ମକ୍କା ଯିବେ ରାଜ୍ୟର ୬୫୩ ହଜ୍‌ଯାତ୍ରୀ

ଭୁବନେଶ୍ୱର,୧୧।୭(ବ୍ୟୁରୋ): ଓଡ଼ିଶା ହଜ୍‌ କମିଟି ଜରିଆରେ ଚଳିତବର୍ଷ ରାଜ୍ୟରୁ ୬୫୩ଜଣ ହଜ୍‌ ଯାତ୍ରୀ ତୀର୍ଥ ନିମନ୍ତେ ସୌଦି ଆରବର ମକ୍କା ମଦିନା ଯାତ୍ରା କରିବେ। ଏମାନଙ୍କ ମଧ୍ୟରେ ୩୮୬ ଜଣ ପୁରୁଷ ଓ ୨୬୭ ମହିଳା ଯାତ୍ରୀ ରହିଛନ୍ତି। ଚଳିତବର୍ଷ ଯାତ୍ରୀମାନଙ୍କ ସୁବିଧା ଲାଗି ପ୍ରଥମଥର ଲାଗି ରାଜ୍ୟର ପ୍ରଥମ ହଜ୍‌ ହାଉସ୍‌ ଭୁବନେଶ୍ୱର ପୋଖରୀପୁଟଠାରେ ପ୍ରତିଷ୍ଠା କରାଯାଇଛି। ବୁଧବାର ରାଜ୍ୟ ହଜ୍‌ କମିଟି ପକ୍ଷରୁ ସୂଚନା ଭବନଠାରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ହଜ୍‌ ହାଉସ୍‌କୁ ଉଦ୍‌ଘାଟନ କରିବା ସହ ଚଳିତବର୍ଷ ଯାତ୍ରା କରିବାକୁ ଥିବା ହଜ୍‌ ଯାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଲେ, ହଜ୍‌ ହାଉସ୍‌ ପ୍ରତିଷ୍ଠା ଦ୍ୱାରା ହଜ୍‌ ଯାତ୍ରୀଙ୍କ ଯାତ୍ରା ଆହୁରି ସୁଗମ ହେବ। ସଂଖ୍ୟାଲଘୁ ସମ୍ପ୍ରଦାୟର ବିକାଶ ଓ କଲ୍ୟାଣମୂଳକ କାର୍ଯ୍ୟକ୍ରମ ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ସେମାନଙ୍କ ପିଲାଙ୍କ ଶିକ୍ଷାର ବିକାଶ ପାଇଁ ଉଦ୍ଦିଷ୍ଟ ଶିକ୍ଷାନୁଷ୍ଠାନଗୁଡିକର ଉନ୍ନତି ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିବାବେଳେ ଅର୍ବାନ୍‌ ହଷ୍ଟେଲ୍‌ ଓ ଶିକ୍ଷାବୃତ୍ତି ଦେବାର ବ୍ୟବସ୍ଥା କରାଯାଇଛି। ରାଜ୍ୟର ବିଭିନ୍ନ ସହରାଞ୍ଚଳରେ ସଂଖ୍ୟାଲଘୁ ବର୍ଗର ଛାତ୍ରୀଛାତ୍ରଙ୍କ ପାଇଁ ୪୦ଟି ହଷ୍ଟେଲ ନିର୍ମାଣ କରାଯାଉଛି। ଶିକ୍ଷାନୁଷ୍ଠାନରେ ଲାଇବ୍ରେରି, ଅତିରିକ୍ତ ଶ୍ରେଣୀଗୃହ, ଲାବୋରୋଟୋରି ଇତ୍ୟାଦିର ବ୍ୟବସ୍ଥା କରାଯାଇଛି। ସେମାନଙ୍କ ସାମାଜିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ରାଜ୍ୟ ସରକାର ୧୦୦ଟି ବହୁମୁଖୀ ଗୋଷ୍ଠୀ ଅନୁମୋଦନ କେନ୍ଦ୍ର ସ୍ଥାପନ କରିିଛନ୍ତି। ସଂଖ୍ୟାଲଘୁ ବର୍ଗର କଲ୍ୟାଣ ସହିତ ରାଜ୍ୟର ସବୁବର୍ଗର ଲୋକଙ୍କ କଲ୍ୟାଣ ରାଜ୍ୟ ସରକାରଙ୍କ ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ହଜ୍‌ ଯାତ୍ରୀମାନଙ୍କୁ ହଜ୍‌ ସାମଗ୍ରୀ ବା ଟ୍ରାଭେଲ କିଟ୍‌ ବଣ୍ଟନ କରିଥିଲେ। ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ହଜ୍‌ ଯାତ୍ରୀଙ୍କୁ ବିନା ମୂଲ୍ୟରେ ଏହି କିଟ୍‌ ଯୋଗାଇ ଦିଆଯାଇଛି। କାର୍ଯ୍ୟକ୍ରମରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଓ ସଂଖ୍ୟାଲଘୁ ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା, ବିଭାଗୀୟ ସଚିବ କେ. ରଘୁ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri