ଭୂତସରସିଙ୍ଗି ସମିତିସଭ୍ୟ ପଦବୀ ଅସିଦ୍ଧ

ଛତ୍ରପୁର,୨୫ା୧୨(ଡି.ଏନ୍‌.ଏ.): ପୁରୁଷୋତ୍ତମପୁର ବ୍ଲକ ଭୂତସରସିଙ୍ଗି ପଞ୍ଚାୟତର ସମିତିସଭ୍ୟ ପଦବୀକୁ ଛତ୍ରପୁର ସିଭିଲ ଜଜ୍‌ (ସିନିୟର ଡିଭିଜନ) ସ୍ବଂୟପ୍ରଭା ଆଚାର୍ଯ୍ୟ ମଙ୍ଗଳବାର ଅସିଦ୍ଧ ଘୋଷଣା କରିଛନ୍ତି। ଭୂତସରସିଙ୍ଗି ସମିତିସଭ୍ୟ ଭାବେ ନିର୍ବାଚିତ ହୋଇଥିବା ରମେଶ ନାୟକଙ୍କ ୩ ସନ୍ତାନ ଥିବା ଦର୍ଶାଇ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବନମାଳୀ ପ୍ରଧାନ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ରମେଶଙ୍କ ପଦବୀକୁ ଅସିଦ୍ଧ ଘୋଷଣା କରିବାକୁ ସେ ଏକ ପିଟିଶନ (୧/୧୭) ଛତ୍ରପୁର କୋର୍ଟରେ ଦାଖଲ କରିଥିଲେ। ସାକ୍ଷ୍ୟ ପ୍ରମାଣକୁ ଆଧାର କରି କୋର୍ଟ ରମେଶଙ୍କ ସମିତିସଭ୍ୟ ପଦବୀକୁ ଅସିଦ୍ଧ ଘୋଷଣା କରିଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଓକିଲ ଦେବେନ୍ଦ୍ର କୁମାର ମିଶ୍ର, ପ୍ରତିପକ୍ଷଙ୍କ ପକ୍ଷରୁ ଓକିଲ କୃଷ୍ଣଚନ୍ଦ୍ର ସାହୁ, ସରକାରଙ୍କ ପକ୍ଷରୁ ଓକିଲ ସୁରେଶ ପଣ୍ଡା ମାମଲା ପରିଚାଳନା କରୁଥିଲେ। ସୂଚନାଯୋଗ୍ୟ, ପୁରୁଷୋତ୍ତମପୁର ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ସମିତିସଭ୍ୟ ଓ ସରପଞ୍ଚମାନଙ୍କ ପକ୍ଷରୁ ଅନାସ୍ଥା ପ୍ରସ୍ତାବ ଅଣାଯାଇଛି। ଏଭଳି ସମୟରେ ଜଣେ ସମିତିସଭ୍ୟଙ୍କ ପଦବୀ ଅସିଦ୍ଧ ଘୋଷଣା ପରେ ରାଜନୈତିକ ଉଷ୍ମତା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

ବିଧାୟକଙ୍କ ହସ୍ତକ୍ଷେପ ପରେ ବେଲଗୁଣ୍ଠାରେ ଲୋକଙ୍କୁ ମିଳିଲା ବିଶୁଦ୍ଧ ପାଣି

ବେଲଗୁଣ୍ଠା, ୪।୮ (କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍.ଏ.ସି. ଅନ୍ତର୍ଗତ ୧୨ ଏବଂ ୧୩ ନମ୍ବର ୱାର୍ଡ ଭଗବତପାଟଣା ଓ ଧନିଜାପଲ୍ଲୀରେ ବିଗତ କିଛି…

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ: ଦାରିଙ୍ଗବାଡ଼ି କୃଷି କାର୍ଯ୍ୟାଳୟରେ କୃଷକଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୪।୮(ଅରୁଣ ସାହୁ): କୃଷି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୃଷକମାନଙ୍କୁ ବିଭିନ୍ନ ଯୋଜନାର ସୁଫଳ ଯୋଗାଇ ଦିଆଯାଉଛି। ବର୍ତ୍ତମାନ ଅଞ୍ଚଳରେ ଲଗାଣ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ପାଟଣା କଲେଜର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଜଗନ୍ନାଥ ମହାନ୍ତ

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ତଥା ରିଡର ଜଗନ୍ନାଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri