ଭେଡେନ୍‌ ଗଣବଳାତ୍କାର, ହତ୍ୟା ମାମଲା: ମାନବିକ ଅଧିକାର ଉଲ୍ଲଂଘନ କରିଛି ପୋଲିସ: ଓଏଚ୍‌ଆର୍‌ସି

କଟକ ଅଫିସ, ୨୬।୯: ବରଗଡ ଜିଲା ଭେଡେନ୍‌ ଥାନା ଅଞ୍ଚଳରେ ଘଟିଥିବା ତିନି ଦଳିତ ମହିଳାଙ୍କୁ ଗଣବଳାତ୍କାର ଓ ଦୁଇ ଜଣଙ୍କୁ ହତ୍ୟା ଘଟଣାରେ ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ବୁଧବାର ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଏହି ଘଟଣାରେ ପୋଲିସ ମାମଲା ରୁଜୁ କରି ନ ଥିବାରୁ ଓଏଚ୍‌ଆର୍‌ସି ବିରକ୍ତି ପ୍ରକାଶ କରିବା ସହ ତୁରନ୍ତ ମାମଲା ରୁଜୁ କରିବାକୁ ବରଗଡ଼ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାରେ ପୋଲିସ ମାନବିକ ଅଧିକାର ଉଲ୍ଲଂଘନ କରିଥିବା ଓଏଚ୍‌ଆର୍‌ସି ତାଙ୍କ ଆଦେଶରେ ସ୍ପଷ୍ଟ କରିଛନ୍ତି। ସେହିପରି ପୀଡ଼ିତାଙ୍କୁ କାହିଁକି କ୍ଷତିପୂରଣ ଦିଆ ନ ଯିବ ତାହାର ଜବାବ ରଖିବାକୁ ଓଏଚ୍‌ଆର୍‌ସି ବରଗଡ଼ ଏସ୍‌ପିଙ୍କୁ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ପୋଲିସ ଗତ ୨୦ରେ ଦେଇଥିବା ରିପୋର୍ଟକୁ କମିଶନ ଅଗ୍ରାହ୍ୟ କରିବା ସହ ନିୟମାନୁଯାୟୀ ପୋଲିସ କାର୍ଯ୍ୟ କରି ନ ଥିବାରୁ ପୀଡ଼ିତାମାନଙ୍କର ମାନବିକ ଅଧିକାର କ୍ଷୁଣ୍ଣ ହୋଇଛି। ଏହି ଘଟଣାରେ ପୋଲିସର ନିଷ୍କ୍ରିୟତାକୁ ନେଇ ଓଏଚ୍‌ଆର୍‌ସି କ୍ଷୋଭ ପ୍ରକାଶ କରିଛନ୍ତି।
କମିଶନଙ୍କ ନିକଟରେ ହୋଇଥିବା ଅଭିଯୋଗ ଅନୁଯାୟୀ, ପ୍ରଜାକୋର୍ଟ ଦ୍ୱାରା ବାସନ୍ଦ ହୋଇଥିବା ଗୋଟିଏ ପରିବାରର ତିନି ମହିଳାଙ୍କୁ ୨୦୧୬ ସେପ୍ଟେମ୍ବର ୨୩ରେ ଭେଡେନ୍‌ ଥାନାର କେତେଜଣ କର୍ମଚାରୀ ଘରୁ ପୋଲିସ ଭ୍ୟାନ୍‌ରେ ଉଠାଇ ନେଇଥିଲେ। ପରେ ସେମାନଙ୍କୁ ବଳାତ୍କାର କରାଯାଇଥିଲା। ଏହାପରେ ପୀଡ଼ିତାମାନଙ୍କୁ ପୋଲିସ ଗ୍ରାମବାସୀଙ୍କ ଜିମା ଦେଇଥିଲା। ସ୍ଥାନୀୟ ଅଞ୍ଚଳର କେତେଜଣ ଲୋକ ସେମାନଙ୍କୁ ୧୦ ଦିନ ଜଙ୍ଗଲରେ ରଖି ବଳାତ୍କାର କରିଥିଲେ। ସେମାନଙ୍କ ମଧ୍ୟରୁ ଜଣେ ଖସି ଆସିଥିବାବେଳେ ଆଉ ଦୁଇଜଣଙ୍କୁ ସେମାନେ ହତ୍ୟା କରିଥିବା ଅଭିଯୋଗ ହୋଇା।
ଏହା ଉପରେ ପୋଲିସ କୌଣସି ପଦକ୍ଷେପ ନେଇ ନ ଥିଲା। ଖସି ଆସିଥିବା ମହିଳା ଜଣଙ୍କ ଓଏଚ୍‌ଆରସିଙ୍କ ଦ୍ୱାରସ୍ଥ ହୋଇଥିଲେ। ମହିଳା ଜଣଙ୍କ ତାଙ୍କ ବଡ ଭାଇଙ୍କୁ ଏ ସମ୍ପର୍କରେ ଜଣାଇଥିଲେ। ୨୦୧୭ ମେ’ ୫ରେ ତାଙ୍କ ଭାଇ ବରଗଡ ଏସ୍‌ପିଙ୍କୁ ଏ ସମ୍ପର୍କରେ ଲିଖିତ ଭାବେ ଜଣାଇବା ସହ ଅନ୍ୟ ପୋଲିସ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ମଧ୍ୟ ଅବଗତ କରାଇଥିଲେ। ମାତ୍ର କାର୍ଯ୍ୟାନୁଷ୍ଠାନ ବଦଳରେ ୨୦୧୭ ଜୁଲାଇ ୧୯ରେ ଅଭିଯୋଗ କରିଥିବା ଭାଇଙ୍କୁ ହତ୍ୟା କରାଯାଇଥିଲା। ଏଥିରେ ପୋଲିସ ଓ ଗଁା ଲୋକଙ୍କ ସମ୍ପୃକ୍ତି ରହିଥିବା ଆବେଦନକାରିଣୀ କମିଶନଙ୍କୁ ଜଣାଇଥିଲେ। ଆଇନଜୀବୀ ନିଶିକାନ୍ତ ମିଶ୍ରଙ୍କ ସହାୟତାରେ ପୀଡିତାଙ୍କ ପରିବାର ସେମାନଙ୍କ ଉପରେ ହୋଇଥିବା ଅତ୍ୟାଚାର ବିରୋଧରେ ନ୍ୟାୟିକ ସଂଗ୍ରାମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଟିବେ ହେଡ କୋଚ?କେଭିନ ପିଟରସନଙ୍କ ବଡ଼ ଦାବି, ମ୍ୟାକକୁଲମ ହେବେ KKRର ପ୍ରଶିକ୍ଷକ

ନୂଆଦିଲ୍ଲୀ,୧୮।୪: କୋଲକାତା ନାଇଟ ରାଇଡର୍ସ (କେକେଆର) ୨୦୨୬ ଆଇପିଏଲ ସିଜିନରେ ଏପର୍ଯ୍ୟନ୍ତ ସବୁଠାରୁ ବଡ ସଙ୍କଟର ସମ୍ମୁଖୀନ ହେଉଛି। ୧୭ ଏପ୍ରିଲ ଶୁକ୍ରବାର, ଦଳ ଗୁଜୁରାଟ ଟାଇଟାନ୍ସ…

ହଠାତ୍‌ ନୀତିଶଙ୍କ ପୁଅଙ୍କୁ ମିଳିଲା ଉପମୁଖ୍ୟମନ୍ତ୍ରୀଙ୍କ ଭଳି ‘Z’ ସୁରକ୍ଷା, ବିହାର ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୧୮।୪: ବିହାରରେ ସୁରକ୍ଷା ବ୍ୟବସ୍ଥାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରାଯାଇଛି। ପୂର୍ୱତନ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ପୁଅ ନିଶାନ୍ତ ଏବଂ ପୂର୍ୱତନ ମନ୍ତ୍ରୀ ଶ୍ରବଣ କୁମାରଙ୍କ ସୁରକ୍ଷାକୁ ଆହୁରି…

ବିଶ୍ୱକପ ବିଜୟୀ ଅଧିନାୟକଙ୍କୁ ମିଳିଲା ପାକିସ୍ତାନ ଦାୟିତ୍ୱ; ବାଂଲାଦେଶ ଗସ୍ତ ପାଇଁ ଦଳ ଘୋଷଣା

ଇସଲାମାବାଦ,୧୮।୪: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମେ ମାସରେ ହେବାକୁ ଥିବା ବାଂଲାଦେଶ ଗସ୍ତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ବୋର୍ଡ ଟେଷ୍ଟ ଦଳର ନୂତନ…

ବଦଳିଲା ରାଜ୍ୟ ଯୋଜନା ବୋର୍ଡ, ଏହି ନୂଆ ନାମରେ ହେଲା ନାମିତ

ଭୁବନେଶ୍ୱର,୧୮ା୪: ରାଜ୍ୟ ଯୋଜନା ବୋର୍ଡର ନାମ ପରିବର୍ତ୍ତନ କରିଛନ୍ତି ମୋହନ ସରକାର। ନୀତି ଓ ବିକାଶର ଥିଙ୍କ୍‌ ଟ୍ୟାଙ୍କ ପାଲଟିଥିବା ଯୋଜନା ବୋର୍ଡ ଏବେ ଇତିହାସ ପାଲଟିଛି।…

ରାଜସାକ୍ଷୀ ହେବେ ଜାକ୍‌ଲିନ୍‌: ମନିଲଣ୍ଡରିଂ ମାମଲାରେ ନୂଆମୋଡ଼

ନୂଆଦିଲ୍ଲୀ,୧୮ା୪:ଠକ ସୁକେଶ ଚନ୍ଦ୍ରଶେଖରଙ୍କ ବିରୋଧରେ ମନିଲଣ୍ଡରିଂ ମାମଲା ଏକ ନୂଆ ମୋଡ଼ ନେଇଛି। ଅଭିନେତ୍ରୀ ଜାକ୍‌ଲିନ୍‌ ଫର୍ନାଣ୍ଡିଜ୍‌ ମାମଲାରେ ରାଜସାକ୍ଷୀ ହେବା ଲାଗି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ…

ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ର ପଣ୍ଡ: ଓଡ଼ିଶା ସମେତ ଏହି ସବୁ ରାଜ୍ୟରୁ ଧରାପଡିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୪: ଦେଶରେ ଏକ ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ରକୁ ପଣ୍ଡ କରାଯାଇଛି। ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ସେଲ୍‌ ଦେଶରେ ଆତଙ୍କବାଦୀ କାର୍ଯ୍ୟକଳାପ ପାଇଁ ପ୍ରସ୍ତୁତ…

୧୮ ବର୍ଷରେ ପଦାର୍ପଣ କଲା IPL: ଯେଉଁ ମଇଦାନରେ ଖେଳାଯାଇଥିଲା ପ୍ରଥମ ମ୍ୟାଚ, ଆଜି ସେଠି ଲେଖାଯିବ ଇତିହାସ

ନୂଆଦିଲ୍ଲୀ,୧୮।୪: ଇଣ୍ଡିଆନ ପ୍ରିମିୟର ଲିଗ ଆଜି ୧୮ ବର୍ଷ ପୂରଣ କରୁଛି। ଏହି ଲିଗ ଏପ୍ରିଲ ୧୮, ୨୦୦୮ରେ ଆରମ୍ଭ ହୋଇଥିଲା। ଲିଗ୍‌ର ପ୍ରଥମ ମ୍ୟାଚ ବେଙ୍ଗାଲୁରୁର…

ଘରେ ପଶି ନେଇଥିଲେ ନଗଦ ଟଙ୍କା,ସୁନା ଛାଡ଼ି ନଥିଲେ ବି ଲୁଗା: ଘଟଣାର ୪ ମାସ ପରେ ପର୍ଦ୍ଦାଫାଶ

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମର ଏନ. ରାଜିୟା ରେଡ୍ଡୀଙ୍କ ଘରେ ପଶି ନଗଦ ୬୦ ହଜାର ଟଙ୍କା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri