‘ଭୟଭୀତ ହୁଅ ନାହିଁ’

ଢେଙ୍କାନାଳ ଅଫିସ, ୨୬।୩: କରୋନା କଟକଣା ଉପରେ ଜିଲା ପ୍ରଶାସନ କଡ଼ା ନଜର ରଖିଛି। ଜିଲାର ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ଅଛି। ଏଥିରେ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ। ଜନତା ପୂର୍ଣ୍ଣ ସହଯୋଗ କଲେ ଅଳ୍ପ ଦିନରେ ସବୁକିଛି ସ୍ବାଭାବିକ ହୋଇଯିବ ବୋଲି କହିଛନ୍ତି ଢେଙ୍କାନାଳ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା।
ଅନ୍ୟପଟେ ଲକ୍‌ଡାଉନ୍‌ର ତୃତୀୟ ଦିନରେ ଗୁରୁବାର ଜିଲାରେ ପୋଲିସ ପକ୍ଷରୁ ଯାଞ୍ଚ ବ୍ୟବସ୍ଥା ଆହୁରି ଜୋର୍‌ଦାର କରାଯାଇଛି। ଜରୁରୀ କାର୍ଯ୍ୟ ବ୍ୟତୀତ ସର୍ବସାଧାରଣଙ୍କ ଯାତାୟାତକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ ପଦକ୍ଷେପ ନିଆଯାଉଛି। କଟକଣା ଉଲ୍ଲଂଘନ ଅଭିଯୋଗରେ ବୁଧବାର ଏବଂ ଗୁରୁବାର ଦୁଇ ଦିନରେ ୨୯ଜଣଙ୍କୁ ଗିରଫ କରାଯାଇଛି। ମୋଟ ୨୬ ଗାଡ଼ି ଜବତ କରାଯିବା ସହ ୫୨ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଥିବା ଟାଉନ ଥାନାଧିକାରୀ ଜ୍ଞାନରଞ୍ଜନ ସାମଲ ସୂଚନା ଦେଇଛନ୍ତି।
ଅପରପକ୍ଷେ ଜନଗହଳି ଏଡ଼ାଇବା ତଥା ସାମାଜିକ ଦୂରତା ରକ୍ଷା କରିବାକୁ ରଥଗଡ଼ା ବ୍ୟତୀତ ଅଳସୁଆ ହାଟ, ବିବି ହାଇସ୍କୁଲ ଖେଳପଡ଼ିଆରେ ପରିବା ବିକ୍ରି କରିବାକୁ ପଦକ୍ଷେପ ନିଆଯାଇଛି। ସକାଳ ୭ରୁ ୧୦ଟା ଏବଂ ଅପରାହ୍ନ ୪ଟାରୁ ୬ଟା ଯାଏ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହିବ। ସାମଗ୍ରୀ କିଣିବା ସମୟରେ ପରସ୍ପର ମଧ୍ୟରେ ୨ ମିଟର ବ୍ୟବଧାନ ରଖିବାକୁ ପରାମର୍ଶ ଦିଆଯାଇଛି। ଏଥିସହ ଆଶଙ୍କିତ ହୋଇ ଅଧିକ ସାମଗ୍ରୀ ମହଜୁଦ ନ ରଖିବା, ଯଥାସମ୍ଭବ ଚାଲିଚାଲି ଯିବା, ନିହାତି ଆବଶ୍ୟକ ନ ଥିଲେ ଘରେ ନ ବାହାରିବା, ସାମାଜିକ ଦୂରତା ରକ୍ଷା କରିବା, ସ୍ବଚ୍ଛତା ପ୍ରତି ଧ୍ୟାନ ଦେବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଡାକବାଜି ଯନ୍ତ୍ର ସହାୟତାରେ ପ୍ରଚାର କରି ନିବେଦନ କରାଯାଇଛି। ଏଥିରେ ଖିଲାପ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri