Posted inଜାତୀୟ

ମଇଦାନରେ ୧୬୪ କୋଟିପତି

ନୂଆଦିଲ୍ଲୀ,୨୬ା୧: ଫେବୃୟାରୀ ୮ରେ ଦିଲ୍ଲୀ ବିଧାନସଭା ନିର୍ବାଚନ । ମଇଦାନରେ ଅଛନ୍ତି ୧୬୪ କୋଟିପତି ପ୍ରାର୍ଥୀ। ୧୩ ପ୍ରାର୍ଥୀ ସେମାନଙ୍କ ସମ୍ପତ୍ତିର ମୂଲ୍ୟ ୫୦ କୋଟିରୁ ଊର୍ଦ୍ଧ୍ୱ ଦର୍ଶାଇଛନ୍ତି। ସବୁଠାରୁ ଅଧିକ ଧନୀ ଭାବେ ଏଏପିର ମୁଣ୍ଡ୍‌କା ପ୍ରାର୍ଥୀ ଧରମପାଲ ଲାକ୍ରା(୨୯୨.୧ କୋଟି) ରହିଛନ୍ତି। ଦ୍ୱିତୀୟ ସ୍ଥାନରେ ଆର୍‌କେ ପୁରମ୍‌ ଆସନରୁ ଲଢ଼ୁଥିବା ପର୍‌ମିଲା ଟୋକାସ୍‌ (୮୦.୮ କୋଟି) ଅଛନ୍ତି। ତୃତୀୟରେ ଏଏପିର ବଦରପୁର ପ୍ରାର୍ଥୀ ରାମ୍‌ ସିଂ ନେତାଜୀ(୮୦ କୋଟି) ସ୍ଥାନ ପାଇଛନ୍ତି। ପଟେଲନଗର ଆସନରୁ ମଇଦାନକୁ ଓହ୍ଲାଇଥିବା ରାଜ୍‌ କୁମାର ଆନନ୍ଦ ୭୬ କୋଟି ଟଙ୍କା ସମ୍ପତ୍ତିର ମାଲିକ ହୋଇଥିବାବେଳେ କଂଗ୍ରେସର ପ୍ରିୟଙ୍କା ସିଂ ୭୦.୩ କୋଟିର ମାଲିକ ଥିବା ଜଣାପଡ଼ିଛି। କଂଗ୍ରେସ ଓ ଭାଜପାରୁ ଅନେକ କୋଟିପତି ପ୍ରାର୍ଥୀ ନିର୍ବାଚନରେ ଲଢ଼ୁଥିବା ଜଣାପଡ଼ିଛି। ୫୦ କୋଟି କ୍ଲବରେ ଏଏପିର ୬, କଂଗ୍ରେସର ୪ ଓ ଭାଜପାର ୩ ପ୍ରାର୍ଥୀ ଅଛନ୍ତି। ଅନ୍ୟପକ୍ଷରେ କଂଗ୍ରେସ ପ୍ରାର୍ଥୀ ରକି ତୁସିଦ୍‌ଙ୍କ ସମ୍ପତ୍ତି ମୂଲ୍ୟ ସବୁଠୁ କମ୍‌ ବୋଲି ଜଣାପଡିଛି । ସେ ରାଜେନ୍ଦ୍ରନଗରରୁ ପ୍ରାର୍ଥୀ ହୋଇଥିବାବେଳେ ସମ୍ପତ୍ତି ମାତ୍ର ୫୫,୫୭୪ ଟଙ୍କାର ଥିବା ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri