ଭେଣ୍ଟିଲେଟର ଯୋଗାଣ ବିଳମ୍ବରୁ ଚାଇନାରେ ବଢ଼ିଥିଲା ମୃତ୍ୟୁସଂଖ୍ୟା

ବେଜିଂ,୧୨।୪(ପି.ଟି.): ଚାଇନାରେ ଉପଯୁକ୍ତ ସମୟରେ ଯଥେଷ୍ଟ ଭେଣ୍ଟିଲେଟର ଯୋଗାଣ ହୋଇଥିଲେ କରୋନାଜନିତ ମୃତ୍ୟୁସଂଖ୍ୟାକୁ ହ୍ରାସ କରାଯାଇ ପାରିଥାନ୍ତା ବୋଲି ଏକ ଅଧ୍ୟୟନରେ କୁହାଯାଇଛି। ସେଠାରେ କରୋନାରେ ଯେତିକି ଲୋକଙ୍କ ମୃତ୍ୟୁ ଘଟିଛି ସେଥିରୁ ୨୦ ପ୍ରତିଶତଙ୍କୁ ଯାନ୍ତ୍ରିକ ଭେଣ୍ଟିଲେଟର ଓ ରେସ୍ପିରେଟୋରି ସହାୟତା ମୃତ୍ୟୁ ପୂର୍ବରୁ ମିଳିଥିଲା। ଉହାନର ୨୧ଟି ହସ୍ପିଟାଲରୁ ତଥ୍ୟ ସଂଗ୍ରହ କରାଯାଇ ଆମେରିକାନ ମେଡିକାଲ ଆସୋସିଏଶନର ଏକ ପତ୍ରିକାରେ ଏହି ଗବେଷଣାତ୍ମକ ରିପୋର୍ଟ ପ୍ରକାଶ ପାଇଛି। ଜାନୁୟାରୀ ୨୧ରୁ ୩୦ ମଧ୍ୟରେ ସେଠାରେ କରୋନାରେ ପ୍ରାଣ ହରାଇଥିବା ୧୬୮ ଜଣଙ୍କୁ ରେସ୍ପିରେଟୋରି ସହାୟତା ମିଳିଥିଲା। ସେହିପରି ଝୋଙ୍ଗଡା ହସ୍ପିଟାଲରେ ସବୁ ରୋଗୀଙ୍କୁ ଅକ୍ସିଜେନ୍‌ ମିଳିଥିଲେ ହେଁ ମାତ୍ର ୪୬ ଜଣଙ୍କୁ ମୃତ୍ୟୁ ପୂର୍ବରୁ ନାଜାଲ କିମ୍ବା ଫେସ୍‌ମାସ୍କ ଅକ୍ସିଜେନ୍‌ ସପୋର୍ଟ ମିଳିଥିଲା। ଅଧ୍ୟୟନରୁ ଜଣାପଡିଛି ରୋଗୀଙ୍କ ରକ୍ତରେ ଅକ୍ସିଜେନ୍‌ ସ୍ତର ଯଥେଷ୍ଟ କମ୍‌ ଥିବାବେଳେ ଅନ୍ୟ କୌଣସି ଲକ୍ଷଣ ଦେଖାଯାଇ ନ ଥିଲା। ରୋଗୀଙ୍କୁ ବଞ୍ଚାଇବା ଲାଗି ମେକାନିକାଲ ଭେଣ୍ଟିଲେଟର ଅତି ଜରୁରୀ ଥିଲା ବୋଲି ଗବେଷକମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

ବିନା ପ୍ରେସ୍‌କ୍ରିପ୍ସନରେ ବିକ୍ରି ହେବନି ୧୨%ରୁ ଅଧିକ ଆଲ୍‌କୋହଲଯୁକ୍ତ ଔଷଧ

ନୂଆଦିଲ୍ଲୀ,୧୧ା୭: ଆଲ୍‌କୋହଲଯୁକ୍ତ ଔଷଧର ଦୁରୁପଯୋଗ ହେଉଥିବାରୁ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଔଷଧ ପ୍ରସ୍ତୁତି ନିୟମ ଡ୍ରଗ୍ସ ରୁଲ୍‌ସ, ୧୯୪୫ରେ ସଂଶୋଧନ ଆଣିଛନ୍ତି। ୧୨ ପ୍ରତିଶତରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri