ଭୂତ ଭୟ: ସ୍କୁଲ ହଷ୍ଟେଲ ଛାଡ଼ିଲେ ୪୦ ଛାତ୍ରୀଛାତ୍ର

କେନ୍ଦୁଝର,୧୧।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଭଅଁରପୁର ପ୍ରାଥମିକ ବିଦ୍ୟାଳୟର ସ୍ବଳ୍ପବ୍ୟୟ ଆବାସିକ ହଷ୍ଟେଲରେ ଅଭାବନୀୟ ଘଟଣା ଘଟିଛି। ଭୂତ ଭୟରେ ହଷ୍ଟେଲରେ ଥିବା ସମସ୍ତ ଛାତ୍ରୀଛାତ୍ର ଘରକୁ ଚାଲିଯାଇଥିବା ଜଣାପଡ଼ିଛି। ତେବେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୪୦ଜଣ ଛାତ୍ରୀଛାତ୍ର ରହୁଥିବା ବେଳେ ଏବେ ସ୍କୁଲ ପରିସର ଶୂନ୍‌ଶାନ ହୋଇପଡ଼ିଛି।

ସୂଚନାନୁଯାୟୀ, ହଷ୍ଟେଲ ପାର୍ଶ୍ୱରେ ଥିବା ପରସ୍ରାଗାରକୁ ଯିବା ମାତ୍ରେ ଛାତ୍ରୀମାନେ ଚିତ୍କାର କରି ଚେତାଶୂନ୍ୟ ହୋଇପଡ଼ୁଛନ୍ତି। ଏହିଭଳି ୭ଜଣ ଚେତାଶୂନ୍ୟ ହୋଇ ସ୍ଥାନୀୟ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ଚିକିତ୍ସା ପରେ ଫେରିଥିବା କିଛି ଛାତ୍ରୀ ସ୍କୁଲ ପରିସରରେ ପୁଣି ଚେତାଶୂନ୍ୟ ହୋଇଯିବା ଘଟଣା ସ୍କୁଲରେ ଭୟର ବାତାବରଣ ବଢ଼ାଇବା ସହ ଅଭିଭାବକମାନଙ୍କୁ ଚିନ୍ତାରେ ପକାଇଛି। ଭୟଭିତ ଅଭିଭାବକମାନେ ନିଜ ପିଲାମାନଙ୍କୁ ସ୍କୁଲରୁ ଘରକୁ ନେଇ ଯାଇଛନ୍ତି।

ଗ୍ରାମବାସୀଙ୍କ କହିବାନୁଯାୟୀ, ପୂର୍ବରୁ ଏହି ସ୍ଥାନରେ ଭୌତିକ ଘଟଣା ସାମ୍ନାକୁ ଆସୁଥିଲେ ହେଁ ସ୍କୁଲ ଆରମ୍ଭ ହେବା ପରଠାରୁ କୌଣସି ଘଟଣା ସାମ୍ନାକୁ ଆସି ନ ଥିଲା। ମାତ୍ର ଗତ ୨ ଦିନ ଧରି ଏପରି ଘଟଣା ସାମ୍ନାକୁ ଆସିବା ପରେ ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଭୌତିକ କାରଣ ହେଉ ଅଥବା ଅନ୍ୟ କିଛି, ସେ ଦିଗରେ ଶିଘ୍ର ପଦକ୍ଷେପ ଗ୍ରହଣ କରି ସ୍କୁଲରେ ଶିକ୍ଷାଦାନ ସ୍ବାଭାବିକ କରିବା ପାଇଁ ଦାବି ହୋଇଛି। ଏବେ ବିଦ୍ୟାଳୟରେ ଉପସ୍ଥାନ କମିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri