‘ଭୋଟର ତାଲିକା ଯାଞ୍ଚ ଅବଧି ବଢ଼ିଲା’

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟରେ ଚାଲୁ ରହିଥିବା ଭୋଟର ତାଲିକା ଯାଞ୍ଚ କାର୍ଯ୍ୟକ୍ରମର ଅବଧିକୁ ଭୋଟରମାନଙ୍କ ସୁବିଧା ପାଇଁ ଭାରତର ନିର୍ବାଚନ କମିଶନ ଚଳିତ ମାସ ୩୦ ପର୍ଯ୍ୟନ୍ତ ବଢ଼ାଇଦେଇଛନ୍ତି।
ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ପାଇଁ ଶୁକ୍ରବାର ସୁଦ୍ଧା ମୋଟ ୪,୮୫,୨୪୧ ଗୋଟି ଅର୍ଥାତ୍‌ ଶତକଡ଼ା ୯୦.୭୭୭ ପ୍ରତିଶତ ଫର୍ମ ସଂଗ୍ରହ କରାଯାଇଛି ା ଭୋଟର ତାଲିକାରେ ଅନ୍ତର୍ଭୁକ୍ତ, ବାଦ୍‌ ପଡ଼ିବା ଏବଂ ଆବଶ୍ୟକ ସଂଶୋଧନ ନିମନ୍ତେ ଯଥାକ୍ରମେ ଫର୍ମ ନଂ-୬,୭ ଏବଂ ୮ ଓ ୮(କ) ଦ୍ୱାରା ଆବେଦନ କରାଯାଇଥାଏ।
ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ସୁଶୀଲ କୁମାର ଲୋହାନୀ ସମସ୍ତ ଜିଲାର ଜିଲାପାଳ ଓ ଉପଜିଲାପାଳଙ୍କ ସହ ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ଏହି କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ। ଉତ୍ତମ କାର୍ଯ୍ୟ କରିଥିବା ଜିଲାପାଳମାନଙ୍କୁ ଲୋହାନୀ ପ୍ରଶଂସା କରିବା ସହ ଚଳିତ ମାସ ଶେଷ ସୁଦ୍ଧା ଶତପ୍ରତିଶତ ଆବଶ୍ୟକ ଫର୍ମ ସଂଗ୍ରହ କରିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ଏଥି ସହ ଭୋଟରମାନଙ୍କ ମଧ୍ୟରେ ବ୍ୟାପକ ସଚେତନତା ସୃଷ୍ଟି କରିବା ପାଇଁ ଜିଲାପାଳମାନଙ୍କୁ ପରାମର୍ଶ ଦେଇଥିଲେ।
ଭୋଟରମାନେ ମଧ୍ୟ ନିର୍ବାଚନ କମିଶନଙ୍କ ୱେବ୍‌ସାଇଟ୍‌ www.nvsp.inକୁ ଯାଇ ନିଜେ ନିଜେ ସେମାନଙ୍କର ଭୋଟର ତାଲିକା ଦେଖିବା ସହ ତ୍ରୁଟି ଥିଲେ ଆବଶ୍ୟକ ସଂଶୋଧନ କରିପାରିବେ। ଏତଦ୍‌ବ୍ୟତୀତ ସବୁ ଉପଖଣ୍ଡ ଅଧୀନରେ ଖୋଲାଯାଇଥିବା ଭୋଟର ସହାୟତା କେନ୍ଦ୍ର, ଜନସେବାକେନ୍ଦ୍ର, ବି.ଏଲ୍‌.ଓ. କିମ୍ବା ୧୯୫୦କୁ ଫୋନ୍‌ କରି ଭୋଟର ତାଲିକାର ଯାଞ୍ଚ କାର୍ଯ୍ୟକ୍ରମ ସମ୍ପର୍କରେ ଜାଣିପାରିବେ ଏବଂ ଆବଶ୍ୟକ ସଂଶୋଧନ କରାଇପାରିବେ। ଏହାପରେ ଆସନ୍ତା ଡିସେମ୍ବର ୧୬ରେ ଡ୍ରାଫଟ୍‌ ଭୋଟର ତାଲିକା ପ୍ରକାଶ ପାଇବ। ଏ ସମ୍ପର୍କିତ ଦାବି ଓ ଆପତ୍ତି ଆସନ୍ତା ଡିସେମ୍ବର ୧୬ରୁ ୨୦୨୦ ଜାନୁୟାରୀ ୧୫ ମଧ୍ୟରେ ଗ୍ରହଣ କରାଯିବ।
୨୦୨୦ ଜାନୁୟାରୀ ୨୭ରେ ଦାବି ଓ ଆପତ୍ତିର ଫଇସଲା କରାଯାଇ ଆସନ୍ତା ଫେବୃୟାରୀ ୭ରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ ବୋଲି ସିଇଓ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri