ଗଞ୍ଜାମରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଭୟଭୀତ ନ ହେବା ପାଇଁ ଜିଲାବାସୀଙ୍କୁ ଅନୁରୋଧ କଲେ ଜିଲାପାଳ

ଛତ୍ରପୁର,୭ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଗୋଟିଏ ଦିନରେ ଜିଲାରେ ୧୭ ପଜିଟିଭ୍‌ ବାହାରିଥିବାରୁ ଜିଲାବାସୀ ଭୟଭୀତ ହୋଇପଡ଼ିଛନ୍ତି। ସମସ୍ତ ପଜିଟିଭ୍‌ ସୁରଟ ଫେରନ୍ତା ବୋଲି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗଣମାଧ୍ୟମକୁ କହିଛନ୍ତି। ଏମାନଙ୍କଠାରେ କୋଭିଡ୍‌ର କୋଣସି ଲକ୍ଷଣ ନ ଥିଲା ବୋଲି ଜିଲାପାଳ କହିଛନ୍ତି। ସ୍ବାବ୍‌ ଟେଷ୍ଟ ପରେ ରିପୋର୍ଟ ପଜିଟିଭ୍‌ ଆସିଥିଲା। ସମସ୍ତ ପଜିଟିଭ୍‌ ବ୍ୟକ୍ତିଙ୍କୁ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ସେମାନଙ୍କର ଠିକ୍‌ ଯତ୍ନ ନିଆଯାଉଛି ଏବଂ ନିଆଯିବ ବୋଲି ଜିଲାପାଳ କହିଛନ୍ତି। ଜିଲାବାସୀ ଏଥିନେଇ ଭୟଭୀତ ନ ହେବାକୁ ଜିଲାପାଳ ଅନୁରୋଧ କରିଛନ୍ତି।
ସୂଚନାଯୋଗ୍ୟ, ପୂର୍ବରୁ ୪ଜଣଙ୍କଠାରେ ପଜିଟିଭ୍‌ ମିଳିଥିବାବେଳ ବର୍ତ୍ତମାନ ଏହି ସଂଖ୍ୟା ୨୧ରେ ପହଞ୍ଚିଛି। ଗୁରୁବାର ଏସମ୍ପର୍କରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି। ୧୭ ପଜିଟିଭ୍‌ଙ୍କ ମଧ୍ୟରେ ୧୮ରୁ ୫୦ବର୍ଷ ମଧ୍ୟରେ ୧୬ଜଣ ପୁରୁଷ ଥିବାବେଳେ ଜଣେ ୨୦ବର୍ଷୀୟା ମହିଳା ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟଙ୍କୁ ସାହା ‘ୟୁସେ ସଂଗଠନ’: ବୁଦ୍ଧିଜୀବୀଙ୍କ ପ୍ରଶଂସା

ପରଜଙ୍ଗ,୨।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ବିଭିନ୍ନ ବସ୍ତି,ସାହି ମାନଙ୍କରେ ନୂତନ ବର୍ଷର ପ୍ରଥମ ଦିବସରେ ୟୁଥ ୟୁନାଇଟେଡ଼ ଫୋର୍‌ ସଷ୍ଟେନେବ୍ଲ୍ୟୁ ଏନଭର୍ଣ୍ଣମେଣ୍ଟ ଟ୍ରଷ୍ଟ...

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri