‘ଭୟଭୀତ ହୁଅ ନାହିଁ’

ଢେଙ୍କାନାଳ ଅଫିସ, ୨୬।୩: କରୋନା କଟକଣା ଉପରେ ଜିଲା ପ୍ରଶାସନ କଡ଼ା ନଜର ରଖିଛି। ଜିଲାର ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ଅଛି। ଏଥିରେ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ। ଜନତା ପୂର୍ଣ୍ଣ ସହଯୋଗ କଲେ ଅଳ୍ପ ଦିନରେ ସବୁକିଛି ସ୍ବାଭାବିକ ହୋଇଯିବ ବୋଲି କହିଛନ୍ତି ଢେଙ୍କାନାଳ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା।
ଅନ୍ୟପଟେ ଲକ୍‌ଡାଉନ୍‌ର ତୃତୀୟ ଦିନରେ ଗୁରୁବାର ଜିଲାରେ ପୋଲିସ ପକ୍ଷରୁ ଯାଞ୍ଚ ବ୍ୟବସ୍ଥା ଆହୁରି ଜୋର୍‌ଦାର କରାଯାଇଛି। ଜରୁରୀ କାର୍ଯ୍ୟ ବ୍ୟତୀତ ସର୍ବସାଧାରଣଙ୍କ ଯାତାୟାତକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ ପଦକ୍ଷେପ ନିଆଯାଉଛି। କଟକଣା ଉଲ୍ଲଂଘନ ଅଭିଯୋଗରେ ବୁଧବାର ଏବଂ ଗୁରୁବାର ଦୁଇ ଦିନରେ ୨୯ଜଣଙ୍କୁ ଗିରଫ କରାଯାଇଛି। ମୋଟ ୨୬ ଗାଡ଼ି ଜବତ କରାଯିବା ସହ ୫୨ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଥିବା ଟାଉନ ଥାନାଧିକାରୀ ଜ୍ଞାନରଞ୍ଜନ ସାମଲ ସୂଚନା ଦେଇଛନ୍ତି।
ଅପରପକ୍ଷେ ଜନଗହଳି ଏଡ଼ାଇବା ତଥା ସାମାଜିକ ଦୂରତା ରକ୍ଷା କରିବାକୁ ରଥଗଡ଼ା ବ୍ୟତୀତ ଅଳସୁଆ ହାଟ, ବିବି ହାଇସ୍କୁଲ ଖେଳପଡ଼ିଆରେ ପରିବା ବିକ୍ରି କରିବାକୁ ପଦକ୍ଷେପ ନିଆଯାଇଛି। ସକାଳ ୭ରୁ ୧୦ଟା ଏବଂ ଅପରାହ୍ନ ୪ଟାରୁ ୬ଟା ଯାଏ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହିବ। ସାମଗ୍ରୀ କିଣିବା ସମୟରେ ପରସ୍ପର ମଧ୍ୟରେ ୨ ମିଟର ବ୍ୟବଧାନ ରଖିବାକୁ ପରାମର୍ଶ ଦିଆଯାଇଛି। ଏଥିସହ ଆଶଙ୍କିତ ହୋଇ ଅଧିକ ସାମଗ୍ରୀ ମହଜୁଦ ନ ରଖିବା, ଯଥାସମ୍ଭବ ଚାଲିଚାଲି ଯିବା, ନିହାତି ଆବଶ୍ୟକ ନ ଥିଲେ ଘରେ ନ ବାହାରିବା, ସାମାଜିକ ଦୂରତା ରକ୍ଷା କରିବା, ସ୍ବଚ୍ଛତା ପ୍ରତି ଧ୍ୟାନ ଦେବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଡାକବାଜି ଯନ୍ତ୍ର ସହାୟତାରେ ପ୍ରଚାର କରି ନିବେଦନ କରାଯାଇଛି। ଏଥିରେ ଖିଲାପ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri