ଭୋଗ ଡାରେ ସିରିଜ୍‌ ବୋମାମାଡ଼: ଗୋଟିଏ ପରିବାରର ୩ ଗୁରୁତର

ଖୋର୍ଦ୍ଧା ଅଫିସ, ୨୬।୫: ଖୋର୍ଦ୍ଧା ଜିଲା ବାଘମାରୀ ଥାନା ଅନ୍ତର୍ଗତ ଭୋଗ ଡାରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ବୋମାମାଡ଼ ଘଟିଛି । ଏଥିରେ ଗୋଟିଏ ପରିବାରର ୩ଜଣ ଗୁରୁତର ହୋଇଛନ୍ତି । ଆହତମାନେ ହେଲେ ସୁକାନ୍ତ ଜୟସିଂ, ସ୍ତ୍ରୀ ଲାବଣ୍ୟ ଓ ପୁଅ ସୌମ୍ୟରଞ୍ଜନ। ଆହତମାନଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି।
ମିଳିଥିବା ସୂଚନା ଅନୁସାରେ, ବିଳମ୍ବିତ ରାତିରେ ୧୦ରୁ ଊର୍ଦ୍ଧ୍ୱ ଦୁର୍ବୃତ୍ତ ସୁକାନ୍ତଙ୍କ ଘର ପଛପଟକୁ ଶାବଳରେ ତାଡ଼ିଥିଲେ। ଏହା ଜାଣିପାରି ସୁକାନ୍ତ ଓ ସୌମ୍ୟରଞ୍ଜନ ଏହାକୁ ବିରୋଧ କରିବାରୁ ଦୁର୍ବୃତ୍ତମାନେ ବାମାମାଡ଼ କରିଥିଲେ। ପରେ ସେମାନେ ଘରେପଶି ସୁକାନ୍ତ ଓ ସୌମ୍ୟରଞ୍ଜନଙ୍କ ସହ ସୁକାନ୍ତଙ୍କ ସ୍ତ୍ରୀ ଲାବଣ୍ୟଙ୍କୁ ଆକ୍ରମଣ କରିଥିଲେ। ଲାବଶ୍ୟ କୌଣସି ମତେ ସେଠାରୁ ଖସି ପଳାଇ ସ୍ଥାନୀୟ ଲୋକଙ୍କୁ ଖବର ଦେଇଥିଲେ। ଏହି ସମୟରେ ରାତି ପାଟ୍ରୋଲିଂ କରୁଥିବା ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ପୋଲିସକୁ ଦେଖି ଦୁର୍ବୃତ୍ତମାନେ ପୁଣିଥରେ ସିରିଜ୍‌ ବୋମା ମାଡ଼କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଏସ୍‌ପି ଅଜୟ ପ୍ରତାପ ସ୍ବାଇଁ, ବାଘମାରୀ ଥାନା ଅଧିକାରୀ ନିଲିମା ପଟ୍ଟନାୟକ, ସାଇଣ୍ଟିଫିକ ଟିମ୍‌ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ପୋଲିସ ଘଟଣାସ୍ଥଳରୁ ୨ଟି ମୋବାଇଲ, ରକ୍ତଭିଜା କପଡ଼ା ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ ସନ୍ନ୍ୟାସ ନେଇ ଚମକାଇଲେ ‘3D କ୍ରିକେଟର’; ବିଶ୍ୱକପ୍‌ରେ ଆଜିଯାଏ କେହି ବି କରିପାରିନାହାନ୍ତି ତାଙ୍କ ଭଳି କାରନାମା

ନୂଆଦିଲ୍ଲୀ,୨୨।୫: ଭାରତୀୟ କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍ ଇଣ୍ଡିଆର ଅଲ୍‌ରାଉଣ୍ଡର ବିଜୟ ଶଙ୍କର ନିଜର ୨୫ ବର୍ଷର ଦୀର୍ଘ କ୍ରିକେଟ୍ ଯାତ୍ରାରେ ପୂର୍ଣ୍ଣଚ୍ଛେଦ…

ଆନ୍ତଃ ଜିଲା ପେନ୍‌ସନ ଅଦାଲତ ଉଦ୍‌ଘାଟିତ ୬୯୨ ପେନ୍‌ସନ, ଭବିଷ୍ୟନିଧି ଅଭିଯୋଗର ଶୁଣାଣି

କୋରାପୁଟ,୨୨ା୫(ଅମିତାଭ ବେହେରା)-କୋରାପୁଟ ସଦ୍‌ଭାବନା ଗୃହରେ ୨ଦିନିଆ ଆନ୍ତଃ ଜିଲା ପେନ୍‌ସନ ଅଦାଲତ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପେନ୍‌ସନ ଓ ଭବିଷ୍ୟନିଧି ସମ୍ବନ୍ଧୀୟ ବକେୟା…

କଳାବୈଶାଖୀର ତାଣ୍ଡବ: ଦାରିଙ୍ଗବାଡିରେ ଉପୁଡିଲା ବଡ଼ ବଡ଼ ଗଛ, ଭାଙ୍ଗିଲା ଘର

ଦାରିଙ୍ଗବାଡି, ୨୨।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏକାଧିକ ସ୍ଥାନରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଗୋପାଳପୁରରୁ ରାଇପୁରକୁ ସଂଯୋଗ…

ଗାଈଗୋଠରେ ବଜ୍ରାଘାତ, ଆଉ ତା’ପରେ…

ଗୁଣୁପୁର,୨୨।୫(ସୁଜାତା ପାଢ଼ୀ): କାଳବୈଶାଖୀ ପ୍ରଭାବରେ ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳରେ ଶୁକ୍ରବାର ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଛି। ସେତିକିବେଳେ ଗୁଣପୁର ଓଭର ବ୍ରିଜ କୃଷି ବିଭାଗ…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫:  ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା…

ଜିଲା ଆଇନ ସେବା ପ୍ରାଧିକରଣ: ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ କାର୍ଯ୍ୟକ୍ରମ

ଛତ୍ରପୁର,୨୨ା୫ (ଦିଲ୍ଲୀପ ସାମଲ): ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ ଶୀର୍ଷକ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଶୁକ୍ରବାର ଛତ୍ରପୁର ସ୍ଥିତ ବିଜ୍ଞାନ…

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌…

ଗଞ୍ଜେଇ ଲିଙ୍କରେ ପୂର୍ବତନ ସରପଞ୍ଚଙ୍କୁ ବାନ୍ଧିଲା ପୋଲିସ

ମୋହନା,୨୨ା୫ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ଓ ପ୍ରୋତ୍ସାହନ ମାମଲାରେ ଅଡ଼ବା ଥାନା ବିରିକୋଟ ପଞ୍ଚାୟତର ପୂର୍ବତନ ସରପଞ୍ଚ ମାଶା ମାଝୀଙ୍କୁ ଗିରଫ କରି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri