ଭୁବନେଶ୍ୱର ବସ୍ତିରେ ସଂକ୍ରମଣ, ରାଜ୍ୟକୁ ବିପଦ

ଭୁବନେଶ୍ୱର, ୬ା୬(ବ୍ୟୁରୋ): ରାଜ୍ୟର ପ୍ରଥମ କରୋନା ଆକ୍ରାନ୍ତ ଭୁବନେଶ୍ୱରରୁ ଚିହ୍ନଟ ହୋଇଥିଲେ। ଏହାର ମାତ୍ର କେଇଟା ଦିନ ଭିତରେ ରାଜଧାନୀରେ ହୁହୁ ହୋଇ ବଢ଼ିଥିଲା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ରାଜ୍ୟ ସରକାର, ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଓ କମିଶନରେଟ ପୋଲିସର ଆବଶ୍ୟକ ପଦକ୍ଷେପ ସ୍ଥିତିକୁ ନିୟନ୍ତ୍ରଣକୁ ନେଇଆସିଥିଲା। ଏଥିସହ ଜନସାଧାରଣଙ୍କ ସଚେତନତା ଓ ସତର୍କତା କରୋନାକୁ କିଛିଦିନ ପାଇଁ ଦୂରେଇ ଦେଇଥିଲା। ହେଲେ କଟକଣା କୋହଳ ହେବା ପରେ ସହରରେ ପୁଣି କାୟା ମେଲିଲାଣି କରୋନା। ଶେଷ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଚିହ୍ନଟ ହୋଇଥିବା ୧୩୦ ନୂଆ ପଜିଟିଭ୍‌ ମଧ୍ୟରୁ ୬ ଲୋକାଲ କେସ୍‌ କେବଳ ବିଏମ୍‌ସି ଅଞ୍ଚଳରୁ ଆସିଥିବା ଜଣାପଡ଼ିଛି। ଭୁବନେଶ୍ୱର ୟୁନିଟ-୪ ଅଞ୍ଚଳରୁ ୨, ଡୁମୁଡୁମା, ସାଲିଆ ସାହି, ଆଇଗିଣିଆ, ଲକ୍ଷ୍ମୀସାଗରରୁ ଜଣେ ଲେଖାଏ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଶୁକ୍ରବାର ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। ଉଦ୍‌ବେଗର ବିଷୟ ହେଲା, ରାଜଧାନୀର ସବୁଠୁ ବଡ଼ ବସ୍ତି ସାଲିଆସାହିରୁ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ଜଣେ ମହିଳା ହୋଇଥିବାବେଳେ ସରକାରୀ ହସ୍ପିଟାଲରେ ଏକ ଶିଶୁକୁ ଜନ୍ମ ଦେଇଛନ୍ତି। ଉଭୟଙ୍କର ନମୁନା ପରୀକ୍ଷା ପାଇଁ ପଠାଯାଇଥିବାବେଳେ ମା’ର ପଜିଟିଭ୍‌ ଓ ନବଜାତ ଶିଶୁର ନେଗେଟିଭ୍‌ ଆସିଛି। ବସ୍ତିରୁ କରୋନା ପଜିଟିଭ୍‌ ଚିହ୍ନଟ ହେବା ପ୍ରଥମ ଘଟଣା ହୋଇଥିବାବେଳେ ଏହାକୁ ନେଇ ବିଏମ୍‌ସିର ଚିନ୍ତା ବଢ଼ିଛି। ତୁରନ୍ତ ସାଲିଆସାହିରେ ସ୍ବାସ୍ଥ୍ୟ ପରୀକ୍ଷା ଓ ନମୁନା ପରୀକ୍ଷଣ ମାତ୍ରାକୁ ବଢ଼ାଇ ଦିଆଯାଇଛି। ଏଥିସହ କଣ୍ଟ୍ରାକ୍ଟ ଟ୍ରେସିଂକୁ ଜୋର୍‌ଦାର କରାଯାଇଥିବା ବିଏମ୍‌ସି କମିଶନର ପ୍ରେମ୍‌ଚନ୍ଦ୍ର ଚୌଧାରୀ କହିଛନ୍ତି। ଅନ୍ୟପକ୍ଷରେ ଯାହା ଆଶଙ୍କା କରାଯାଉଥିଲା ଶେଷରେ ସେହି ଆଡକୁ କରୋନା ସ୍ଥିତି ଗତି କରୁଛି। ସହର ଓ ଉପକଣ୍ଠରେ ଗଢ଼ି ଉଠିଥିବା ଶତାଧିକ ବସ୍ତିରେ ରାଜ୍ୟର ସବୁ ଜିଲାର ଲୋକ ରହୁଛନ୍ତି। ତେବେ ବସ୍ତିରେ ଲୋକଙ୍କ ରହଣି ଓ ଚଳଣିକୁ ଅନୁଧ୍ୟାନ କଲେ ଆଗକୁ ଭୁବନେଶ୍ୱରକୁ ବସ୍ତି ସଂକ୍ରମଣ ହିଁ ବିପଦ ଆଣିବ। ଏହିଠାରୁ ହିଁ ରାଜ୍ୟର ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହେବ ବୋଲି ଆଶଙ୍କା ପ୍ରକାଶ ପାଇଲାଣି।
ସୂଚନାଯୋଗ୍ୟ, ଖୋର୍ଦ୍ଧା ଜିଲାରୁ ଚିହ୍ନଟ ନୂଆ ୨୨ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ବିଏମ୍‌ସି ଅଞ୍ଚଳରୁ ୧୩ ପଜିଟିଭ୍‌ ରହିଛନ୍ତି। ୬ଜଣ ସ୍ଥାନୀୟ ସଂକ୍ରମିତ ଓ ୭ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିଲେ। ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ଆକ୍ରାନ୍ତଙ୍କ ବିବରଣୀ ମଧ୍ୟ ବିଏମ୍‌ସି ପକ୍ଷରୁ ଜାରି କରାଯାଇଛି। ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଥିବା ପାତ୍ରପଡା ଆକ୍ରାନ୍ତ ଜଣକ ଦିଲ୍ଲୀ ଫେରନ୍ତା। ସେହିପରି ନ୍ୟୁ ଫରେଷ୍ଟ ପାର୍କରୁ ଚିହ୍ନଟ ୨ ଆକ୍ରାନ୍ତ ଓ ଲକ୍ଷ୍ମୀସାଗରୁ ଚିହ୍ନଟ ଜଣେ ଆକ୍ରାନ୍ତଙ୍କର ମଧ୍ୟ ଟ୍ରାଭେଲ ହିଷ୍ଟ୍ରି ଦିଲ୍ଲୀ ରହିଛି। ଟଙ୍କପାଣି ରୋଡ୍‌ରୁ ଚିହ୍ନଟ ଆକ୍ରାନ୍ତ ଝାରଖଣ୍ଡରୁ ଫେରିଥିବାବେଳେ ଚିନ୍ତାମଣିଶ୍ୱର ଆକ୍ରାନ୍ତ ମହାରାଷ୍ଟ୍ରରୁ ଆସିଛନ୍ତି। ସେହିପରି ପୁରୁଣା ଭୁବନେଶ୍ୱର (ଓଲ୍ଡ ଟାଉନ୍‌) ଆକ୍ରାନ୍ତଙ୍କ ପଶ୍ଚିମବଙ୍ଗ ଲିଙ୍କ୍‌ ରହିଛି। ଗୁରୁବାର ମଧ୍ୟ ଭୁବନେଶ୍ୱରରୁ ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୩ଜଣ ସ୍ଥାନୀୟ ଆକ୍ରାନ୍ତ ଥିବାବେଳେ ଜଣେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିଲେ। ଫଳରେ ଏବେ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତ ସଂଖ୍ୟା ୮୧କୁ ବୃଦ୍ଧି ପାଇଛି। ୫୧ଜଣ ସୁସ୍ଥ ହୋଇଥିବାବେଳେ ୨୭ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି ଓ ୩ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri