ଭୋକ ଓପାସରେ ବାହାର ରାଜ୍ୟର ୯ ଶ୍ରମିକ

ଖଇରା, ୬।୪(ଡି.ଏନ.ଏ.): ବାହାର ରାଜ୍ୟର ୯ଜଣ ଶ୍ରମିକ ୨ଦିନ ହେଲା ଭୋକଓପାସରେ ରହିଛନ୍ତି। ସେମାନେ ବାଲେଶ୍ୱର ଜିଲା ଖଇରା ବ୍ଲକ ଝିଙ୍କିରିଆ ପଞ୍ଚାୟତ ଅଧୀନ ସିଂହିପୁର ଗ୍ରାମରେ ଆଶ୍ରୟ ନେଇଛନ୍ତି। ତୁରନ୍ତ ଖାଦ୍ୟ ବ୍ୟବସ୍ଥା କରିବାକୁ ସେମାନେ ପ୍ରଶାସନ ନିକଟରେ ଗୁହାରି କରିଛନ୍ତି। ଏହି ଶ୍ରମିକମାନଙ୍କ ଘର ପଶ୍ଚିମବଙ୍ଗ ରାଜ୍ୟର ମେଦିନୀପୁର ଅଞ୍ଚଳରେ। ସେମାନେ ଜଣେ ମଧ୍ୟସ୍ଥିଙ୍କ ପ୍ରରୋଚନାରେ ଆସି ଏହି ସିଂହିପୁର ଗ୍ରାମରେ ରହି ଝିଙ୍କିରିଆ ସମେତ ପଡୋଶୀ ସାରଡାଙ୍ଗ ତଥା ଗୋଳିହା ପଞ୍ଚାୟତର ବିଭିନ୍ନ ଗୃହ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିଲେ। କରୋନା ଭାଇରସ ସଂକ୍ରମଣକୁ ନେଇ କଟକଣା ଲାଗୁ ହେବା ପରେ ସେମାନଙ୍କୁ ନେଇ ଆସିଥିବା ମଧ୍ୟସ୍ଥି ଜଣକ ଅଳ୍ପ କିଛି ଅର୍ଥ ଦେଇ ଘରକୁ ପଳାଇଥିଲେ। ସେମାନେ ଏହି ସେହି ଅର୍ଥରେ ଖାଦ୍ୟ ସରଞ୍ଜାମ ଯୋଗାଡ କରି କିଛିଦିନ ଚଳିଗଲେ। ସେପଟେ ପଇସା ସରିଆସୁଥିବା ବେଳେ ଖଇରା ବ୍ଲକ ପ୍ରଶାସନ ତରଫରୁ ବାହାର ରାଜ୍ୟର ଶ୍ରମିକଙ୍କୁ ଖାଦ୍ୟର ବ୍ୟବସ୍ଥା ଲାଗି ମାଇକ ପ୍ରଚାର କରିବା ପରେ ସେମାନଙ୍କ ମନରେ ନୂଆ ଆଶା ମନରେ ସଞ୍ଚାର ହୋଇଥିଲା। ହେଲେ ପୂର୍ବରୁ ବାକି ଦେଉଥିବା ଦୋକାନୀମାନେ କିଛି ଦିନ ତଳେ ଆଉ ଜିନିଷ ଦେବାକୁ ମନା କରିଦେଇଥିଲା। ଆଜି ପର୍ଯ୍ୟନ୍ତ ପ୍ରଶାସନ ତରଫରୁ କୌଣସି ଖାଦ୍ୟ ବ୍ୟବସ୍ଥା କରା ନ ଯିବାରୁ ତାଙ୍କ ମୁଣ୍ଡରେ ଚିନ୍ତା ବଢିଯାଇଛି। ସେମାନେ ଏବେ ଚାଲି ଚାଲି ଗ୍ରାମକୁ ଯିବାକୁ ପ୍ରସ୍ତୁତ ହେଉଛନ୍ତି। ଗ୍ରାମର କେତେକ ଲୋକ ବ୍ୟକ୍ତିଗତ ସ୍ତରରେ କିଛି ଖାଦ୍ୟର ବ୍ୟବସ୍ଥା କରିଛନ୍ତି। ସରକାର ସମସ୍ତ ବାହାର ଶ୍ରମିକଙ୍କ ପାଇଁ ରନ୍ଧାଖାଦ୍ୟ ପ୍ରଦାନ ବ୍ୟବସ୍ଥା କରାଯାଇଥିବା ନେଇ ଘୋଷଣା କରୁଥିବା ବେଳେ ଏହି ଶ୍ରମିକମାନେ ଏଥିରୁ ବଞ୍ଚିତ ରହିବା ଯନ୍ତ୍ରଣାଦାୟକ ବୋଲି କେତେକ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ବିଡିଓ ଦେବେନ୍ଦ୍ର ପ୍ରସାଦ ବଳଙ୍କ ଦୃଷ୍ଟି ଆକର୍ଷଣ କରାଯିବାରୁ ସେମାନଙ୍କ ପାଇଁ ଖାଦ୍ୟ ସାମଗ୍ରୀ ବ୍ୟବସ୍ଥା କରିବେ ବୋଲି କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri