Posted inଜାତୀୟ

ଭେଲୋର ଆସନରେ ନିର୍ବାଚନ ବାତିଲ

ନୂଆଦିଲ୍ଲୀ,୧୭ା୪: ତାମିଲନାଡୁର ଭେଲୋର ଲୋକ ସଭା ଆସନରେ ନିର୍ବାଚନ ବାତିଲ କରିଦିଆଯାଇଥିବା ନିର୍ବାଚନ କମିଶନ୍‌ଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଚଳିତ ମାସ ପ୍ରାରମ୍ଭରେ ଜଣେ ଡିଏମ୍‌କେ ପ୍ରାର୍ଥୀଙ୍କ ଗୋଦାମଘରୁ ୧୧.୫କୋଟି ଟଙ୍କା ଜବତ ହେବା ପରେ ନିର୍ବାଚନ ପାଇଁ ବିପୁଳ ଲାଞ୍ଚ କାରବାର ହେଉଥିବା ସୂଚନା ମିଳିଥିଲା। ଏହି ଘଟଣାକୁ ଆଧାର କରି ଉକ୍ତ ଆସନରେ ନିର୍ବାଚନ ସ୍ଥଗିତ ରଖାଯାଇଛି। ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଗୁରୁବାର ଅନ୍ୟ ୩୮ଟି ଆସନ ସହିତ ଏଠାରେ ଭୋଟ ଗ୍ରହଣ ହେବାର ଥିଲା। ଏପ୍ରିଲ ୧୪ରେ ନିର୍ବାଚନ କମିଶନ୍‌ଙ୍କ ସୁପାରିସକୁ ଗ୍ରହଣ କରି ରାଷ୍ଟ୍ରପତି ତାମିଲନାଡୁର ଭେଲୋର ଲୋକ ସଭା ନିର୍ବାଚନମଣ୍ଡଳୀରେ ନିର୍ବାଚନକୁ ରଦ୍ଦ କରିଦେଇଥିବା କମିଶନ୍‌ଙ୍କ ପକ୍ଷରୁ ଏକ ବିବୃତିରେ କୁହାଯାଇଛି। ଭୋଟରଙ୍କୁ ଲାଞ୍ଚଦେବା ଉଦ୍ଦେଶ୍ୟରେ ଅର୍ଥ କାରବାର ଅଭିଯୋଗରେ ଏକ ଲୋକ ସଭା ନିର୍ବାଚନମଣ୍ଡଳୀର ଭୋଟଗ୍ରହଣ ବାତିଲ କରିବା ପ୍ରଥମ ଘଟଣା। ଏ ପର୍ଯ୍ୟନ୍ତ ତାମିଲନାଡୁରୁ ୨୦୫କୋଟି ନଗଦ ଟଙ୍କା ଓ ସୁନାର ପରିମାଣକୁ ମିଶାଇ ୫୦୦କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଜବତ ହେଲାଣି। ନିର୍ବାଚନ ବାତିଲ ଦ୍ୱାରା ଗଣତନ୍ତ୍ରକୁ ହତ୍ୟା କରାଯାଇଛି ବୋଲି ଡିଏମ୍‌କେ ଅଭିଯୋଗ କରିଛି। ତେବେ ଏହି ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରାଯିବ ବୋଲି ଦଳ ପକ୍ଷରୁ କୁହାଯାଇଛି। ଭେଲୋର ନିର୍ବାଚନମଣ୍ଡଳୀରେ ୨୩ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

‘ବନ୍ଦେ ମାତରମ୍‌’କୁ ନେଇ ଏମିତି କହିଲେ ଧର୍ମେନ୍ଦ୍ର, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୨୨।୮: ବନ୍ଦେ ମାତରମ ଉପରେ କଂଗ୍ରେସ କାର୍ଯ୍ୟକାରିଣୀ (CWC) ପ୍ରସ୍ତାବ ଉପରେ ପ୍ରତିକ୍ରିୟା ଦେଇ, ଭାଜପା ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଶନିବାର (୨୨ ଅଗଷ୍ଟ) ଓଡ଼ିଶାର ତାଳଚେରରେ…

ଆତ୍ମହତ୍ୟା ପାଇଁ ପାହାଡ଼ ଧାରରେ ଠିଆ ହୋଇଥିଲେ ଯୁବକ, ପୁଅକୁ ବଞ୍ଚାଇବାକୁ ଯାଇ ଚାଲିଗଲା ମା’ବାପାଙ୍କ ଜୀବନ

ଔରଙ୍ଗାବାଦ, ୨୨।୮: ମହାରାଷ୍ଟ୍ରର ଖାଭ୍ୟଡା ଡୋଙ୍ଗରର ଏକ ବିପଦପୂର୍ଣ୍ଣ ପାହାଡ଼ରୁ ଡେଇଁ ଆତ୍ମହତ୍ୟା କରିବାକୁ ଯାଉଥିବା ୧୮ବର୍ଷୀୟ ପୁଅକୁ ବଞ୍ଚାଇବାକୁ ଯାଇ ଜୀବନ ହାରିଛନ୍ତି ମା’ବାପା। ପଥର…

ଉଚ୍ଚ ଶ୍ରେଣୀରେ କମୁଛି ଛାତ୍ରୀଛାତ୍ରଙ୍କ ଆନନ୍ଦଦାୟକ ସ୍ଥିତି

ମୁମ୍ବାଇ, ୨୨ା୮ : ଭାରତରେ ଛାତ୍ରୀଛାତ୍ରଙ୍କ ବର୍ଷକୁ ବର୍ଷ ଶ୍ରେଣୀ ବୃଦ୍ଧି ପାଇବା ସହ ସେମାନଙ୍କ ମାନସିକ ସ୍ବାସ୍ଥ୍ୟ ଏବଂ ଆତ୍ମବିଶ୍ୱାସରେ ହ୍ରାସ ପାଉଥିବା ଏକ ନୂତନ…

୨୦୨୭ ଲଢେଇ ଜିତିବାକୁ ଭାଜପାର ବଡ଼ ପ୍ଲାନ: ଟାର୍ଗେଟ୍‌ରେ Gen G-Gen Z

ନୂଆଦିଲ୍ଲୀ,୨୨।୮: ନୂତନ ଜାତୀୟ ଟିମ୍‌ ଘୋଷଣା ପରେ ଭାଜପା ନେତା ନୀତିନ ନବୀନ ଶନିବାର ପଦାଧିକାରୀଙ୍କ ସହ ଏକ ବୈଠକ କରିଛନ୍ତି। ଦିଲ୍ଲୀରେ ଥିବା ଭାଜପା ମୁଖ୍ୟାଳୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri