ଭୁବନେଶ୍ୱର କଣ୍ଟ୍ରାକ୍ଟର ଆସୋସିଏଶନ ବୈଠକ: ଫନୀ ପୁନରୁଦ୍ଧାର କାର୍ଯ୍ୟର ଟଙ୍କା ମିଳୁନି

ଭୁବନେଶ୍ୱର, ୨୭ା୬(ବ୍ୟୁରୋ): ଭୁବନେଶ୍ୱର କଣ୍ଟ୍ରାକ୍ଟର ଆସୋସିଏଶନ ତରଫରୁ ବୁଧବାର ଏକ ହୋଟେଲରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଆସୋସିଏସନ ସଭାପତି ଜଗଦୀଶ ପାତ୍ର, ଉପସଭାପତି ଚିନ୍ମୟ ସୱାଇଁ, ସମ୍ପାଦକ ବିଭୁତି ଭୂଷଣ ଜେନାଙ୍କ ସମେତ ପିଏଚ ଏବଂ ଆରଆଣ୍ଡବିର ବହୁ ‘ସି’ ଏବଂ ‘ଡି’ କ୍ଲାସ କଣ୍ଟ୍ରାକ୍ଟରମାନେ ଉପସ୍ଥିତ ରହିଥିଲେ। ଏହି ଅବସରରେ ସଭାପତି ବୈଠକର ମୁଖ୍ୟ କାରଣ କିଭଳି କଣ୍ଟ୍ରାକ୍ଟର ମାନଙ୍କ କାଗଜ ପତ୍ର ନିୟମାନୁଗତ କରିବା ସହିତ ବାକି ରହିଥିବା ବିଲ ଟଙ୍କା ପାଇବେ ସେ ବିଷୟରେ ନିଜର ବକ୍ତବ୍ୟ ରଖିଥିଲେ। ମୁଖାତଃ ପିଏଚ କଣ୍ଟ୍ରାକ୍ଟର ମାନେ ଗତ ତିନି ମାସ ହେଲା କୌଣସି ବିଲ ବାବଦ ଟଙ୍କା ପାଇପାରୁନାହାନ୍ତି ଏବଂ ଏହା ସହିତ ଫନିରେ କ୍ଷୟକ୍ଷତି ହୋଇଥିବା ପାଣି ସପଲାୟ ପୁନରୁଦ୍ଧାର କାର୍ଯ୍ୟ ନିଜେ ନିଜେ କରିଥିଲେ ବି ଗତ ମାସେ ହେଲା ଏହାର ଟଙ୍କା ମଧ୍ୟ ବିଭାଗ ଦେଉନାହିଁ। ଯାହାର ଆନୁମାନିକ ମୁଲ୍ୟ ପ୍ରାୟ ୨ କୋଟି ଟଙ୍କା ରୁ ଉଦ୍ଧର୍‌ବ ହେବ। ପିଏଚର ଡିଭିଜନ ୧ ଓ ୨ ଏବେ ୱଆଟକୋ ଅଧୀନରେ ଯାହାପାଇଁ କଣ୍ଟ୍ରାକ୍ଟର ମାନେ ବହୁ ଅସୁବିଧାର ସମ୍ମୁଖିନ ହେଉଛନ୍ତି। ଏହା ବ୍ୟତୀତ ଆସୋସିଏସନ ପକ୍ଷରୁ ଅନ୍ୟାନ୍ୟ କାର୍ଯ୍ୟ ତାଲିକା ଏବଂ ନିବେଦନ ପତ୍ର ସଚିବଙ୍କୁ ପ୍ରଦାନ କରାଯାଇଛି ଯାହାକି ଏଯାବତ ତର୍ଜମାରେ ଅଛି। ତେବେ ଆସନ୍ତା ୭ ଦିନ ମଧ୍ୟରେ ଯଦି ଉକ୍ତ ସମସ୍ୟାର ସମାଧାନ ନ କରାଯାଏ ତେବେ କାର୍ଯ୍ୟବନ୍ଦ ରହିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri