ଭେଡେନ ଗଣବଳାତ୍କାର, ହତ୍ୟା ମାମଲା: ତତ୍କାଳୀନ ଆଇଆଇସିଙ୍କ ସମେତ ୮ ଜଣଙ୍କ ନାଁରେ ମାମଲା

କଟକ ଅଫିସ, ୧୩।୧୦: ବରଗଡ଼ ଜିଲା ଭେଡେନ ଥାନା ଅଞ୍ଚଳରେ ୨୦୧୬ରେ ୩ ମହିଳାଙ୍କୁ ଅପହରଣ ଓ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାର ୩ ବର୍ଷ ପରେ ଅର୍ଥାତ୍‌ ଗତ ୩ ତାରିଖରେ ଭେଡେନ ଥାନାର ତତ୍କାଳୀନ ଆଇଆଇସି ମମତା ନାଏକ, ଏସ୍‌ଆଇ ଦିଲୀପ କୁମାର ବେହେରା, ୨ ପୋଲିସ କର୍ମଚାରୀ ଓ ୪ଜଣ ବ୍ୟକ୍ତିଙ୍କ ବିରୋଧରେ ଉକ୍ତ ଥାନାରେ ମାମଲା ରୁଜୁ ହୋଇଛି। ଥାନା ପରିସରରେ ଗଣବଳାତ୍କାର ଘଟିଥିବା ଅଭିଯୋଗରେ ପୋଲିସ ଆଇପିସି ଦଫା ୩୬୩, ୩୭୬(୨)(ଏ), ୩୭୬-ଡିରେ ଏକ ମାମଲା(ନଂ.୧୬୫/୧୯) ରୁଜୁ କରିଛି।
ମିଳିଥିବା ସୂଚନା ଅନୁଯାୟୀ, ବରଗଡ଼ ପ୍ରଜାକୋର୍ଟ ଦ୍ୱାରା ବାସନ୍ଦ ହୋଇଥିବା ଗୋଟିଏ ପରିବାରର ତିନି ମହିଳାଙ୍କୁ ୨୦୧୬ ସେପ୍ଟେମ୍ବର ୨୩ରେ ଭେଡେନ୍‌ ଥାନାର କେତେଜଣ ପୋଲିସ କର୍ମଚାରୀ ଭ୍ୟାନ୍‌ରେ ଘରୁ ଉଠାଇ ନେଇଥିଲେ। ପରେ ସେମାନଙ୍କୁ ବଳାତ୍କାର କରାଯାଇଥିଲା। ଏହାପରେ ପୀଡ଼ିତାମାନଙ୍କୁ ପୋଲିସ ଗଁା ଲୋକଙ୍କ ଜିମା ଦେଇଥିଲା। ସ୍ଥାନୀୟ ଅଞ୍ଚଳର କେତେଜଣ ଲୋକ ସେମାନଙ୍କୁ ୧୦ ଦିନ ଜଙ୍ଗଲରେ ରଖି ବଳାତ୍କାର କରିଥିଲେ। ପୀଡିତାଙ୍କ ମଧ୍ୟରୁ ଜଣେ ଖସି ଆସିଥିଲା ବେଳେ ଆଉ ଦୁଇଜଣଙ୍କୁ ସେମାନେ ହତ୍ୟା କରିଥିଲେ। ଖସି ଆସିଥିବା ମହିଳାଙ୍କ ଦେଢ଼ଶୁରର ବରଗଡ ଏସ୍‌ପିଙ୍କୁ ୨୦୧୭ ମେ ୫ରେ ଡାକ ଯୋଗେ ଅଭିଯୋଗପତ୍ର ପଠାଇଥିଲେ। ହେଲେ ଅଭିଯୋଗକାରୀଙ୍କୁ ୨୦୧୭ ଜୁଲାଇ ୧୯ରେ ହତ୍ୟା କରାଯାଇଥିଲା। ପୋଲିସ ଉଭୟ ଘଟଣାରେ କୌଣସି ମାମଲା ରୁଜୁ କରି ନ ଥିଲା। ତେବେ ଅଭିଯୁକ୍ତଙ୍କ କବଳରୁ ଖସି ଆସିଥିବା ମହିଳା ଆଇନଜୀବୀ ନିଶିକାନ୍ତ ମିଶ୍ରଙ୍କ ଜରିଆରେ ଓଡ଼ିଶା ମାନବାଧିକାର କମିଶନ(ଓଏଚ୍‌ଆର୍‌ସି)ଙ୍କ ଦ୍ୱାରସ୍ଥ ହୋଇଥିଲେ। ଘଟଣାରେ ସମ୍ପୃକ୍ତ ପୋଲିସ କର୍ମଚାରୀ ଓ ଯୁବକଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ଓଏଚ୍‌ଆର୍‌ସି ବରଗଡ଼ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତଦନୁଯାୟୀ ଏହି ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri