ଭୁବନେଶ୍ୱର, ବାଲେଶ୍ୱରରୁ ୫ ବ୍ରାଉନସୁଗାର ଡିଲର ଗିରଫ: ୩୨୪ ଗ୍ରାମ ବ୍ରାଉନସୁଗାର, ୩.୫ ଲକ୍ଷ ଟଙ୍କା ଜବତ

ଭୁବନେଶ୍ୱର, ୨୦।୧(ବ୍ୟୁରୋ): ପୋଲିସ ଡିଜିଙ୍କ କଡା ନିର୍ଦ୍ଦେଶ ପରେ କ୍ରାଇମବ୍ରାଞ୍ଚର ଏସଟିଏଫ୍‌ ଟିମ୍‌ ନିଶା ମାଫିଆଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନେଇଛି। ରବିବାର ଏସଟିଏଫ୍‌ ଟିମ୍‌ ବାଲେଶ୍ୱର ଏବଂ ଭୁବନେଶ୍ୱରର ବିଭିନ୍ନ ଯାଗାରେ ଚଢାଉ କରି ୫ ବ୍ରାଉନସୁଗାର ଡିଲରଙ୍କୁ ଗିରଫ କରିଛି। ସେମାନେ ହେଲେ ଇନଫୋସିଟି ଥାନା ଅଞ୍ଚଳର ଏସକେ ସାଗ୍‌ବା(୨୨), ବାଲେଶ୍ୱର ଟାଉନର ତନ୍ମୟ କୁମାର ସାହୁ(୨୦), ଏସ.କେ ଫକୀର(୨୮), ଏମଡି ସୋହେଲ(୨୮) ଏବଂ ଏସକେ ସାଇବୁଲ୍‌। ସେମାନଙ୍କ ନିକଟରୁ ୩୨୪ ଗ୍ରାମ ବ୍ରାଉନସୁଗାର ଏବଂ ୩.୫ ଲକ୍ଷ ଟଙ୍କା ଜବତ କରାଯାଇଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ବ୍ରାଉନସୁଗାର ମାଫିଆଙ୍କ ଘର ବାଂଲାଦେଶ ବୋଲି ଜଣାପଡିଛି। ସେମାନେ ବାଂଲାଦେଶରୁ ଜଳପଥରେ ବ୍ରାଉନସୁଗାର ବାଲେଶ୍ୱରକୁ ଆଣୁଥିଲେ ଏବଂ ସେଠାରୁ ବିଭିନ୍ନ ସ୍ଥାନକୁ ଚାଲାଣ କରୁଥିଲେ। ଏପରିକି ରାଜଧାନୀର ଏକାଧିକ ଡିଲର ସେମାନଙ୍କଠାରୁ ବ୍ରାଉନସୁଗାର ଆଣି ଖୁଚୁରା ବ୍ୟବସାୟୀଙ୍କୁ ବିକ୍ରି କରୁଥିଲେ। ଏନେଇ ଏସଟିଏଫ୍‌ ଟିମ୍‌ ଜାଣିବା ପରେ ସେମାନଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୫: SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ…

ସରକାରଙ୍କ ବଡ଼ ଘୋଷଣା; ମହିଳାଙ୍କୁ ମାସିକ ୩ ହଜାର, ୭ମ ବେତନ ଆୟୋଗ ଲାଗୁ, ମାଗଣା ବସ୍ ଯାତ୍ରା

କୋଲକାତା,୧୮।୫: ପଶ୍ଚିମବଙ୍ଗର ଶୁଭେନ୍ଦୁ ସରକାର ତାଙ୍କର ଦ୍ୱିତୀୟ କ୍ୟାବିନେଟ୍ ବୈଠକରେ ପାଞ୍ଚଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ଅନୁମୋଦନ କରିଛନ୍ତି । ଏଥିରେ ମହିଳାମାନଙ୍କୁ ମାସିକ ୩ ହଜାର ଆର୍ଥିକ…

ମସ୍କଙ୍କ ବୟାନକୁ ନେଇ ସୋସିଆଲ ମିଡିଆରେ ହଇଚଇ, ଝିଅମାନଙ୍କ…

ନୂଆଦିଲ୍ଲୀ,୧୮।୫: ଏଲନ ମସ୍କ ପୁଣିଥରେ ନିଜ ବୟାନକୁ ନେଇ ଖବରର ଶିରୋନାମା ପାଲଟିଛନ୍ତି । ଏଥର ସେ ଇନଷ୍ଟାଗ୍ରାମକୁ “ଝିଅମାନଙ୍କ ପ୍ଲାଟଫର୍ମ” ବୋଲି କହି ଏକ ନୂତନ…

ଭୁବନେଶ୍ବରରେ ତେଲ ସ୍ଥିତିକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା, କାଲିଠୁ….

ଭୁବନେଶ୍ବର,୧୮।୫: ରାଜ୍ୟରେ ତେଲ ସଂକଟ ଭିତରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ବୟାନ ସାମ୍ନାକୁ ଆସିଛି । ତୈଳ ସ୍ଥିତିକୁ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିବା…

ଯୁକ୍ରେନ ଡ୍ରୋନ ମାଡ଼ରେ ମାଧବନ୍ଧର ଓଡ଼ିଆ ଯୁବକ ମୃତ, ଚାକିରି କରିବାକୁ ରୁଷିଆ ଯାଇଥିଲେ ରାମେୟା

ଚିକିଟି,୧୮।୫(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ମାଧବନ୍ଧ ଗ୍ରାମର ଜଣେ ଯୁବକ ଯୁକ୍ରେନର ଡ୍ରୋନ ମାଡ଼ରେ ପ୍ରାଣ ହରାଇଛନ୍ତି । ଶନିବାର ତାଙ୍କର…

୨୦ ଦିନରେ କୋଟି କୋଟି ଟଙ୍କାର ଶେୟାର କିଣିଲେ ଟ୍ରମ୍ପ, ଥରି ଉଠିଲା ଆମେରିକା

ଓ୍ବାଶିଂଟନ,୧୮।୫: ଏହି ବର୍ଷର ପ୍ରଥମ ତିନି ମାସ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କିମ୍ବା ତାଙ୍କ ପରାମର୍ଶଦାତାମାନେ ୩,୭୦୦ରୁ ଅଧିକ ଷ୍ଟକ ବାଣିଜ୍ୟ କରିଛନ୍ତି। ଏହି…

କୋଣାଦିତ୍ୟରେ ନବ ଆଳତି ପରମ୍ପରା

ପଦ୍ମକ୍ଷେତ୍ର କୋଣାର୍କଠାରେ ଅଭିନବ ଆଳତି ପରମ୍ପରା କଥା ପୂର୍ବ ସଂଖ୍ୟାରେ ଆମେ ଆଲୋଚନା କରିଥିଲେ। ତାହାର ଏକ ଚମତ୍କାର ଦିଗ ରହିଛି। ଭାରତରେ ଅନ୍ୟ କେଉଁ କ୍ଷେତ୍ର…

କ୍ରାଇମବ୍ରାଞ୍ଚ DGଙ୍କ ବଡ଼ ବୟାନ: ସୌମ୍ୟ ହତ୍ୟାର ସବୁ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୫: କ୍ରାଇମବ୍ରାଞ୍ଚ DG ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ସବୁ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଥିବା DG ମିଶ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri