜନଶୁଣାଣି ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ ଯୋଗଦେଇ ଲୋକଙ୍କ ଅଭିଯୋଗ ଶୁଣିଥିଲେ। କିଛି ଅଭିଯୋଗକୁ ଜନଶୁଣାଣି ଶିବିରରେ ସମାଧାନ କରାଇଥିଲେ। ଆଉ କିଛି ଅଭିଯୋଗର ଫଲୋଅପ କରାଯାଇ ସମାଧାନ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଭୁବନେଶ୍ୱର ଏମ୍‌ପି ଷଡଙ୍ଗୀଙ୍କ ସୂଚନା ଅନୁସାରେ, ଭୁବନେଶ୍ୱର କାର୍ଯ୍ୟାଳୟରେ ସପ୍ତାହକୁ ୩ ଦିନ ଅଭିଯୋଗ ଶୁଣାଣି କରୁଛନ୍ତି। ହେଲେ ଭୁବନେଶ୍ୱର ଲୋକସଭା ଅଧୀନରେ ଥିବା ୭ ନିର୍ବାଚନମଣ୍ଡଳୀର ଲୋକ ଭୁବନେଶ୍ୱରରେ ପହଞ୍ଚତ୍ ଅଭିଯୋଗ କରିବା ସମ୍ଭବ ନୁହେଁ। ଲୋକଙ୍କ ସୁବିଧା ପାଇଁ ବିଧାନସଭା କ୍ଷେତ୍ରକୁ ଯାଇ ଅଭିଯୋଗ ଶୁଣାଣି କରୁଛି। ଦଳମତ ନିର୍ବିଶେଷରେ ସମସ୍ତଙ୍କ ଅଭିଯୋଗ ଗ୍ରହଣ କରାଯାଇ ଶୁଣାଣି କରାଯାଉଛି। ଯାହା ଅଭିଯୋଗ ଆସିଲା ତାହା ଭଲ ଭାବେ ବୁଝିବାକୁ ପଡୁଛି। ପରେ ସେହି ସମସ୍ୟାର ସମାଧାନ କରିବାକୁ ପଦକ୍ଷେପ ନିଆଯାଉଛି। ଜୟଦେବ, ବେଗୁନିଆ, ଜଟଣୀ ବିଧାନସଭାରେ ଅଭିଯୋଗ ଶୁଣାଣି ପୂର୍ବରୁ କରାଯାଇଥିଲା। ତେବେ ଖୋର୍ଦ୍ଧାରେ ପ୍ରଥମଥର ପାଇଁ କରାଯାଇଛି। ପ୍ରତି ବିଧାନସଭା ନିର୍ବାଚନମଣ୍ଡଳୀରେ ମାସକୁ ଅଥବା ଦେଢ଼ମାସକୁ ଥରେ ଅଭିଯୋଗ ଶୁଣାଣି ମୋ ପକ୍ଷରୁ କରାଯିବ। ଅଭିଯୋଗକୁ ପଞ୍ଜୀକୃତ କରାଯିବ। ଅଭିଯୋଗର କେତେଦୂର ସମାଧାନ ହେଲା ତା’ର ଫଲୋଅପ ନିଆଯାଇ ପଦକ୍ଷେପ ନିଆଯିବ ବୋଲି ପ୍ରକାଶ କରିଛନ୍ତି। ଶୁଣାଣି ସମୟରେ ନିକୁଞ୍ଜ ପଟ୍ଟନାୟକ, ସୁବାସ ଗନ୍ତାୟତ, କାଳୁ ଚରଣ ଖଣ୍ଡେଇତରାୟ, ରାଜୀବ ଷଡଙ୍ଗୀ, ଅଜୟ ମିଶ୍ର, ମୀନା ଦାସ, ପ୍ରତାପ ମହାପାତ୍ର ପ୍ରମୁଖ ଭାଜପାର ନେତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri