Posted inଖେଳ

ଭୋକାନାଲଙ୍କ ଉପରୁ ସସ୍‌ପେଣ୍ଡ ଆଦେଶ ପ୍ରତ୍ୟାହାର

ନୂଆଦିଲ୍ଲୀ, ୨୩ା୧ (ପି.ଟି.)- ରୋଇଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଆର୍‌ଏଫ୍‌ଆଇ) ଗୁରୁବାର ରୋୟର ଦାତୁ ଭୋକାନାଲଙ୍କ ଉପରୁ ସସ୍‌ପେଣ୍ଡ ଆଦେଶ ପ୍ରତ୍ୟାହାର କରିଛି। ୨୦୧୮ ଏସିଆନ ଗେମ୍‌ରେ କୌଣସି ଯୁକ୍ତିଯୁକ୍ତ କାରଣ ନ ଥାଇ ରେସ୍‌ ଅଧାରୁ ଓହିରିଯାଇଥିଲେ। ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) ସଭାପତି ନରିନ୍ଦର ବାତ୍ରାଙ୍କ ହସ୍ତକ୍ଷେପ ଯୋଗୁ ଏହା ସମ୍ଭବ ହୋଇପାରିଛି। ଭୋକାନାଲ ଏସିଆନ ଗେମ୍ସର ପୁରୁଷ କ୍ୱାଡରପଲ ସ୍କଲ୍ସ ଇଭେଣ୍ଟରେ ଏକ ସ୍ବର୍ଣ୍ଣ ଜିତିଥିବା ଭାରତୀୟ ଦଳର ଅନ୍ୟତମ ସଦସ୍ୟ ଥିଲେ। ସେ ପରେ ସିଙ୍ଗଲ୍ସ ସ୍କଲ୍ସ ଇଭେଣ୍ଟରେ ଭାଗ ନେଇଥିଲେ। ସେ ଆକସ୍ମିକ ରେସ୍‌ ଅଧାରୁ ଓହରିଯାଇଥିଲେ। ତାଙ୍କୁ ପଚରାଯିବାରେ ସେ କହିଥିଲେ। ସେଦିନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ନ ଥିଲା। ବୋଟ୍‌ଟି ମଧ୍ୟ ଓଲଟି ପଡ଼ିଥିଲା। ମାତ୍ର ଆରଏଫ୍‌ଆଇ ରୋୟରଙ୍କ ଏହି ଉତ୍ତରରେ ସନ୍ତୁଷ୍ଟ ନ ଥିଲା। ଭୋକାନାଲଙ୍କୁ ଗତ ବର୍ଷ ମାର୍ଚ୍ଚ ମାସରୁ ୨ବର୍ଷ ସସ୍‌ପେଣ୍ଡ କରିଥିଲା। ପରବର୍ତ୍ତୀ କାଳରେ ବାତ୍ରା ଏଥିରେ ହସ୍ତକ୍ଷେପ କରି ନିଷ୍ପତ୍ତିର ସମୀକ୍ଷା କରିବା ଲାଗି କହିଥିଲେ। ଆରଏଫ୍‌ଆଇ ଗୁରୁବାରଠାରୁ ତାଙ୍କ ଉପରୁ ସସ୍‌ପେଣ୍ଡ ଆଦେଶ ପ୍ରତ୍ୟାହାର କରିବା ସହ ଆସନ୍ତା ଏପ୍ରିଲ ୨୭ରୁ ୩୦ ତାରିଖ ପର୍ଯ୍ୟନ୍ତ କୋରିଆର ଚାଙ୍ଗଜୁଠାରେ ହେବାକୁଥିବା ଅଲିମ୍ପିକ କ୍ୱାଲିଫିକେଶନ ରେଗାଟା ପାଇଁ ପ୍ରସ୍ତୁତ ହେବା ଲାଗି ପରାମର୍ଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri