ଭୁଲ ଇଞ୍ଜେକ୍‌ସନ ଦେବାରୁ ନାବାଳିକା ମୃତ : କ୍ଲିନିକ୍‌ରେ ଭଙ୍ଗାରୁଜା, ଡାକ୍ତର ଅଟକ

ନିଆଳି,୨୬ା୮(ଡି.ଏନ୍‌.ଏ.)ନିଆଳି ଥାନା ଅଧୀନ ନିଆଳି ପବ୍ଲିକ କ୍ଲିନିକ୍‌ରେ ରବିବାର ଅପରାହ୍ନରେ ଚିକିତ୍ସାଧିନ ଅବସ୍ଥାରେ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାଲିପାଟଣା ଥାନା ଅଧୀନ ଦରଡା ଗ୍ରାମର କ୍ରିଷ୍ଣା ନାୟକ(୭)। ଡାକ୍ତର ଭୁଲ୍‌ ଇଞ୍ଜେକଶନ ଦେବାରୁ କ୍ରିଷ୍ଣାଙ୍କ ମୃତ୍ୟୁ ଘଟିଲା ବୋଲି ତାଙ୍କ ମାଆ ରୀତା ନାୟକ ଅଭିଯୋଗ କରିଛନ୍ତି। ଏହାକୁ ନେଇ ଉତ୍ତେଜନା ଦେଖାଦେବା ସହ ଉତ୍ତ୍ୟକ୍ତ ଲୋକେ କ୍ଲିନିକରେ ଭଙ୍ଗାରୁଜା କରିଥିଲେ। ଖବରପାଇ ପୋଲିସ ପହଞ୍ଚି ସମ୍ପୃକ୍ତ ଡାକ୍ତରଙ୍କୁ ଥାନାକୁ ଆଣିବା ସହ ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ପରିସ୍ଥିତି ଶାନ୍ତ ରହିଥିଲା।
ମିଳିଥିବା ସୂଚନା ଅନୁଯାୟୀ, କ୍ରିଷ୍ଣା ଆଜ୍‌ମା ରୋଗରେ ପୀଡିତ ଥିଲେ। ଚିକିତ୍ସାଲାଗି ତାଙ୍କୁ ରବିବାର ଉକ୍ତ କ୍ଲିନିକ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସା କରୁଥିବା ଡା. ରାଧାକାନ୍ତ ପଣ୍ଡା ତାଙ୍କୁ ଇଞ୍ଜେକଶନ ଦେଇଥିଲେ। ପରେ କ୍ରିଷ୍ଣା ଆହୁରି ଅସୁସ୍ଥ ହୋଇପଡ଼ିଥିଲେ। ଗୁରୁତର ଅବସ୍ଥାରେ ପରିବାର ଲୋକେ ତାଙ୍କୁ ତୁରନ୍ତ ନିଆଳି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପ୍ରଚାରିତ ହୋଇଯିବା ପରେ ମୃତା କ୍ରିଷ୍ଣାଙ୍କ ପରିବାର ଲୋକେ ଓ ସମ୍ପର୍କୀୟମାନେ ଉକ୍ତ କ୍ଲିନିକ୍‌ରେ ପହଞ୍ଚି ଭଙ୍ଗାରୁଜା କରିଥିଲେ। ଅଭିଯୋଗ ପରେ ପୋଲିସ ଏକ ମାମଲା(ନଂ.୧୯୬/୧୯) ରୁଜୁ କରିବା ସହ ସମ୍ପୃକ୍ତ ଡାକ୍ତରଙ୍କୁ ଅଟକ ରଖି ତଦନ୍ତ କରୁଥିବା ନିଆଳି ଥାନା ଆଇଆଇସି ବିଜୟ କୁମାର ମଲ୍ଲିକ କହିଛନ୍ତି। ଅନ୍ୟପକ୍ଷରେ ଡା. ପଣ୍ଡା କହିଛନ୍ତି, ପିଲାଟି ଆଜ୍‌ମା ରୋଗରେ ପିଡିତ ଥିବାରୁ ତାଙ୍କୁ ଡିଓସେଫ୍‌ ୭୫୦ ଓ ଡେକ୍ସାମିଥାଜୋନ୍‌ ଇଞ୍ଜେକ୍‌ସନ୍‌ ଦିଆଯାଇଥିଲା। ହେଲେ ଝିଅର ମୃତ୍ୟୁ ପାଇଁ ମୁଁ ଦାୟୀ ନୁହେଁ। କେତେଜଣ ଲୋକ ଆକ୍ରୋଶମୂଳକ ଭାବେ ମୋତେ ଦୋଷ ଦେଉଛନ୍ତି। ଝିଅର ମୃତ୍ୟୁ ପରେ ମୋତେ କେତେଜଣ ଲୋକ ଏଥିପାଇଁ ବହୁତ ଅର୍ଥ ମାଗୁଥିଲେ। ମୁଁ ନ ଦେବାରୁ ମୋ ବିରୋଧରେ ଏଭଳି ଷଡଯନ୍ତ୍ର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri