ଭୁଶୁଡ଼ିଲା ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପ

ପରଜଙ୍ଗ, ୪।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପାଟରପଦା ପଞ୍ଚାୟତ ଅଧୀନ କଟାବାହାଳ ଗ୍ରାମରେ ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପ ମଙ୍ଗଳବାର ଭୁଶୁଡ଼ି ପଡ଼ିଛି। ଘଟଣା ସ୍ଥଳରେ କାର୍ଯ୍ୟରତ ଶ୍ରମିକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ନିମ୍ନମାନର କାମ ଯୋଗୁ ଏପରି ଦୁର୍ଘଟଣା ଘଟିଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏହି ଟାଙ୍କି କାର୍ଯ୍ୟକ୍ଷମ ହେଲେ ୫୦୦ରୁ ଊର୍ଦ୍ଧ୍ୱ ପରିବାର ଖରାଦିନେ ଜଳକଷ୍ଟରୁ ମୁକ୍ତିପାଇବେ ବୋଲି ଆଶା ବାନ୍ଧିଥିଲେ। ହେଲେ ଟାଙ୍କି ଭୁଶୁଡ଼ିଯିବା ପରେ ସେମାନଙ୍କ ସବୁ ଆଶା ମଉଳି ଯାଇଥିବା ଅଞ୍ଚଳବାସୀ କ୍ଷୋଭର ସହ କହିଛନ୍ତି।
ସୂଚନାଯୋଗ୍ୟ, ଉକ୍ତ ପ୍ରକଳ୍ପ ଲାଗି ୧ କୋଟି ଟଙ୍କାର ଟେଣ୍ଡର ହୋଇଥିଲା। ଈଶ୍ୱର ଚନ୍ଦ୍ର ଦଣ୍ଡପାଟଙ୍କ ନାମରେ ବିଭାଗ ତରଫରୁ ଏହାର ଏଗ୍ରିମେଣ୍ଟ କରାଯାଇଛି। ହେଲେ ପେଟି କଣ୍ଟ୍ରାକ୍ଟରଙ୍କ ସହାୟତାରେ ୭ରୁ ଊର୍ଦ୍ଧ୍ୱ ଭାଗୀଦାରି ହୋଇ ଏହି କାର୍ଯ୍ୟ କରୁଥିଲେ। ଉକ୍ତ ପାଣି ଟାଙ୍କିର ବିମ୍‌ କାର୍ଯ୍ୟ ଶେଷ ହୋଇଥିବାବେଳେ ଛାତ ପଡୁଥିଲା। ହେଲେ ସିଣ୍ଟରିଂ ଦବି ଯିବାରୁ ପ୍ରକଳ୍ପ ଭୁଶୁଡ଼ି ପଡ଼ିଛି। ଘଟଣା ପ୍ରଘଟ ହେବା ପରେ ଏହାକୁ ଚପାଇ ଦେବାକୁ ଉଦ୍ୟମ କରାଯାଉଛି। ରାତାରାତି ଶ୍ରମିକ ଲଗାଇ ପକାଯାଇଥିବା କଂକ୍ରିଟ୍‌ ଢଳେଇ ଭଙ୍ଗାଯାଉଥିବା ଗ୍ରାମବାସୀ କହିଛନ୍ତି।
ଏ ନେଇ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ଯନ୍ତ୍ରୀ-୧ ତ୍ରିଲୋଚନ ପ୍ରଧାନ କୁହନ୍ତି, ନିର୍ମାଣାଧୀନ ପାଣି ଟାଙ୍କିର ମଧ୍ୟଭାଗରେ ସିଣ୍ଟରିଂ ଦବିଯିବାରୁ ଏହାର ଛାତ ଭୁଶୁଡ଼ି ପଡ଼ିଛି। ତାଙ୍କୁ ଭଙ୍ଗାଯାଇ ପୁନର୍ବାର ନିର୍ମାଣ କରାଯିବ। ତେବେ ନିମ୍ନମାନର କାମକୁ ସେ ଅସ୍ବୀକାର କରିଛନ୍ତି। ହେଲେ ପେଟି କଣ୍ଟ୍ରାକ୍ଟରଙ୍କ ଯୋଗୁ କାମ କରିବାରେ ସମସ୍ୟା ହେଉଥିବା ସେ ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri