ଭୂକମ୍ପର ତୀବ୍ର ଝଟକାରେ ଥରିଲା ପିଓକେ: ବ୍ୟାପକ କ୍ଷୟକ୍ଷତି, ୫ ମୃତ, ୫୦ ଆହତ

ନୂଆଦିଲ୍ଲୀ/ ଇସ୍‌ଲାମାବାଦ, ୨୪।୯:  ଦିଲ୍ଲୀ ଏନ୍‌ସିଆର୍‌ ସମେତ ଉତ୍ତର ଭାରତର ଅନେକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୬.୩ ରହିଛି। ସେହିପରି ପାକିସ୍ତାନର ଇସ୍‌ଲାମାବାଦ, ପେଶାଓ୍ବର, ରାଓ୍ବଲପିଣ୍ଡି ଓ ଲାହୋର ସମେତ ବହୁ ଅଞ୍ଚଳରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଛି। ପାକିସ୍ତାନର ଲାହୋର ଅଞ୍ଚଳରୁ ୧୭୩ କିଲୋମିଟର ଦୂର ଜାଟଲାନ ଅଞ୍ଚଳରେ ଭୂକମ୍ପର କେନ୍ଦ୍ରସ୍ଥଳ ରହିଛି। ଏହା ନିକଟରେ ମିରପୁର ସହର ରହିଥିବାରୁ ସେଠାରେ କେତେକ ଘରଦ୍ୱାର ଭୁଶୁଡ଼ିପଡ଼ିଛି। ସେହିପରି ପାକ୍‌ ଅଧିକୃତ କଶ୍ମୀର(ପିଓକେ)ରେ ଭୂକମ୍ପ ଯୋଗୁ ପ୍ରବଳ କ୍ଷୟକ୍ଷତି ହୋଇଛି। ଏଥିରେ ୫ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ସୂଚନା ମିଳିଛି। ସେଠାକାର ରାସ୍ତା ଫାଟି ଯାଇଥିବା ବେଳେ କିଛି ଗାଡ଼ିମଟର ଓଲଟିପଡ଼ିଛି। ଭଗ୍ନାବଶେଷ ତଳେ କେତେଜଣ ଲୋକ ଫସିରହିଥିବାରୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ ରୁମରେ ଅନ୍ୟ ମହିଳାଙ୍କ ସହ ସ୍ବାମୀଙ୍କୁ ଦେଖିଲେ ସ୍ତ୍ରୀ; ତା’ପରେ ହୋଟେଲରୁ ପୋଲିସ ଷ୍ଟେଶନ…

ଇନ୍ଦୋର,୧୩।୭: ମଧ୍ୟପ୍ରଦେଶର ରେୱାର ସମନ ପୋଲିସ ଷ୍ଟେଶନ ଅଞ୍ଚଳର ଏକ ହୋଟେଲରେ ଜଣେ ମହିଳା ପହଞ୍ଚି ତାଙ୍କ ସ୍ବାମୀଙ୍କୁ ଅନ୍ୟ ମହିଳାଙ୍କ ସହିତ ଥିବା ଅଭିଯୋଗ କରି…

ବିବାହ ପାଇଁ ଭାରତୀୟଙ୍କ ନୂଆ ପସନ୍ଦ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୩ା୭(ପି.ଟି.): ଭାରତୀୟମାନଙ୍କ ମଧ୍ୟରେ ବିଦେଶରେ ବିବାହ ଉତ୍ସବ ବା ଡେଷ୍ଟିନେଶନ ୱେଡିଂ କରିବାର ଆଗ୍ରହ ବଢ଼ୁଥିବା ବେଳେ ଏହି ଦୌଡ଼ରେ ଶ୍ରୀଲଙ୍କା ନୂଆ ପସନ୍ଦର ସ୍ଥାନ ପାଲଟିଛି। ୨୦୨୫ରେ…

ମଦ ନିଶା ଛାଡ଼ିବାର ସରଳ ଚିକିତ୍ସା, ବିନା କଷ୍ଟରେ…

ମଦ ଛାଡ଼ିଲେ ଯେଉଁ କଷ୍ଟଦାୟକ ଲକ୍ଷଣମାନ ଦେଖା ଦେଇଥାଏ, ସେଗୁଡିକୁ ରୋକିବା ପାଇଁ କେତେକ ନିର୍ଦ୍ଦିଷ୍ଟ ମେଡିସିନ୍‌ ବ୍ୟବହାର କରାଯାଇଥାଏ। ଏହାଦ୍ୱାରା ରୋଗୀ ବିନା କଷ୍ଟରେ ବା…

୧୮ ବର୍ଷ ପରେ CSKର ହାତ ଛାଡିଲେ ଏହି ଖେଳାଳି, ପାରସ୍ପରିକ ସହମତିରେ ଦଳରୁ ହେଲେ ଅଲଗା

ନୂଆଦିଲ୍ଲୀ,୧୩।୭: ୧୮ ବର୍ଷର ସହଭାଗିତା ପରେ ଚେନ୍ନାଇ ସୁପର କିଙ୍ଗସ ଏବଂ ମୁଖ୍ୟ ପ୍ରଶିକ୍ଷକ ଷ୍ଟିଫେନ ଫ୍ଲେମିଂ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। ସୋମବାର ଇଣ୍ଡିଆନ ପ୍ରିମିୟର…

ଦାନ୍ତବିନ୍ଧା ତାଲିକାରେ ଯୋଡ଼ା ହେଲା ଆଉ ଏକ କାରଣ…

ସାଧାରଣତଃ ଥଣ୍ଡାଜନିତ ସମସ୍ୟା କିମ୍ବା ଦାନ୍ତ ମୂଳରେ ସଂକ୍ରମଣ ହେଲେ ଦାନ୍ତ ବିନ୍ଧିଥାଏ। ତେବେ ଏହି ତାଲିକାରେ ଏବେ ଆଉ ଏକ କାରଣକୁ ଯୋଡ଼ାଯାଇଛି। ଦାନ୍ତ ବିନ୍ଧା…

ବିଡିଓଙ୍କ ବିରୋଧରେ ଅଭିଯୋଗ ଆଣିଲେ ଗ୍ରାମବାସୀ, ଦାବିପତ୍ର ପ୍ରଦାନ କରି…

କର୍ଲାମୁଣ୍ଡା:୧୩।୭,(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ଗ୍ରାମ ପଞ୍ଚାୟତ ସିଲେଟପଡ଼ା ଗ୍ରାମରେ, ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନାରେ ଗାଁର ଜନୈକ ବ୍ୟକ୍ତି…

ପ୍ଲୁଟୋକୁ ନେଇ ବିବାଦ

ପ୍ଲୁଟୋ ହେଉଛି ସୌରଜଗତର ପାଞ୍ଚଟି ବାମନ ଗ୍ରହ ମଧ୍ୟରୁ ଗୋଟିଏ। ବାସ୍ତବରେ ଆମେରିକୀୟ ଜ୍ୟୋତିର୍ବିଦ କ୍ଲାଇଡ୍‌ ଟମ୍‌ବାଓ ଏହାକୁ ୧୯୩୦ ମସିହାରେ ଆବିଷ୍କାର କରିଥିଲେ। ତା’ପରେ ଏହା…

‘ଜେଣ୍ଟଲ ମ୍ୟାନ’ ଲୁକରେ ବୈଭବ ସୂର୍ଯ୍ୟବଂଶୀ, ଯୁବରାଜ ସିଂହଙ୍କୁ ଭେଟିବା ସହ ଫଟୋ ଶେୟାର କରି ଲେଖିଲେ…

ନୂଆଦିଲ୍ଲୀ,୧୩।୭: ୧୫ ବର୍ଷୀୟ ଭାରତୀୟ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ରବିବାର ଏକ ସ୍ବତନ୍ତ୍ର ଦିନ ଥିଲା। ଇଂଲଣ୍ଡ ବିପକ୍ଷରେ ଟି୨୦ ସିରିଜ ଶେଷ ହେବା ପରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri