Posted inରାଜ୍ୟ

ଭୂତମୁଣ୍ଡାଇରେ ଟ୍ରକ୍‌ ଟର୍ମିନାଲ ନିର୍ମାଣକୁ ବିରୋଧ

କୁଜଙ୍ଗ,୨୯ା୬(ସ୍ବ.ପ୍ର.): କୁଜଙ୍ଗ ବ୍ଲକ ଭୂତମୁଣ୍ଡାଇ ପଞ୍ଚାୟତ ନିକଟବର୍ତ୍ତୀ ଜାତୀୟ ରାଜପଥ ପାର୍ଶ୍ୱରେ ପାରାଦୀପ ବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ନିର୍ମାଣ ହେବାକୁ ଥିବା ଟ୍ରକ ଟର୍ମିନାଲକୁ ବିରୋଧ କରି ଆଞ୍ଚଳିକ ସୁରକ୍ଷା ସମିତି ପକ୍ଷରୁ ଶୁକ୍ରବାର ଧାରଣା ଦିଆଯାଇଛି। ଏହି ଟର୍ମିନାଲ ନିର୍ମାଣ ପାଇଁ ଶୁକ୍ରବାର ଶିଳାନ୍ୟାସ ହେବାର ଥିବାବେଳେ ଧାରଣା ଯୋଗୁ ତାହା ବାତିଲ କରାଯାଇଥିବା କୁହାଯାଉଛି। ଏହି ସ୍ଥାନରେ ସୁପର ସ୍ପେଶିଆଲିଟି ହସ୍ପିଟାଲ ନିର୍ମାଣ ପାଇଁ ଆଞ୍ଚଳିକ ସୁରକ୍ଷା ସମିତି ପକ୍ଷରୁ ଦୀର୍ଘଦିନ ଧରି ଦାବି ହୋଇଆସୁଛି। ମାତ୍ର ଏଥିପ୍ରତି ଦୃଷ୍ଟି ଦିଆ ନ ଯାଇ ଟ୍ରକ୍‌ ଟର୍ମିନାଲ ନିର୍ମାଣ କରାଯାଉଥିବାରୁ ଜନ ଅସନ୍ତୋଷ ତେଜିବାରେ ଲାଗିଛି। ପ୍ରକାଶ ଯେ, ଗତ ଏକ ବର୍ଷ ହେଲା କୁଜଙ୍ଗ ଓ ପାରାଦୀପ ଅଞ୍ଚଳର ଜନସାଧାରଣଙ୍କୁ ଉନ୍ନତମାନର ସ୍ବାସ୍ଥ୍ୟସେବା ଯୋଗାଇଦେବା ଦାବିରେ ଭୂତମୁଣ୍ଡାଇଠାରେ ଏକ ସୁପର ସ୍ପେଶିଆଲିଟି ହସ୍ପିଟାଲ ନିର୍ମାଣ କରିବାକୁ ଆଞ୍ଚଳିକ ସୁରକ୍ଷା ସମିତି ଆନ୍ଦୋଳନ ଚଳାଇ ଆସୁଛି। ଏନେଇ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ନିକଟରେ ଦାବି ଉପସ୍ଥାପନ କରାଯାଇଛି। ମାତ୍ର ଏହି ସ୍ଥାନରେ ପାରାଦୀପ ବନ୍ଦର ପକ୍ଷରୁ ଟ୍ରକ ରହଣୀ ପାଇଁ ଟର୍ମିନାଲ ନିର୍ମାଣ କରିବାକୁ ଟେଣ୍ଡର କରାଯାଇଛି। ଏହାକୁ ଆରମ୍ଭରୁ ଆଞ୍ଚଳିକ ସୁରକ୍ଷା ସମିତି ବିରୋଧ କରିଆସୁଛି। ତେବେ ନିର୍ମାଣ ପାଇଁ କାର୍ଯ୍ୟାଦେଶ ପାଇଥିବା ଠିକା ସଂସ୍ଥା ପକ୍ଷରୁ ଶୁଭ ଦିଆଯିବାକୁ ଥିବା ସୂଚନା ପାଇ ସମିତି ବିରୋଧ ପ୍ରଦର୍ଶନ କରିଛି। ସମିତିର ବରିଷ୍ଠ ସଭ୍ୟ ପୂର୍ବତନ ସରପଞ୍ଚ ସଞ୍ଜୟ କୁମାର ସ୍ବାଇଁ, ସ୍ଥାନୀୟ ସରପଞ୍ଚ ଜ୍ୟୋତିର୍ମୟୀ ସ୍ବାଇଁ, ଦେବବାଳା ମହାପାତ୍ର, ମିନର୍ଭା ପରିଡ଼ା, ପ୍ରମୋଦ କୁମାର ସ୍ବାଇଁ, ପ୍ରଶାନ୍ତ ଚୌଧୁରୀ, ରବୀନ୍ଦ୍ର ସ୍ବାଇଁ ପ୍ରମୁଖ ଧାରଣାରେ ବସିଥିଲେ। ଆସନ୍ତା ଦିନରେ ଟ୍ରକ ଟର୍ମିନାଲ ନିର୍ମାଣକୁ ତୀବ୍ର ବିରୋଧ କରାଯିବା ସହିତ ସୁପର ସ୍ପେଶିଆଲିଟି ହସ୍ପିଟାଲ ନିର୍ମାଣ ଦାବିରେ ଆନ୍ଦୋଳନ କରାଯିବ ବୋଲି ସମିତିର ସଭାପତି ରଘୁନାଥ ସାହୁ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri