ଭୋକରେ ଫେରୁଥିବା ନିର୍ଯାତିତ ଶ୍ରମିକ ଆଶ୍ରୟସ୍ଥଳରେ ଭର୍ତ୍ତି, ଠିକାଦାରଙ୍କ ନାମରେ ମାମଲା

ସୋନପୁର,୧୬।୪(ନି.ପ୍ର.): କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। କୋଠାବାଡି ନିର୍ମାଣ କାର୍ଯ୍ୟ ବନ୍ଦ ରହିଛି। ଏଭଳି ସ୍ଥିତିରେ ଛତିଶଗଡର ୧୦ଜଣ ଶ୍ରମିକ ସୁବର୍ଣ୍ଣପୁରରେ ନିର୍ମାଣାଧୀନ ମାତୃ ଓ ଶିଶୁ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ନିୟୋଜିତ ହୋଇଥିଲେ ମଧ୍ୟ ଠିକାଦାର ସେମାନଙ୍କୁ ଖାଇବାକୁ ନ ଦେଇ ନିର୍ଯାତନା ଦେଉଥିବା ସୋନପୁର ଥାନାରେ ଲିଖିତ ଅଭିଯୋଗ ହୋଇଛି। ଶ୍ରମିକଙ୍କ ବୟାନ ଆଧାରରେ ଠିକାଦାରଙ୍କ ବିରୋଧରେ ଜିଲା ଶ୍ରମ ଅଧିକାରୀ ଡିଲେଶ୍ୱର ଖାଖା ଏହି ଅଭିଯୋଗ କରିଛନ୍ତି । ପୋଲିସ ଠିକାଦାର ଓ ପେଟି ଠିକାଦାରଙ୍କ ନାମରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।
ପ୍ରକାଶ ଯେ, ସହରର ମହାନଦୀ କୂଳ ଝୁପୁଡିପଡା ନିକଟରେ ନିର୍ମାଣାଧୀନ ସ୍ବାସ୍ଥ୍ୟକେନ୍ଦ୍ରରେ ଛତିଶଗଡର ଶ୍ରମିକ କାର୍ଯ୍ୟ କରୁଥିଲେ। ଲକ୍‌ଡାଉନ୍‌ ସମୟରେ ପୂର୍ତ୍ତ ବିଭାଗର କର୍ତ୍ତୃପକ୍ଷଙ୍କ ଜାଣତରେ ବେଆଇନ ଭାବେ ନିର୍ମାଣ କାର୍ଯ୍ୟ ଚାଲିଥିଲା। ତେବେ ଠିକାଦାର ଶ୍ରମିକମାନଙ୍କୁ ନିର୍ଯାତନା ଦେବା ସହ ଖାଇବାକୁ ଦେଉ ନ ଥିଲେ। ଶ୍ରମିକମାନେ ବୁଧବାର ଅପରାହ୍ନରେ ଚାଲିଚାଲି ବିନିକା ରାସ୍ତା ଦେଇ ଘରକୁ ଫେରୁଥିଲେ। ଜିଲା ମଙ୍ଗଳ କାର୍ଯ୍ୟାଳୟର କିରାଣୀ ସିତେଶ ପୂଜାହାରୀ ଘୋଡାଧାର ନିକଟରେ ଶ୍ରମିକମାନଙ୍କ ସହିତ କଥା ହୋଇ ଘଟଣା ସମ୍ପର୍କରେ ଅବଗତ ହୋଇଥିଲେ। ପୂଜାହାରୀ ଏ ସମ୍ପର୍କରେ ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର ପଣ୍ଡାଙ୍କୁ ଜଣାଇଥିଲେ । ଅତିରିକ୍ତ ଜିଲାପାଳ ପଣ୍ଡା ଜିଲାପାଳ ମୋନିଷା ବାନାର୍ଜୀଙ୍କୁ ବାହାର ରାଜ୍ୟର ନିର୍ଯାତିତ ଶ୍ରମିକଙ୍କ ବିଷୟରେ ଅବଗତ କରାଇଥିଲେ। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ବିନିକାର ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ନିରଞ୍ଜନ ନାଏକ ୬ ମାସର ଶିଶୁ ସହିତ ମହିଳା ଓ ପୁରୁଷ ମୋଟ ୧୦ ଜଣ ଶ୍ରମିକଙ୍କୁ କର୍ତ୍ତଙ୍ଗ ବିଦ୍ୟାଳୟ(ଅସ୍ଥାୟୀ ଆଶ୍ରୟସ୍ଥଳ)ରେ ରହିବାର ବ୍ୟବସ୍ଥା କରିଛନ୍ତି। ସେମାନଙ୍କୁ ୨ ଓଳି ରନ୍ଧାଖାଦ୍ୟ, ଜଳଖିଆ, ଶିଶୁଖାଦ୍ୟ ଓ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦିଆଯାଉଛି। ଲକ୍‌ଡାଉନ୍‌ ଅବଧି ହଟିବା ପର୍ଯ୍ୟନ୍ତ ଶ୍ରମିକମାନେ ଏଠାରେ ରହିବେ। ଅନ୍ୟପକ୍ଷେ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲା ଶ୍ରମ ଅଧିକାରୀ ଘଟଣାର ତଦନ୍ତ କରିବା ସହିତ ଠିକାଦାରଙ୍କ ନାମରେ ଏତଲା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ…

ମଧ୍ୟାହ୍ନଭୋଜନରେ ବ୍ୟାପକ ଅନିୟମିତତା:ହରିଲୁଟ୍‌ କରୁଥିଲେ ଶିକ୍ଷକ-ଶକ୍ଷୟିତ୍ରୀ, ଫିଟିଲା ଗୁମର

ଭୁବନେଶ୍ୱର, ୭।୪(ରବିନାରାୟଣ ଜେନା):ରାଜ୍ୟରେ ପୂର୍ବ ସରକାର ଅମଳରେ ଛାତ୍ରୀଛାତ୍ରଙ୍କ ଯୋଜନା କିଭଳି ହରିଲୁଟ୍‌ ହେଉଥିଲା ତା’ର ଗୁମର ପଦାକୁ ଆସିଛି। ଶିକ୍ଷୟିତ୍ରୀ/ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ନାଁରେ ସରକାରଙ୍କ ମଧ୍ୟାହ୍ନଭୋଜନଠାରୁ…

ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୮ ଘଣ୍ଟା ଜାତୀୟ ରାଜପଥ ଜାମ୍

ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍…

ପୂର୍ବତନ ଟେନିସ ଖେଳାଳି, ଓକିଲ ,ମିଡିଆ ହାଉସ ମାଲିକାଣି …, କିଏ ଆସାମ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ରିନିକି ଭୂୟାଁ ଶର୍ମା? ଜାଣନ୍ତୁ…

ଗୁଆହାଟି,୭।୪: ଆସାମରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହେବାକୁ ଆଉ କିଛି ଘଣ୍ଟା ବାକି ଥିବାବେଳେ, ରାଜ୍ୟରେ ରାଜନୈତିକ ତାପମାତ୍ରା କ୍ରମାଗତ ଭାବରେ ବୃଦ୍ଧି ପାଇବାରେ…

ରାତିଅଧରେ ବଡ ବ୍ଲାଷ୍ଟ, ହୁତୁ ହୁତୁ ଜଳିଲା ରେଲୱେ ଗ୍ରୀଡ୍

ବଣାଇଁ,୭।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଚାନ୍ଦିପୋଷ ଥାନା ପଛ ପଟେ ଥିବା ରେଲୱେ ଷ୍ଟେସନ ଗ୍ରୀଡ଼ରେ ଅଗ୍ନିକାଣ୍ଡ ହୋଇଛି । ସୋମବାର ରାତି ପ୍ରାୟ ୧୧ଟାରେ ହଠାତ…

ଧୁରନ୍ଧର ୨ ଦେଖିବା ପରେ କୋହଲି ଦେଲେ ଏମିତି ପ୍ରତିକ୍ରିୟା: ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ,୭।୪: ରଣବୀର ସିଂହଙ୍କ ଅଭିନୀତ ଧୁରନ୍ଧର ୨ ଇତିହାସ ରଚିଛି। ଏହି ଫିଲ୍ମଟି ବକ୍ସ ଅଫିସ୍‌ରେ ଏପର୍ଯ୍ୟନ୍ତ ୧୬୦୦ କୋଟିରୁ ଅଧିକ ଟଙ୍କା ରୋଜଗାର କରିଛି। ଏହି…

ଏଇ ଭାରତରେ

ଗାର୍ବେଜ କ୍ଲିନିକ୍‌ ବା ବର୍ଜ୍ୟ କ୍ଲିନିକ୍‌ କଥା ଶୁଣିଛନ୍ତି କି। ହଁ, ଏମିତିକା କ୍ଲିନିକ୍‌ ଚାଲିଛି ଦିଲ୍ଲୀରେ। ପ୍ରବୀଣ ନାୟକ ଇଞ୍ଜିନିୟରିଂ କ୍ୟାରିୟର ଛାଡ଼ି ଦିଲ୍ଲୀକୁ ସବୁଜ…

ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ

ଓଡ଼ିଶାର ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍‌) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri