ଭୁବନେଶ୍ୱର ଫେରନ୍ତା ଭଡାଟିଆଙ୍କୁ ଘରେ ପୂରାଇଲେନି ମାଲିକ

ବାଲେଶ୍ୱର ଅଫିସ,୧୭।୪-ଭୁବନେଶ୍ୱରରୁ ଫେରିଥିବାରୁ ଜଣେ ଭଡାଟିଆଙ୍କୁ ତାଙ୍କ ଘର ମାଲିକ ଘରେ ନ ପୂରାଇବା ଘଟଣା ବାଲେଶ୍ୱର ଅଡ଼ରବଜାର ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଶେଷରେ ସେ ଅନ୍ୟ ଉପାୟ ନ ପାଇ ଗୁରୁବାର ସହଦେବଖୁଣ୍ଟା ମଡ଼େଲ ଥାନାରେ ଅଭିଯୋଗ କରିଛନ୍ତି। ସଦର ତହସିଲଦାର ପୂର୍ଣ୍ଣଚନ୍ଦ୍ର ପାତ୍ର, ଡା. ମୃତ୍ୟୁଞ୍ଜୟ ମିଶ୍ର, ଥାନା ଆଇଆଇସି କୃଷ୍ଣଚନ୍ଦ୍ର ପଲେଇ, ମେଡ଼ିକାଲ ଟିମ୍‌ ସହ ସେଠାରେ ପହଞ୍ଚତ୍ ଭଡ଼ାଟିଆ ପରିବାରର ସମସ୍ତ ସଦସ୍ୟଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରିଥିଲେ। ଘର ମାଲିକଙ୍କ ବୃଦ୍ଧା ମା’ ବାପା ଏବଂ ବଡ଼ ଭାଇମାନେ ପରିବାରରେ ରହୁଥିବାରୁ ସେ ଭଡ଼ାଟିଆଙ୍କୁ ରଖିବା ପାଇଁ ବାରଣ କରିଥିଲେ। ଅତିରିକ୍ତ ଜିଲାପାଳ ସମ୍ବିତ କୁମାର ନାୟକ ଏହି ଘଟଣାରେ ହସ୍ତକ୍ଷେପ କରି ଭଡ଼ାଟିଆଙ୍କ ପରିବାରର ଦୁଇଜଣ ଲୋକଙ୍କୁ ସାବଧାନତା ସହକାରେ ରହିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଅନ୍ୟ ସମ୍ପର୍କୀୟଙ୍କ ଅନ୍ୟତ୍ର ରହିବା ପାଇଁ ଅଧିକାରୀମାନେ ଏକ ପ୍ରସ୍ତାବ ଦେଇଛନ୍ତି। ଖବର ଲେଖା ହେବା ପର୍ଯ୍ୟନ୍ତ ଏ ବିଷୟରେ ଅଧିକାରୀମାନେ ଘର ମାଲିକଙ୍କ ସହ ଆଲୋଚନା କରୁଥିବାର ଜଣାପଡ଼ିଛି।
ଅଡ଼ରବଜାର ଓଡ଼ିଏନ୍‌ ଟକିଜ୍‌ ପଛପଟେ ଦୀର୍ଘଦିନ ହେଲା ଅମିତ୍‌ ଶର୍ମା ନାମକ ବ୍ୟକ୍ତି ଭଡ଼ାରେ ରହିଆସୁଛନ୍ତି। ତାଙ୍କ ବାପାଙ୍କ ଦେହ ଖରାପ ଥିବା କାରଣରୁ ସେ ଭୁବନେଶ୍ୱରସ୍ଥିତ ଏକ ହସ୍‌ପିଟାଲକୁ ଚିକିତ୍ସା ନିମନ୍ତେ ଯାଇଥିଲେ। ସେଠାରେ କିଛିଦିନ ଚିକିତ୍ସା ପରେ ଗୁରୁବାର ଅପରାହ୍ନ ୨ଟା ସମୟରେ ଅମିତ ପରିବାର ସହ ବାଲେଶ୍ୱରସ୍ଥିତ ଭଡ଼ାଘରକୁ ଫେରିଥିଲେ। କରୋନା ଭୂତାଣୁ ସଂକ୍ରମଣ ଭୟରେ ଘର ମାଲିକ ସେମାନଙ୍କୁ ଘର ଭିତରେ ପଶିବାକୁ ଦେଇ ନ ଥିଲେ। ଅନ୍ୟତ୍ର ରହିବା ପାଇଁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri