ଭେଣ୍ଡିଂ ଜୋନ୍‌ରେ ଜଳିଗଲା ୮ ଦୋକାନ

ଭୁବନେଶ୍ୱର,୨।୪ (ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଏଜି ଛକ ନିକଟ ଭେଣ୍ଡିଂଜୋନ୍‌ରେ ବୁଧବାର ରାତି ପ୍ରାୟ ୯ଟାରେ ନିଆଁ ଲାଗି ୮ ଦୋକାନ ଜଳିଯାଇଛି। ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚତ୍ ନିଆଁକୁ ଆୟତ୍ତ କରିବାରୁ ସେଠାରେ ଥିବା ଅନ୍ୟ ୧୫ ଦୋକାନ ବର୍ତ୍ତି ଯାଇଥିବା ଡିସିପି ଅନୂପ ସାହୁ କହିଛନ୍ତି। ସୂଚନାନୁସାରେ, ରାଜ ମହଲରୁ ଏଜିକୁ ସଂଯୋଗ କରୁଥିବା ରାସ୍ତାର ବାମ ପାର୍ଶ୍ୱରେ ୧ ନଂ. ହାଟ ସହ ପେଟ୍ରୋଲ୍‌ ଟାଙ୍କି ଓ ବଡ଼ ଭେଣ୍ଡିଂ ଜୋନ୍‌ ରହିଛି। ଲକ୍‌ଡାଉନ ପାଇଁ ସମସ୍ତ ଦେକାନ ବନ୍ଦ ରହିଥିବାବେଳେ କୌଣସି କାରଣରୁ ପ୍ରଥମେ ଏକ ଫୁଲ ଦୋକାନଣୁ ନିଆଁ ବାହାରିଥିଲା। ଭିତରେ ଥିବା କାଠ ଶୋ’କେସ୍‌ ହୁତୁହତୁ ହୋଇ ଜଳିବା ସହ ବାହାରକୁ ନିଆଁ ଓ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା। କିଛି ସମୟ ମଧ୍ୟରେ ଏହା ପାଖରେ ଥିବା ଅନ୍ୟ ଦୋକାନକୁ ବ୍ୟାପିଯାଇଥିଲା କେତେଜଣ ଦୋକାନୀ ୧୦୧କୁ ଫୋନ୍‌ କରି ଘଟଣା ବିଷୟରେ ଜଣାଇଥିଲେ। କଳ୍ପନା ଓ ସଚିବାଳୟ ଅଗ୍ନିଶମ କେନ୍ଦ୍ରରୁ ଦମକଳ ବାହିନୀ ପହଞ୍ଚତ୍ ନିଆଁକୁ ଆୟତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri