ଭୋକରେ ଦିନ କାଟୁଛନ୍ତି ଦାଦନ

ନୂଆପଡା ଅଫିସ,୧୪ା୪ – କରୋନା କଟକଣା ଯୋଗୁ ରାଜ୍ୟ ବାହାରେ ନୂଆପଡା ଜିଲାର ହଜାର ହଜାର ଦାଦନ ଶ୍ରମିକ ଅଟକି ରହିଛନ୍ତି। ସେମାନଙ୍କୁ କୌଣସି ପ୍ରକାର ସହାୟତା ଦିଆଯାଉ ନ ଥିବାରୁ ସେମାନେ ଭୋକ ଉପାସରେ କାଳ କାଟୁଛନ୍ତି।
ମିଳିଥିବା ସୂଚନା ଅନୁସାରେ, ଲକ୍‌ଡାଉନ ପୂର୍ବରୁ ଅନୂ୍ୟନ ୪ ହଜାର ଦାଦନ ଶ୍ରମିକ ନୂଆପଡା ଜିଲାରେ ପହଞ୍ଚିଥିବା ବେଳେ ବିଭିନ୍ନ ଜାଗାରେ କ୍ୱାରାଣ୍ଟାଇନରେ ରହିଥିଲେ। ଏମାନଙ୍କୁ ବାଦ୍‌ ଦେଇ ଆହୁରି ଦଶ ହଜାରରୁ ଊର୍ଦ୍ଧ୍ୱ ଶ୍ରମିକ ଆନ୍ଧ୍ରପ୍ରଦେଶ, ବମ୍ବେ, ତେଲଙ୍ଗାନା, ଗୁଜୁରାଟ ଆଦି ରାଜ୍ୟରେ ଅଟକି ରହିଛନ୍ତି। ଏହି କ୍ରମରେ ନୂଆପଡା ସମେତ ପଡୋଶୀ ବରଗଡ ଜିଲାର ପ୍ରାୟ ୬୦ଜଣ ଶ୍ରମିକ ବମ୍ବେ ଶିବାଜୀ ଛତ୍ରପତି ବିମାନ ବନ୍ଦର ନିକଟ ଏକ କମ୍ପାନୀରେ ଅଟକି ରହିଛନ୍ତି। ଲକଡାଉନ ପରେ ସେଠାକାର ଇଟାଭାଟି ମାଲିକମାନେ ଶ୍ରମିକମାନଙ୍କୁ ସହାୟତା ଦେବା ବଦଳରେ ଇଟାଗଢା ସହ ବିଭିନ୍ନ କାମରେ ନିୟୋଜିତ କରିଛନ୍ତି। ଠିକ ସମୟରେ ଖାଇବା ଏବଂ କୌଣସି ପ୍ରକାର ଚିକିତ୍ସା ଖର୍ଚ୍ଚ ମଧ୍ୟ ଦିଆଯାଉ ନ ଥିବା ଶ୍ରମିକମାନେ ଅଭିଯୋଗ କରିଛନ୍ତି। ସେମାନେ ଦିନକୁ ଓଳିଏ ଖାଇ ଦିନ କାଟୁଛନ୍ତି। ସେହିଭଳି ଆନ୍ଧ୍ରପ୍ରଦେଶର ବିଜୟୱାଡା ଜିଲା ମଛର୍ଲା ଇଟାଭାଟିରେ କୋମନା ବ୍ଲକ କାଣ୍ଡେତରା ଗାଁର ଶିଶୁ ମହିଳାଙ୍କ ସମେତ ୫୮ଜଣ ଶ୍ରମିକ ଅଟକି ରହିଛନ୍ତି। କରୋନା ଭୟରେ ଶ୍ରମିକମାନେ ଦିନ ରାତି ଚିନ୍ତାରେ ରହିଥିବାବେଳେ ମାଲିକ ଦିନକୁ ୧୨/୧୩ଘଣ୍ଟା ଇଟାଗଢା କାମରେ ନିୟୋଜିତ କରୁଥିବା ଶ୍ରମିକ ଧ୍ୟାନଚାନ୍ଦ ସତନାମୀ ଫୋନ ଯୋଗେ ଜଣାଇଛନ୍ତି । ସେହିଭଳି ଗୁଜୁରାଟର ଏକ କମ୍ପାନୀରେ ମଧ୍ୟ ଶ୍ରମିକମାନେ ଅଟକ ରହିଛନ୍ତି । ସେମାନଙ୍କର ଅସୁବିଧାକୁ ନେଇ ସରକାରଙ୍କ ତରଫରୁ ଜାରି କରାଯାଇଥିବା ଟୋଲ ଫ୍ରି ନମ୍ବରକୁ ଯୋଗାଯୋଗ କଲେ ମଧ୍ୟ କୌଣସି ଉତ୍ତର ମିଳୁ ନ ଥିବା ଶ୍ରମିକ ନେତା ବାଦଲ କୁମାର ଫୋନ ଯୋଗେ କହିଛନ୍ତି । ଏହା ଉପରେ ରାଜ୍ୟ ସରକାର ତୁରନ୍ତ ଦୃଷ୍ଟି ଦେବାକୁ ଦାବି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଆଦିବାସୀ ଝିଅ ପୂର୍ଣ୍ଣିମା, ସମଗ୍ର କୋକସରା ଅଞ୍ଚଳରେ ଖୁସିର ଲହରୀ

କୋକସରା,୨୫।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ଗ୍ରାମର ମେଧାବୀ ଆଦିବାସୀ ଝିଅ ପୂର୍ଣ୍ଣିମା ପୁଝାରୀ ସର୍ବଭାରତୀୟ ନିଟ୍ (NEET UG) ପରୀକ୍ଷାରେ ସଫଳତା…

କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ

ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ବିନା କୋଚିଂରେ ନିଟ୍‌ରେ ସଫଳ ହେଲେ ସୁବ୍ରତ, ଭୀମ ଭୋଇ ମେଡିକାଲ କଲେଜରେ ପଢ଼ିବେ…

କର୍ଲାମୁଣ୍ଡା,୨୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ରେଙ୍ଗାଲି ଗ୍ରାମର ମେଧାବୀ ଛାତ୍ର ସୁବ୍ରତ ଶେଖର ରଣା ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri