ବାଲେଶ୍ୱର ଅଫିସ,୧୭।୪-ଭୁବନେଶ୍ୱରରୁ ଫେରିଥିବାରୁ ଜଣେ ଭଡାଟିଆଙ୍କୁ ତାଙ୍କ ଘର ମାଲିକ ଘରେ ନ ପୂରାଇବା ଘଟଣା ବାଲେଶ୍ୱର ଅଡ଼ରବଜାର ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଶେଷରେ ସେ ଅନ୍ୟ ଉପାୟ ନ ପାଇ ଗୁରୁବାର ସହଦେବଖୁଣ୍ଟା ମଡ଼େଲ ଥାନାରେ ଅଭିଯୋଗ କରିଛନ୍ତି। ସଦର ତହସିଲଦାର ପୂର୍ଣ୍ଣଚନ୍ଦ୍ର ପାତ୍ର, ଡା. ମୃତ୍ୟୁଞ୍ଜୟ ମିଶ୍ର, ଥାନା ଆଇଆଇସି କୃଷ୍ଣଚନ୍ଦ୍ର ପଲେଇ, ମେଡ଼ିକାଲ ଟିମ୍ ସହ ସେଠାରେ ପହଞ୍ଚତ୍ ଭଡ଼ାଟିଆ ପରିବାରର ସମସ୍ତ ସଦସ୍ୟଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରିଥିଲେ। ଘର ମାଲିକଙ୍କ ବୃଦ୍ଧା ମା’ ବାପା ଏବଂ ବଡ଼ ଭାଇମାନେ ପରିବାରରେ ରହୁଥିବାରୁ ସେ ଭଡ଼ାଟିଆଙ୍କୁ ରଖିବା ପାଇଁ ବାରଣ କରିଥିଲେ। ଅତିରିକ୍ତ ଜିଲାପାଳ ସମ୍ବିତ କୁମାର ନାୟକ ଏହି ଘଟଣାରେ ହସ୍ତକ୍ଷେପ କରି ଭଡ଼ାଟିଆଙ୍କ ପରିବାରର ଦୁଇଜଣ ଲୋକଙ୍କୁ ସାବଧାନତା ସହକାରେ ରହିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଅନ୍ୟ ସମ୍ପର୍କୀୟଙ୍କ ଅନ୍ୟତ୍ର ରହିବା ପାଇଁ ଅଧିକାରୀମାନେ ଏକ ପ୍ରସ୍ତାବ ଦେଇଛନ୍ତି। ଖବର ଲେଖା ହେବା ପର୍ଯ୍ୟନ୍ତ ଏ ବିଷୟରେ ଅଧିକାରୀମାନେ ଘର ମାଲିକଙ୍କ ସହ ଆଲୋଚନା କରୁଥିବାର ଜଣାପଡ଼ିଛି।
ଅଡ଼ରବଜାର ଓଡ଼ିଏନ୍ ଟକିଜ୍ ପଛପଟେ ଦୀର୍ଘଦିନ ହେଲା ଅମିତ୍ ଶର୍ମା ନାମକ ବ୍ୟକ୍ତି ଭଡ଼ାରେ ରହିଆସୁଛନ୍ତି। ତାଙ୍କ ବାପାଙ୍କ ଦେହ ଖରାପ ଥିବା କାରଣରୁ ସେ ଭୁବନେଶ୍ୱରସ୍ଥିତ ଏକ ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ଯାଇଥିଲେ। ସେଠାରେ କିଛିଦିନ ଚିକିତ୍ସା ପରେ ଗୁରୁବାର ଅପରାହ୍ନ ୨ଟା ସମୟରେ ଅମିତ ପରିବାର ସହ ବାଲେଶ୍ୱରସ୍ଥିତ ଭଡ଼ାଘରକୁ ଫେରିଥିଲେ। କରୋନା ଭୂତାଣୁ ସଂକ୍ରମଣ ଭୟରେ ଘର ମାଲିକ ସେମାନଙ୍କୁ ଘର ଭିତରେ ପଶିବାକୁ ଦେଇ ନ ଥିଲେ। ଅନ୍ୟତ୍ର ରହିବା ପାଇଁ କହିଥିଲେ।
Posted inଆମ ଜିଲା ଖବର, ବାଲେଶ୍ୱର View All
ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ
ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…
ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା
ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…
ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…
ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…
ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ
ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…
ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍: ଅଭିଯୁକ୍ତ ଯୁବକ ଗିରଫ
ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…
ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା
ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…
ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ
ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍ ପରେ…
ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ
ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…
Archives

