ଭୋକିଲା ପେଟରେ ପୂଜାର୍ଚ୍ଚନା କରିବା କାଠିକର ପାଠ ହେବ

ସମ୍ବଲପୁର, ୨୮।୪ (ବ୍ୟୁରୋ)- କରୋନା ଭୂତାଣୁକୁ ନେଇ କଟକଣା ଯୋଗୁ ସମ୍ବଲପୁରର ଇଷ୍ଟଦେବୀ ସମଲେଇଙ୍କ ଦର୍ଶନ ମାର୍ଚ୍ଚ ୧୯ ତାରିଖରୁ ବନ୍ଦ ରହିଛି। ହେଲେ ଦେବୀଙ୍କ ପୂଜାର୍ଚ୍ଚନା ରୀତିନୀତି ଓ ପରମ୍ପରାରେ କରାଯାଉଛି । ମନ୍ଦିର ଟ୍ରଷ୍ଟ ବୋର୍ଡ ପୂଜା ଲାଗି ଦୈନିକ ୧ହଜାର ଟଙ୍କା ପ୍ରଦାନ କରୁଛି। ସମଲେଇଙ୍କ ନୂଆଁବସ୍ତ୍ର, ଅନ୍ନଭୋଗ, ଆଳତି, ପୂଜା ସାମଗ୍ରୀରେ ୧ହଜାରରୁ ଉର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ ହେଉଛି । ଅନ୍ୟପଟେ ମନ୍ଦିର ବନ୍ଦ ଯୋଗୁ ପୂଜକମାନେ କିନ୍ତୁ ଅସୁବିଧାର ସମ୍ମଖୀନ ହେଉଛନ୍ତି । ୧୨ ପୂଜକ ପରିବାରର ୧୫୦ ଜଣ ସଦସ୍ୟ ଏହାଯୋଗୁ ପ୍ରଭାବିତ ହୋଇଛନ୍ତି । ପୂଜକ ଭାବେ ଏମାନେ କୌଣସି ପ୍ରକାର ସରକାରୀ ସହାୟତା ମଧ୍ୟ ପାଉନାହାନ୍ତି । ଏଣୁ ମନ୍ଦିର ଟ୍ରଷ୍ଟ ବୋର୍ଡ ଓ ରାଜ୍ୟ ସରକାର ଆର୍ଥତ୍କ ସହାୟତା ଯୋଗାଇଦେବା ଆବଶ୍ୟକତା ରହିଛି। ନ ଚେତ ଭୋକିଲା ପେଟରେ ଦେବୀଙ୍କର ପୂଜାର୍ଚ୍ଚନା କରିବା କାଠିକର ପାଠ ହେବ । ମଙ୍ଗଳବାର ସମ୍ବଲପୁର ସମଲେଇ ମନ୍ଦିର ପରିସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପୂଜକମାନେ ଏହା କହିଛନ୍ତି । ଏହି ଖବରଦାତା ସମ୍ମିଳନୀରେ ସାମାଜିକ ଦୂରତ୍ୱ ବଜାୟ ରଖି ମୁଖ୍ୟ ପୂଜକ ଅମ୍ବିକାପ୍ରସାଦ ରାଏ, ପ୍ରକାଶ ରାଏ, ଅକ୍ଷୟ ରାଏ, ନିର୍ଭୟ ରାଏ, କୋଦଣ୍ଡ ରାଏ, ସୁଧାଂଶୁ ରାଏ, ଓକିଲ ରାଏ, ସଗନ ରାଏ, ପ୍ରଶାନ୍ତ ରାଏ, ସାରଙ୍ଗ ରାଏ, ଯୋଗେନ୍ଦ୍ର ରାଏ, ଅମିୟ ରାଏ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri