Posted inଖେଳ

ଭ୍ୟାକ୍ସିନ ବିନା ଅଲିମ୍ପିକ୍ସ ଅବାସ୍ତବ

ଟୋକିଓ, ୨୯ା୪ (ଏପି): ଫଳପ୍ରଦ କରୋନା ଭାଇରସ ଭ୍ୟାକ୍ସିନ ନ ବାହାରିବା ପର୍ଯ୍ୟନ୍ତ ଟୋକିଓ ଅଲିମ୍ପିକ୍ସ ଆୟୋଜନ ଚିନ୍ତା କରିବା ଅବାସ୍ତବ। ଜାପାନ ମେଡିକାଲ ଆସୋସିଏଶନ ସଭାପତି ୟୋଶିତାକେ ୟୋକୋକୁରା ମଙ୍ଗଳବାର କହିଛନ୍ତି। ତେବେ ଖୁବ୍‌ ଶୀଘ୍ର କରୋନାଭାଇରସ ପାଇଁ ଭ୍ୟାକ୍ସିନ ଓ ଔଷଧ ଉଦ୍ଭାବନ ହୋଇଯିବ ବୋଲି ସେ ଆଶା ପ୍ରକାଶ କରିଛନ୍ତି। କରୋନାଭାଇରସ୍‌ ମହାମାରୀ ଯୋଗୁ ଜାପାନ ଓ ଅନ୍ତର୍ଜାତୀୟ ଅଲିମ୍ପିକ କମିଟିର ସହମତିରେ ଟୋକିଓ ୨୦୨୦ ଗ୍ରୀଷ୍ମ କ୍ରୀଡ଼ାକୁ ଆସନ୍ତା ବର୍ଷ ଜୁଲାଇ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ଜାପାନରେ କରୋନା ଭାଇରସ୍‌ ସଂକ୍ରମଣ ଦ୍ରୁତ ଭାବେ ବ୍ୟାପିବାରେ ଲାଗିଛି। ହସ୍ପିଟାଲଗୁଡ଼ିକରେ ରୋଗୀଙ୍କ ଭିଡ଼ ଲାଗିଛି। ଦେଶ ମାସେ ହେଲା ଜରୁରିକାଳୀନ ପରିସ୍ଥିତିରେ ଚାଲିଛି। ବିନା ଭ୍ୟାକ୍ସିନରେ ଅଲିମ୍ପିକ୍ସ ଆୟୋଜନକୁ ସେ ବିରୋଧ କରନ୍ତି କି ନା ସେ ସମ୍ପର୍କରେ ୟୋକୋକୁରା କିଛି କହି ନାହାନ୍ତି। ସେ କିନ୍ତୁ ଯୁକ୍ତି ଦର୍ଶାଇଛନ୍ତି କେବଳ ଜାପାନରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସି ଗଲେ ବିଶ୍ୱର ଅନ୍ୟାନ୍ୟ ଅଞ୍ଚଳରୁ ଏହି ମହାମାରୀର ବିନାଶ ଘଟିବା ଜରୁରୀ। ତା ନ ହେଲେ ଅଲିମ୍ପିକ୍ସ ବେଳେ ସଂକ୍ରମଣର ଆଶଙ୍କା ରହିଛି। ବିଶେଷଜ୍ଞମାନେ କହିଛନ୍ତି କରୋନା ଭାଇରସ୍‌ ପାଇଁ ଭ୍ୟାକ୍ସିନ ବାହରିବା ଲାଗି ୧୨ରୁ ୧୮ ମାସ ସମୟ ଲାଗିଯାଇପାରେ। ଏକ ରିପୋର୍ଟ ଅନୁସାରେ ଜାପାନରେ କୋଭିଡ୍‌-୧୯ ସଂକ୍ରମିତ ଙ୍କ ସଂଖ୍ୟା ୧୩,୫୭୬ ରହିଛି। ପୁନଶ୍ଚ ଟୋକିଓ ନିକଟରେ ଏକ ପାଣି ଜାହାଜରେ ୭୧୨ ପଜିଟିଭ ରହିଛନ୍ତି। ଦେଶରେ ଇତିମଧ୍ୟରେ କରୋନା ଭାଇରସ୍‌ରେ ମୃତ୍ୟୁ ସଂଖ୍ୟା ୩୮୯ରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri