ଭୂମିହୀନଙ୍କୁ ଘରଡିହ ଯୋଗାଅ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଗ୍ରାମାଞ୍ଚଳରେ ସମସ୍ତ ପରିବାରଙ୍କ କଚ୍ଚାଘରକୁ ପକ୍କାଘରରେ ପରିଣତ କରିବା ଦିଗରେ ଏକ ବଡ଼ ପଦକ୍ଷେପ ସ୍ବରୂପ ଗତ ୫ ବର୍ଷ ମଧ୍ୟରେ ୨୫ଲକ୍ଷ ୧୮ହଜାର ୪ଶହ ୯୭ ପକ୍କାଗୃହ ନିର୍ମାଣ ପୂର୍ଣ୍ଣାଙ୍ଗ ହୋଇଛି। ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଗ୍ରାମୀଣ ଗୃହ ନିର୍ମାଣ ଯୋଜନା ସମ୍ବନ୍ଧିତ ଏକ ଉଚ୍ଚସ୍ତରୀୟ ବୈଠକରୁ ଏହା ଜଣାପଡ଼ିଛି। ଲୋକସେବା ଭବନଠାରେ ବୁଧବାର ଅନୁଷ୍ଠିତ ବୈଠକରେ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ପ୍ରମୁଖ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂ ଏ ସମ୍ପର୍କିତ ତଥ୍ୟ ଉପସ୍ଥାପିତ କରିଛନ୍ତି। ଚଳିତ ମାସ ପର୍ଯ୍ୟନ୍ତ ହୋଇଥିବା କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରି ଗ୍ରାମୀଣ ଗୃହ ନିର୍ମାଣ ଯୋଜନାର କାର୍ଯ୍ୟାନ୍ବୟନକୁ ଅଧିକ ହିତାଧିକାରୀ କେନ୍ଦ୍ରିକ କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ପକ୍କାଘର ପାଇବାକୁ ଅପେକ୍ଷାରତ ତାଲିକା ଅନ୍ତର୍ଭୁକ୍ତ ସମସ୍ତ ଭୂମିହୀନ ପରିବାରଙ୍କୁ ଘରଡିହ ଯୋଗାଇବାଲାଗି କୁହାଯାଇଛି। ସେ କହିଛନ୍ତି ଯେ, ଭୂମିହୀନ ପରିବାରଗୁଡ଼ିକ ହିଁ ପ୍ରକୃତରେ ଦରିଦ୍ରତମ। ସେମାନଙ୍କୁ ପକ୍କାଘର ଯୋଗାଣ ଯୋଜନାର ମୌଳିକ ଲକ୍ଷ୍ୟ ହୋଇଥିବାରୁ ସେମାନଙ୍କୁ ଘରଡିହ ଯୋଗାଇବାକୁ ହେବ। ଆବଶ୍ୟକ ପଡ଼ିଲେ ଏଥିଲାଗି ନିୟମରେ ସଂଶୋଧନ ପ୍ରସ୍ତାବ ନିମନ୍ତେ ମୁଖ୍ୟ ଶାସନ ସଚିବ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା,ଜଙ୍ଗଲ ଓ ପରିବେଶ ଏବଂ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏ ସମ୍ବନ୍ଧୀୟ ତଥ୍ୟ ଉପସ୍ଥାପିତ କରି ସ୍ବତନ୍ତ୍ର ପ୍ରକଳ୍ପ ସମୂହ ନିର୍ଦ୍ଦେଶକ ରାଜେଶ ପ୍ରଭାକର ପାଟିଲ କହିଛନ୍ତି, ଗ୍ରାମୀଣ ଗୃହ ଯୋଗାଣ ପାଇଁ ପ୍ରସ୍ତୁତ କରାଯାଇଥିବା ଅପେକ୍ଷାରତ ତାଲିକାରେ ପ୍ରାୟ ୫୭,୨୫୭ ଭୂମିହୀନ ଅଛନ୍ତି। ସେଥିମଧ୍ୟରୁ ଚଳିତ ମାସ ସୁଦ୍ଧା ୮,୦୬୯ ପରିବାରକୁ ଘରଡିହ ଯୋଗାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri