ଭୟାବହ ଅଗ୍ନିକାଣ୍ଡ: ୧୪ ବଖରା, ଝିଅ ବାହାଘର ପାଇଁ ଥିବା ଟଙ୍କା, ଗହଣା ଭସ୍ମ

ଭୁବନ, ୨୯ା୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ବ୍ଲକ ବାଲିବୋ ପଞ୍ଚାୟତ ଅଧୀନ ବାଉଁଶକଣ ଗ୍ରାମର ମାଟିଆସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୫ ପରିବାରର ୧୪ ବଖରା ସମ୍ପୂର୍ଣ୍ଣ ଭସ୍ମୀଭୂତ ହୋଇଯାଇଛି। ଗ୍ରାମବାସୀ ଖାଇ ଶୋଇବା ପରେ ଧନୁ ପ୍ରଧାନଙ୍କ ଘରେ ନିଅଁା ଲାଗି ଚାରିଆଡ଼କୁ ବ୍ୟାପୀ ଯାଇଥିଲା। ଧନୁଙ୍କ ୩ ବଖରା, ମଦନ ପ୍ରଧାନଙ୍କ ୨, କାର୍ତ୍ତିକ ପ୍ରଧାନଙ୍କ ୩, ନାରାୟଣ ପ୍ରଧାନଙ୍କ ୨, ଶରତ ପ୍ରଧାନଙ୍କ ୨ ଓ ବିଶ୍ୱନାଥ ପ୍ରଧାନଙ୍କର ୨ ବଖରା ଜଳିଯାଇଛି। ମାର୍ଚ୍ଚ ମାସରେ ବିଶ୍ୱନାଥଙ୍କ ଝିଅ ବାହାଘର ଉପଲକ୍ଷେ ଘରେ ରଖାଯାଇଥିବା ଟଙ୍କା, ସୁନା ଓ ବିଭିନ୍ନ ସାମଗ୍ରୀ ଜଳିଯାଇଛି। ଖବର ପାଇ ଭୁବନ ଅଗ୍ନିଶମ କର୍ମଚାରୀ ନିଆଁକୁ ଆୟତ୍ତ କରିଥିଲେ। ତେବେ ଅଗ୍ନିକାଣ୍ଡର କାରଣ ଏଯାବତ୍‌ ଅସ୍ପଷ୍ଟ ରହିଛି। ଶନିବାର ଭୁବନ ତହସିଲଦାର ଶକ୍ତିକାନ୍ତ ରାଏ ଘଟଣାସ୍ଥଳରେ ପହଞ୍ଚି କ୍ଷୟକ୍ଷତି ଆକଳନ କରିଛନ୍ତି। ବିଡିଓ ଆଶୀର୍ବାଦ ପରିଡ଼ା, ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳ ଓ ବାଲିବୋ ସରପଞ୍ଚ ସନ୍ତୋଷ କୁମାର ଖୁଣ୍ଟିଆ ପଲିଥିନ ଖାଦ୍ୟ ଯୋଗାଇ ଥିବା ବେଳେ କ୍ଷତିପୂରଣ ଦିଆଯିବ ବୋଲି କହିଛନ୍ତି। ତେବେ କେହି ଦୁର୍ବୃତ୍ତ ଅଗ୍ନିକାଣ୍ଡ ଘଟାଇଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌…

ଗଞ୍ଜେଇ ଲିଙ୍କରେ ପୂର୍ବତନ ସରପଞ୍ଚଙ୍କୁ ବାନ୍ଧିଲା ପୋଲିସ

ମୋହନା,୨୨ା୫ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ଓ ପ୍ରୋତ୍ସାହନ ମାମଲାରେ ଅଡ଼ବା ଥାନା ବିରିକୋଟ ପଞ୍ଚାୟତର ପୂର୍ବତନ ସରପଞ୍ଚ ମାଶା ମାଝୀଙ୍କୁ ଗିରଫ କରି କୋର୍ଟ…

ସିଏସ୍‌କେ ଅଧିନାୟକ ଋତୁରାଜଙ୍କୁ ଜରିମାନା, କାହିଁକି ଜାଣନ୍ତୁ…

ଅହମଦାବାଦ,୨୨ା୫: ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ ଓଭର-ରେଟ୍‌ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ଋତୁରାଜ ଗାଏକ୍ୱାଡଙ୍କୁ ଜରିମାନା କରାଯାଇଛି। ଗୁଜରାଟ ଟାଇଟାନ୍ସ…

କେଏସୟୁବି କଲେଜରେ ନୂତନ ଅଧ୍ୟକ୍ଷ ଭାବେ ଯୋଗଦେଲେ ଡ. ଗଗନ ବିହାରୀ ପୁରୋହିତ

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷଙ୍କ ଭାବେ ଡ. ଗଗନ ବିହାରୀ ପୁରୋହିତ ଶୁକ୍ରବାର ଅପରାହ୍ନରେ ଦାୟିତ୍ୱ…

ଚଳନ୍ତା ଅଟୋ ଉପରେ ପଡ଼ିଲା ଗଛ, ଆଉ ତା‘ପରେ…

ପାରଳାଖେମୁଣ୍ଡି,୨୨ା୫(ଗିରିଧାରୀ ପରିା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ସୀମାନ୍ତ ଆନ୍ଧ୍ର ପ୍ରଦେଶର ପାଟପୁର ଗ୍ରାମ ନିକଟରେ ଶୁକ୍ରବାର ଏକ ଗଛ ପଡ଼ି ଅଟୋ ଚୁର୍‌ମାର୍‌ ହୋଇଯାଇଛି। ହେଲେ…

ପ୍ରକଳ୍ପ ଅଚଳ: ଚୁଆଁ ପାଣି ଭରସାରେ ସାହିବାସୀ

ଖଜୁରିପଡ଼ା,୨୨ା୫ (ବିଦୁର ବେହେରା): କନ୍ଦମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଗୁଦାରୀ ପାୟତ ୪ ନମ୍ବର ୱାର୍ଡ ଅନ୍ତର୍ଗତ ମଲିକ ସାହିରେ ପାନୀୟ ଜଳ ସମସ୍ୟା ଉଟ ରୂପ…

ଲ୍ୟାମ୍ପ MDଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: କୋଟି ଟଙ୍କାର ଅର୍ଥ ହେରଫେର କରି ଗଲେ ଜେଲ୍

କଲ୍ୟାଣସିଂହପୁର, ୨୨।୫ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାର କଲ୍ୟାଣସିଂହପୁର ସମବାୟ ସମିତି (ଲ୍ୟାମ୍ପ)ରେ ଘଟିଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣାରେ ନୂଆ ମୋଡ଼…

ପାରାଦୀପରେ ମାଟି ତଳ ପାଇପ୍ ଲାଇନ୍‌ରୁ ତେଲ ଲିକ୍, ବିପୁଳ ପରିମାଣର ପେଟ୍ରୋଲ ନଷ୍ଟ

ପାରାଦୀପ,୨୨।୫ (ଶରତ ରାଉତ): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳର ୧ ନଂ ଗେଟ୍ ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ସାଉଥ୍ ଅଏଲ ବର୍ଥ ଜେଟିରୁ ଆଇଓସିଏଲ ଟର୍ମିନାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri