ଭୋକିଲା ଜୀବଜନ୍ତୁଙ୍କୁ ଖାଦ୍ୟ, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ବ୍ୟୟବରାଦ

ଭୁବନେଶ୍ୱର,୩୧ା୩(ବ୍ୟୁରୋ)- କୋଭିଡ୍‌-୧୯ ସଂକ୍ରମଣ ଆଶଙ୍କାରେ ସମଗ୍ର ଦେଶ ଲକ୍‌ଡାଉନ୍‌ ରହିଛି। ବୁଲା ଜୀବଜନ୍ତୁ ଏହି ଲକ୍‌ଡାଉନ ସମୟରେ ଭୋକ ଉପାସରେ ରହୁଥିବା ଜଣାପଡିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ୫ଟି ମହାନଗର ନିଗମ, ୪୮ଟି ମ୍ୟୁନିସିପାଲିଟିରେ ଥିବା ବୁଲା କୁକୁର, ଷଣ୍ଢ, ମାଙ୍କଡ ଓ ଅନ୍ୟାନ୍ୟ ଜୀବଜନ୍ତୁଙ୍କୁ ୧୮ ଦିନ ସକାଶେ ଖାଦ୍ୟ ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫୪ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଛି। ଭୁବନେଶ୍ୱର ମହାନଗର ନିଗମ ଦିନକୁ ୨୦ ହଜାର କରି ୧୮ ଦିନ ସକାଶେ ୩ ଲକ୍ଷ ୬୦ ହଜାର ଟଙ୍କା ବ୍ୟୟବରାଦ କରାଯାଇଥିବା ବେଳେ ବ୍ରହ୍ମପୁର, କଟକ, ରାଉରକେଲା ଏବଂ ସମ୍ବଲପୁର ମହାନଗର ନିଗମ ପାଇଁ ଦୈନିକ ୧୦ ହଜାର ହିସାବରେ ୭ ଲକ୍ଷ ୨୦ ହଜାର ଏବଂ ୪୮ଟି ମ୍ୟୁନିସିପାଲିଟି ପାଇଁ ୧୮ ଦିନ ସକାଶେ ଦୈନିକ ୫ ହଜାର ଟଙ୍କା ଲେଖାଏ ମୋଟ ୪୪ ଲକ୍ଷ ୨୦ ହଜାର ଟଙ୍କା ଅନୁମୋଦନ କରାଯାଇଛି। ସେହି ଅର୍ଥରେ ସମ୍ପୃକ୍ତ ମହାନଗର ନିଗମ ଭୋକିଲା ପଶୁପକ୍ଷୀଙ୍କୁ ଖାଦ୍ୟ ଯୋଗାଇବା ନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଉକ୍ତ ମହାନଗର ନିଗମ କମିଶନର ଓ କାର୍ଯ୍ୟ ନିର୍ବାହୀ ଅଧିକାରୀମାନଙ୍କୁ ଚିଠି ଲେଖି ଜଣାଯାଇଛି। ସେହି ଜୀବଜନ୍ତୁମାନେ ଯେପରି ଅନାହାରରେ ନ ମରିବେ ସେଥିପ୍ରତି ଦୃଷ୍ଟିଦେବାକୁ କୁହାଯାଇଛି। ପୌର ସଂସ୍ଥାଗୁଡିକ ଜୀବଜନ୍ତୁଙ୍କ କଲ୍ୟାଣ ପାଇଁ କାର୍ଯ୍ୟ କରୁଥିବା ସଂସ୍ଥାଗୁଡିକର ସହାୟତା ନେଇ ଏହି କାର୍ଯ୍ୟ କରିବେ। ଯଦି ସେଭଳି ସଂସ୍ଥା ନ ମିଳିବେ ତେବେ ଘରୋଇ ଲୋକଙ୍କୁ ଏଥିରେ ଅନ୍ତର୍ଭୁକ୍ତ କରିପାରିବେ। ଏହାଛଡା ସ୍ବେଚ୍ଛାସେବୀ ସଂସ୍ଥା ଏବଂ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ସ୍ଥାନୀୟ କର୍ମଚାରୀଙ୍କୁ ମଧ୍ୟ ଏହି କାର୍ଯ୍ୟରେ ନିୟୋଜିତ କରିବାକୁ ପରାମର୍ଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri