ଭୁବନ ସ୍ବାସ୍ଥ୍ୟକେନ୍ଦ୍ରରେ ପଶିଲା ବର୍ଷାପାଣି

ଭୁବନ, ୭।୮(ଡି.ଏନ୍‌.ଏ.)-ଲଘୁଚାପ ପ୍ରଭାବରେ ମଙ୍ଗଳବାର ସନ୍ଧ୍ୟାରେ ଭୁବନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ଏହାର ସିଧାସଳଖ ପ୍ରଭାବ ପଡ଼ିଛି ସ୍ବାସ୍ଥ୍ୟସେବା ଉପରେ। ଡାକ୍ତରଖାନାରେ ବର୍ଷାଜଳ ପଶିଛି। ରାତି ୯ଟା ସୁଦ୍ଧା ରୋଗୀଙ୍କ ଓ୍ବାର୍ଡ, ଅପରେଶନ ଥିଏଟର, ଲେବର ରୁମ୍‌, ବାରଣ୍ଡାରେ ପାଣି ଜମିରହିଛି। ଫଳରେ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସିଥିବା ୨ଜଣ ଆସନ୍ନ ପ୍ରସବା ବାଧ୍ୟ ହୋଇ ଫେରିଯାଇଛନ୍ତି। ଏପରି ଅବ୍ୟବସ୍ଥାକୁ ନେଇ ରୋଗୀ ଏବଂ ସମ୍ପର୍କୀୟଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।
ଜିଲାର ଅନ୍ୟତମ ପୁରାତନ ଚିକିତ୍ସାଳୟ ହେଉଛି ଭୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର। ଏହା ଉପରେ ଭୁବନ ବ୍ଲକ, ଏନ୍‌ଏସି ସମେତ ସୀମାନ୍ତ ଯାଜପୁର ଜିଲାର ହଜାର ହଜାର ରୋଗୀ ନିର୍ଭର କରୁଛନ୍ତି। ତେବେ ସାମାନ୍ୟ ବର୍ଷା ହେଲେ ରୋଗୀ ଯନ୍ତ୍ରଣା ଭୋଗୁଛନ୍ତି। ଏହାର କାରଣ ଢାଞ୍ଚାଗତ ନିର୍ମାଣ ତ୍ରୁଟି ବୋଲି ସ୍ଥାନୀୟ ବାସିନ୍ଦା କହିଛନ୍ତି। ଖାଲୁଆ ଜମିରେ ଡାକ୍ତରଖାନା ତିଆରି କରାଯାଇଥିଲା। ପରବର୍ତ୍ତୀ ସମୟରେ ଏହାର ଚତୁଃପାର୍ଶ୍ୱରେ ଉଚ୍ଚ ରାସ୍ତା ନିର୍ମାଣ କରାଯାଇଛି। ସାମାନ୍ୟ ବର୍ଷା ହେଲେ ନର୍ଦ୍ଦମା ପାଣି ପଶି ପୁତ୍ତିଗନ୍ଧମୟ ପରିବେଶ ସୃଷ୍ଟି ହେଉଛି। ବାରମ୍ବାର ଦାବିସତ୍ତ୍ୱେ ଏହାର ପ୍ରତିକାର କରାଯାଉନାହିଁ। ଫଳରେ ସଂକ୍ରମଣ ଆଶଙ୍କା ରହୁଥିବାରୁ ରୋଗୀମାନେ ଏଠାକୁ ଆସିବାକୁ ନାକ ଟେକୁଛନ୍ତି। ମଙ୍ଗଳବାର ମଧ୍ୟ ବର୍ଷା ପରେ ସମାନ ପରିସ୍ଥିତି ସୃଷ୍ଟି ହୋଇଛି। କେବଳ ଏତିକି ନୁହେଁ, ଦୀର୍ଘଦିନ ହେଲା ରୋଗୀ କଲ୍ୟାଣ ବୈଠକ ଡକାଯାଇନାହିଁ। ସ୍ବାସ୍ଥ୍ୟକେନ୍ଦ୍ରର ସମସ୍ୟା ଆଲୋଚନା ହୋଇପାରୁ ନ ଥିବାରୁ ସମସ୍ୟା ବଢ଼ିବାରେ ଲାଗିଛି। ଏହାର ପ୍ରତିକାର କରିବାକୁ ବୁଦ୍ଧିଜୀବୀମାନେ ଦାବି କରିଛନ୍ତି।
ଏ ନେଇ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡା. ରମେଶ ଚନ୍ଦ୍ର ସାହୁ କୁହନ୍ତି, ବର୍ଷା ହେଲେ ବିଭିନ୍ନ ଓ୍ବାର୍ଡରେ ପାଣି ପଶୁଛି। ସ୍ବାସ୍ଥ୍ୟକେନ୍ଦ୍ର ପଶ୍ଚିମପାର୍ଶ୍ୱ ଦେଇ ବର୍ଷାପାଣି ନିଷ୍କାସନ ବ୍ୟବସ୍ଥା କରାଯାଇପାରିବ। ହେଲେ ପାଚେରିକୁ ଲାଗି ରହିଥିବା ଦୋବୋତ୍ତର ବିଭାଗ ଜମିକୁ କେତେଜଣ ବ୍ୟକ୍ତି ଜବରଦଖଲରେ ରଖିଛନ୍ତି। ସେମାନେ ପାଣି ନିଷ୍କାସନ କରିବାକୁ ଦେଉନାହାନ୍ତି। ଏ ନେଇ ସିଡିଏମ୍‌ଓଙ୍କୁ ଅବଗତ କରାଯାଇଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri