ଭୂମିପୂଜାରେ ସୀମିତ ପାତାଳି ଶ୍ରୀକ୍ଷେତ୍ରର ବିକାଶ

ସୋନପୁର,୨୫।୨(ନି.ପ୍ର.)
ସୁବର୍ଣ୍ଣପୁର ଜିଲା କୋଟସମଲାଇସ୍ଥିତ ପାତାଳି ଶ୍ରୀକ୍ଷେତ୍ର ହେଉଛି ପଶ୍ଚିମ ଓଡିଶାର ଅନ୍ୟତମ ଧାର୍ମିକ ପର୍ଯ୍ୟଟନସ୍ଥଳୀ। ୨୦୦୩ ମସିହାରେ ରାଜ୍ୟ ସରକାର ଏହି ସ୍ଥାନକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦେଇଥିଲେ । ଏହି ମାନ୍ୟତା ପରେ ପୁରୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚତୁର୍ଦ୍ଧାମୂର୍ତ୍ତି ପ୍ରଦାନ କରାଯାଇଛି। ଏହି ମୂର୍ତ୍ତି ଛଲିଆ ପାହାଡରେ ଏକ ଅସ୍ଥାୟୀ ଘରେ ପୂଜା ପାଉଛନ୍ତି। ପର୍ଯ୍ୟଟନ କ୍ଷେତ୍ରର ସ୍ବୀକୃତି ପରେ ଏହି କ୍ଷେତ୍ରକୁ ପ୍ରତ୍ୟହ ପର୍ଯ୍ୟଟକ ଓ ସଂସ୍କୃତି ଗବେଷକଙ୍କ ସୁଅ ଛୁଟୁଛି। ଜଗନ୍ନାଥ ସଂସ୍କୃତିର ସୁରକ୍ଷା ଓ ପ୍ରଚାର ପ୍ରସାରରେ ଏହି କ୍ଷେତ୍ରର ମହିମା ଅନନ୍ୟ ଓ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଏଠାରେ ଏକ ମନ୍ଦିର ନିର୍ମାଣ ପାଇଁ ଦୀର୍ଘ ବର୍ଷର ଦାବି ଥିଲା। ୨୦୧୨ ଜୁଲାଇ ୫ରେ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଦ୍ୱାରା ଏକ ଭବ୍ୟ ନିର୍ମାଣ ପାଇଁ ଏଠାରେ ଭୁମିପୂଜା ହୋଇଥିଲା। ଇତିମଧ୍ୟରେ ୭ ବର୍ଷ ବିତି ଗଲାଣି । ମନ୍ଦିର ନିର୍ମାଣ କାମ ଆରମ୍ଭ ହୋଇନି। ଏ ନେଇ ଜଗନ୍ନାଥ ପ୍ରେମୀଙ୍କ ମନରେ ଅସନ୍ତୋଷ ଦେଖାଦେଇଛି ।
୨୦୧୧ରେ ପୁରୀ ମନ୍ଦିର ପ୍ରଶାସନ ଦ୍ୱାରା ପ୍ରଦତ୍ତ ଚତୁର୍ଦ୍ଧାମୂର୍ତ୍ତିଙ୍କ ପ୍ରତିଷ୍ଠା ଉତ୍ସବରେ ଗଜପତି ମହାରାଜ ଅତିଥିଭାବେ ଯୋଗଦେଇ ପାତାଳି କ୍ଷେତ୍ରରେ ଶ୍ରୀଜଗନ୍ନାଥଙ୍କୁ ରକ୍ତବାହୁ ଆକ୍ରମଣରୁ ରକ୍ଷା କରିବା ପାଇଁ ପାତାଳି କରାଯାଇଥିବା ପ୍ରକାଶ କରିଥିଲେ। ଯାହାକି ପ୍ରମାଣିକ ତଥ୍ୟ ଭାବେ ମାଦଲା ପାଞ୍ଜି ସମେତ ବହୁ ଐତିହାସିକଙ୍କ ସ୍ବୀକୃତି ରହିଛି। ଏହି ଭୁମିପୂଜା ଉତ୍ସବରେ ପୁରୀ ଝାଞ୍ଜିରୀ ମଠ ମହନ୍ତ ତଥା ବିଶିଷ୍ଟ ଜଗନ୍ନାଥ ସଂସ୍କୃତି ପ୍ରଚାରକ ସଚ୍ଚିଦାନନ୍ଦ ଦାଶ ଅଧ୍ୟକ୍ଷତା କରି ପାତାଳି କ୍ଷେତ୍ରର ମାହାତ୍ମ୍ୟ ବର୍ଣ୍ଣନା କରିଥିଲେ। ପ୍ରଶାସନ ଓ ଲୋକ ପ୍ରତିନିଧି ମନ୍ଦିର ନିର୍ମାଣ ପାଇଁ ସମସ୍ତ ପ୍ରକାର ଉଦ୍ୟମ କରିବେ ବୋଲି ସେତେବେଳେ ପ୍ରତିଶୃତି ଦେଇଥିଲେ। ତତ୍କାଳୀନ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ମନ୍ଦିର ନିର୍ମାଣ ପାର୍ଇ କୋଟିଏ ଟଙ୍କା ଦେବାକୁ ପଦକ୍ଷେପ ନିଆଯିବ ବୋଲି ସେତେବେଳେ କହିଥିଲେ। ସୋନପୁରଠାରୁ ପାତାଳି ଶ୍ରୀକ୍ଷେତ୍ର ପର୍ଯ୍ୟନ୍ତ ପ୍ରଶସ୍ତ ରାସ୍ତା ନିର୍ମାଣ ପାଇଁ ଘୋଷଣା କରି ଯଥାଶୀଘ୍ର ଏହି କାମ ଆରମ୍ଭ ହେବ ବୋଲି ମନ୍ତ୍ରୀ ପ୍ରତିଶୃତି ଦେଇଥିଲେ। ଖାଲି ଏତିକି ନୁହେଁ ମନ୍ଦିର ନିର୍ମାଣ ପାଇଁ ଉକ୍ତ ଭୂମିପୂଜା ଉତ୍ସବ ପରେ ପଦ୍ମଶ୍ରୀ ଚତୁର୍ଭୁଜ ମେହେର ତତ୍କାଳୀନ ଜିଲାପାଳ ସ୍ବର୍ଗତ ଗଗନ ବିହାରୀ ସ୍ବାଇଁଙ୍କ ଉପସ୍ଥିତିରେ ୧ଲକ୍ଷ ଟଙ୍କା ଦେଇଥିଲେ। ଏହା ସତ୍ତ୍ୱେ ପାତାଳି କ୍ଷେତ୍ରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ମନ୍ଦିର ନିର୍ମାଣ ହୋଇପାରୁନି।
ଅନ୍ୟପକ୍ଷେ ପର୍ଯ୍ୟଟକଙ୍କ ସୁବିଧା ପାଇଁ ଏଠାରେ ରୋପଓ୍ବେ ନିର୍ମାଣ ପାଇଁ ଦାବି ହୋଇ ଆସୁଥିଲା। ଶେଷରେ ୨୦୧୯ ଫେବୃୟାରୀ ୧୧ ତାରିଖରେ ଶିଳାନ୍ୟାସ ହେଲା। କିନ୍ତୁ ୧ ବର୍ଷ ପରେ ବି ରୋପଓ୍ବେ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇନି। ଏ ଦିଗରେ ଧ୍ୟାନ ଦିଆ ଯାଉ ନଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ପ୍ରକାଶ ଯେ, ଏହି ପ୍ରକଳ୍ପ ପାଇଁ ପଶ୍ଚିମ ଓଡିଶା ବିକାଶ ପରିଷଦ ପକ୍ଷରୁ ୧୦ କୋଟି ଟଙ୍କା ମଞ୍ଜୁର କରାଯାଇଥିଲା। ତତ୍କାଳୀନ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ କିଶୋର ମହାନ୍ତିଙ୍କ ସମେତ ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା, ସୋନପୁର ବିଧାୟକ ନିରଞ୍ଜନ ପୂଜାରୀ, ତତ୍କାଳୀନ ବଲାଙ୍ଗୀର ଏମ୍‌ପି କଲିକେଶ ନାରାୟଣ ସିଂହଦେଓ, ତତ୍କାଳୀନ ଆଠମଲ୍ଲିକ ବିଧାୟକ ସଞ୍ଜିବ କୁମାର ସାହୁ, ସୁବର୍ଣ୍ଣପୁରର ପ୍ରାକ୍ତନ ଜିଲାପାଳ ମଧୁସୂଦନ ମିଶ୍ର ପ୍ରମୁଖ ଅତିଥି ଭାବରେ ଯୋଗଦେଇ ପ୍ରକଳ୍ପ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ । ଏବେ ଏହି ପ୍ରକଳ୍ପର କାର୍ଯ୍ୟକାରିତା ନେଇ ନାନା ପ୍ରଶ୍ନବାଚୀ ସୃଷ୍ଟି ହେଉଛି । ନିର୍ବାଚନକୁ ଆଖି ଆଗରେ ରଖି ଶିଳାନ୍ୟାସ ହୋଇଥିବା ଅଭିଯୋଗ ହେଲାଣି । ତେବେ ମନ୍ଦିର ଓ ରୋପଓ୍ବେ ନିର୍ମାଣ ହେଲେ ଏଠାକୁ ପର୍ଯ୍ୟଟକଙ୍କ ସଂଖ୍ୟା ବଢିବ । ଏହାଦ୍ୱାରା ଅଞ୍ଚଳର ଆର୍ଥତ୍କ ବିକାଶ ଘଟିବ । ତେଣୁ ଏହି ମନ୍ଦିର ଓ ରୋପଓ୍ବେ ନିର୍ମାଣ ପ୍ରତି ପ୍ରଶାସନ ଓ ସରକାର ଦୃଷ୍ଟି ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri