ମଙ୍ଗଳବାରଠାରୁ ଶ୍ରୀଗୁଣ୍ଡିଚା ମନ୍ଦିରରେ ରାସଲୀଳା

ପୁରୀ ଅଫିସ, ୮ା୭: ନବଦିନାତ୍ମକ ଯାତ୍ରାରେ ଆସି ଚତୁର୍ଦ୍ଧାବିଗ୍ରହ ଆଡପ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଗହଳି ଲାଗୁଛି ଶରଧାବାଲିରେ। ତେବେ ମଙ୍ଗଳବାରଠାରୁ ଶ୍ରୀଗୁଣ୍ଡିଚା ମନ୍ଦିରରେ ଆରମ୍ଭ ହେବ ତିନିଦିଆ ରାସଲୀଳା। ଗୋପୀମାନଙ୍କ ସହିତ ରାସଲୀଳା କରିବେ ମହାପ୍ରଭୁ ଶ୍ରୀଜଗନ୍ନାଥ।
ଏ ସମ୍ପର୍କରେ ଗବେଷକ ଡ. ନରେଶ ଚନ୍ଦ୍ର ଦାଶ କୁହନ୍ତି, ଶ୍ରୀଜଗନ୍ନାଥ ମହାପ୍ରଭୁ ହେଉଛନ୍ତି ସବୁ ଯୁଗର ଦେବତା। ସେ ସତ୍ୟ ଯୁଗର ନୃସିଂହ ଓ ବାମନ। ତ୍ରେତୟା ଯୁଗର ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମ ଆଉ ଦ୍ୱାପର ଯୁଗର ରସରାଜ ଭଗବାନ ଶ୍ରୀକୃଷ୍ଣ। ଗୋପୀମାନଙ୍କ ସହିତ ବୃନ୍ଦାବନରେ ରାସଲୀଳା କରୁଥିଲେ ଭଗବାନ ଶ୍ରୀକୃଷ୍ଣ। ଗୋପୀମାନଙ୍କର ମନକଥା ଜାଣିଥିଲେ ମହାପ୍ରଭୁ ଶ୍ରୀଜଗନ୍ନାଥ। ଭଗବାନଙ୍କୁ କଣ ସୁଖ ଲାଗିବ ସେହିଭଳି କାର୍ଯ୍ୟ କରୁଥିଲେ ଗୋପୀମାନେ। ତେଣୁ ଏଠାରେ ମଧ୍ୟ ଶ୍ରୀଗୁଣ୍ଡିଚା ମଣ୍ଡପ ତିନିଦିନ ଧରି ରାସମଣ୍ଡପରେ ପରିଣତ ହୁଏ। ମହାପ୍ରଭୁ ପତିତପାବନ ଯାତ୍ରା କରିବା ପାଇଁ ଜନ୍ମବେଦୀକୁ ଆସିଥିବା ସମୟରେ ଗୋପୀମାନଙ୍କ ସହିତ ଏହି ମଣ୍ଡପରେ ରାସ ରସରେ ମଗ୍ନ ହୁଅନ୍ତି। ସେଥିପାଇଁ ସାଙ୍ଗରେ ପ୍ରିୟତମା ପତ୍ନୀ ମହାଲକ୍ଷ୍ମୀଙ୍କୁ ଆଣି ନ ଥାନ୍ତି। ତଥାପି ହେରାପଞ୍ଚମୀ ଦିନ ଲକ୍ଷ୍ମୀ ଠାକୁରାଣୀ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ପାଇଁ ଆସିଥାନ୍ତି। ଠାକୁରଙ୍କଠାରୁ ଆଜ୍ଞାମାଳ ପାଇବା ପରେ ପୁନଶ୍ଚ ଶ୍ରୀମନ୍ଦିରକୁ ଫେରିଯାଇଥାନ୍ତି। ଏହା ପରଦିନଠାରୁ ଅର୍ଥାତ୍‌ ଆଷାଢ ଶୁକ୍ଳ ସପ୍ତମୀ, ଅଷ୍ଟମୀ ଓ ନବମୀ ତିନିଦିନ ଶ୍ରୀଗୁଣ୍ଡିଚା ମଣ୍ଡପରେ ଗୋପୀମାନଙ୍କ ସହିତ ରାସଲୀଳା ଅନୁଷ୍ଠିତ ହୋଇଥାଏ। ଏହି ତିନିଦିନ ପ୍ରତ୍ୟହ ସନ୍ଧ୍ୟାଧୂପ ବଢିଲେ ମଦନମୋହନ ଜଗମୋହନ ସିଂହାସନ ଉପରେ ବିଜେ କରନ୍ତି। ସେଠାରେ ଶର୍କରା, କୋରା ଆଦି ଭୋଗ ସର୍ପାମଣୋହୀ ହୁଏ। ଏହାପରେ ବନ୍ଦାପନା କରାଯାଏ। ଏହାକୁ ରାସନୀତି ବୋଲି କୁହାଯାଏ। ଏହିଭଳି ଭାବେ ତିନିଦିନ ଧରି ରାସବିହାରୀ ଶ୍ରୀଜଗନ୍ନାଥ ବର୍ଷାକାଳୀନ ରାସଲୀଳା ଶ୍ରୀଗୁଣ୍ଡିଚା ମଣ୍ଡପରେ କରିଥାନ୍ତି। ମହାପ୍ରଭୁଙ୍କର ଏହି ରାସଲୀଳାକୁ ଯେଉଁମାନେ ଭକ୍ତି ପୂର୍ବକ ଦର୍ଶନ କରନ୍ତି ସେମାନେ ଅନନ୍ତ ପୂଣ୍ୟର ଅଧିକାରୀ ହୋଇଥାନ୍ତି ବୋଲି ବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ ସହ ସଂଘର୍ଷ କରୁଛନ୍ତି ପିଣ୍ଟୁ: ଚିକିତ୍ସା ପାଇଁ ସହଯୋଗର ହାତ ବଢେଇଲା ବିଜେଡି ପ୍ରତିନିଧି ଦଳ

ଗଞ୍ଜାମ, ୨୩।୭: (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତ ଅରଣ ପୁର ଗ୍ରାମର ଅଭି ତରାଇଙ୍କ ପୁଅ ପିଣ୍ଟୁ ତରାଇ ମସ୍ତିଷ୍କ ରୋଗରେ…

୧୦ ଆପାର୍ଟମେଣ୍ଟ, ୨ କିଲୋ ସୁନା, ପୁଳାପୁଳା ଟଙ୍କା: ସରକାରୀ ଇଞ୍ଜିନିୟରଙ୍କ ସମ୍ପତ୍ତି ଜାଣିଲେ ଇଡ଼ିଯିବ ହୋଶ୍‌

ହାଇଦ୍ରାବାଦ,୨୩।୭:ସରକାରୀ ବ୍ୟବସ୍ଥା ମଧ୍ୟରେ ଦୁର୍ନୀତି ଦମନ ପାଇଁ ପ୍ରୟାସ ଜାରି ରହିଥିବା ବେଳେ ଏହା ଥମୁନି। ସରକାରୀ ଅଧିକାରୀମାନେ ଲାଞ୍ଚ ଦେଇ ଅବୈଧ ସମ୍ପତ୍ତି ସଂଗ୍ରହ କରିବାର…

ଖାଇବାକୁ ପାଉନାହାନ୍ତି ଆମିର ଖାନଙ୍କ ଭାଇ, ସ୍ତ୍ରୀ ଆଣିଲେ ଶାରୀରିକ ଶୋଷଣର ଅଭିଯୋଗ

ନୂଆଦିଲ୍ଲୀ,୨୩।୭: ‘କରିଶ୍ମା କା କରିଶ୍ମା’, ‘ଶରାରତ୍’ ଏବଂ ‘ବଡ଼େ ଅଚ୍ଛେ ଲଗତେ ହୈଁ’ ଭଳି ସୋ’ରେ ନିଜ ଭୂମିକା ପାଇଁ ଜଣାଶୁଣା ଅଭିନେତ୍ରୀ ଇଭା ଗ୍ରୋଭର, ନିକଟରେ…

ଗାଁରେ ବଢିଲା ଉତ୍ତେଜନା: ୭ ଆଦିବାସୀ ନେତାଙ୍କୁ ରାତିଅଧିଆ ଉଠାଇନେଲା ପୋଲିସ

ବଲାଙ୍ଗୀର, ୨୩।୭(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆଁପାଲି ଗାଁରେ ଉତ୍ତେଜନା ବଢ଼ିବାରେ ଲାଗିଛି। ବୁଧବାର ବିଳମ୍ବିତ ରାତିରେ ଗାଁର ୭…

୨୦୨୭ରେ ଏହି ୪ ରାଶି ହେବେ ମାଲାମାଲ: ଚାରିଆଡ଼ୁ ମିଳିବ ଶୁଭ ଫଳ

ସନାତନ ଧର୍ମରେ ଶନି ଦେବଙ୍କୁ ନ୍ୟାୟର ଦେବତା ଭାବରେ ପୂଜା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଏହାର…

ଏହିମାନେ ପାଇବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରକାଶ ପାଇଲା ତାଲିକା, ଲିଷ୍ଟରେ ଅଛନ୍ତି…

କେସିଙ୍ଗା,୨୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦିଆଯାଇଥିବାକୁ ନେଇ ଜିଲାପାଳଙ୍କ ନିକଟରେ ଇତିମଧ୍ୟରେ ଅଭିଯୋଗ ହୋଇଛି। ପ୍ରଧାନମନ୍ତ୍ରୀ…

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା

ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri