Posted inUncategorized

ଭୁଷଣ୍ଡେଶ୍ୱର ମନ୍ଦିର ନିର୍ମାଣ ଶୁଭାରମ୍ଭ: ଖର୍ଚ୍ଚ ହେବ ୧୨ରୁ ୧୫କୋଟି ଟଙ୍କା

ଭୋଗରାଇ, ୬।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୁବର୍ଣ୍ଣରେଖା ନଦୀ ତଟରେ ଅବସ୍ଥିତ ଏସିଆର ସର୍ବବୃହତ୍‌ ଶିବଲିଙ୍ଗ ଭୁଷଣ୍ଡେଶ୍ୱର ମନ୍ଦିର ଦୀର୍ଘବର୍ଷ ଧରି ଧରାଶାୟୀ ହୋଇଛି। ଏଥିପାଇଁ ବହୁ ଶୈବଭକ୍ତ ଜନପ୍ରତିନିଧି, ସ୍ଥାନୀୟ ଜନସାଧାରଣ, ରାଜନେତା, ବଦାନ୍ୟବ୍ୟକ୍ତିମାନେ ମନ୍ଦିର ନିର୍ମାଣ ପାଇଁ ସାହାଯ୍ୟର ହାତ ବଢ଼ାଇଛନ୍ତି। ଭୋଗରାଇ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ ଏବଂ ପୂର୍ବତନ ଏମ୍‌ପି ଡ. କାର୍ତ୍ତିକେଶ୍ୱର ପାତ୍ର ମନ୍ଦିର ନିର୍ମାଣ ନିମନ୍ତେ ଉଦ୍ୟମ ଜାରି ରଖିଛନ୍ତି। ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଅନୁରୂପ ଭାବେ ଭୁଷଣ୍ଡେଶ୍ୱର ମନ୍ଦିର ନିର୍ମାଣ ନିମନ୍ତେ ୧୨ରୁ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆକଳନ କରାଯାଇଛି। ପୂର୍ତ୍ତବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, ଡ୍ରେନେଜ୍‌ ବିଭାଗର ବରିଷ୍ଠ ଇଞ୍ଜିନିୟରମାନଙ୍କ ଦ୍ୱାରା ମନ୍ଦିର ଡିଜାଇନ୍‌ ଚୂଡ଼ାନ୍ତ ପ୍ରସ୍ତୁତ ହୋଇଥିବାବେଳେ ବୁଧବାର ବିଧାୟକ ଅନନ୍ତ ଦାସ ମନ୍ଦିର ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି। ଟିଣଛପର ଘରେ ପୂଜା ପାଉଥିବା ଭୁଷଣ୍ଡେଶ୍ୱର ଜୀଉଙ୍କଠାରେ ବିଧାୟକ, ପୂର୍ବତନ ଏମ୍‌ପିଙ୍କ ସହିତ ବହୁ ଇଞ୍ଜିନିୟର, ଜନପ୍ରତିନିଧି, ସ୍ଥାନୀୟ ଜନସାଧାରଣ ପୂଜା ପାଠ କରି ମନ୍ଦିର ନିର୍ମାଣ ପାଇଁ ସମସ୍ତଙ୍କର ସହଯୋଗ ଲୋଡ଼ିଛନ୍ତି। ଭୂଷଣ୍ଡେଶ୍ୱର ମନ୍ଦିର ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେଲେ ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ିବା ସହିତ ସ୍ଥାନୀୟ ଲୋକଙ୍କ ସାମାଜିକ ଓ ଅର୍ଥନୀତିରେ ବିକାଶ ଘଟିବ ବୋଲି ବିଧାୟକ ମତ ପ୍ରକାଶ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ପଞ୍ଚାୟତ ସମିତି ସହକାରୀ ଯନ୍ତ୍ରୀ ବିଜୟ କୁମାର ଗିିରି, ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ସଞ୍ଜୟ କୁମାର ସାହୁ, ଏସ୍‌ଡ଼ିଓ ସରୋଜ କୁମାର ଦଣ୍ଡପାଟ, ପୂର୍ତ୍ତବିଭାଗର ଏସ୍‌ଡ଼ିଓ ମାନସ ରଞ୍ଜନ ସେଠୀ, ପୂର୍ବତନ ଅଧୀକ୍ଷଣ ଯନ୍ତ୍ରୀ ମାନସ ରଞ୍ଜନ ପଟ୍ଟନାୟକ, ତହସିଲଦାର ସନତ କୁମାର ନାୟକ, ସରପଞ୍ଚ ପ୍ରବୀର କୁମାର ଗିରି, ତପନ ପଣ୍ଡା, ପ୍ରଦୀପ ବେହେରା, ରତନ ବାଗ, ସମିତିସଦସ୍ୟ ଭବେନ୍ଦ୍ର ସାହୁ, ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଦୀପକ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?