ମଞ୍ଜୁର ହେଲା ଅର୍ଥ, ବିଦ୍ୟାଳୟ ମରାମତି ନୋହିଲା

ଗଣିଆ,୨।୮(ଡି.ଏନ.ଏ.)-ଫନୀରେ କ୍ଷତିଗ୍ରସ୍ତ ହୋଇଥିବା ଗଣିଆ ବ୍ଲକ ଛାମୁଣ୍ଡିଆସ୍ଥିତ କୁଞ୍ଜବିହାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାତ୍ୟାର ତିନି ମାସ ପରେ ବି ମରାମତି ହୋଇପାରିନି। ଏ ନେଇ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।
ମେ ମାସ ପ୍ରଥମ ସପ୍ତାହରେ ଫନୀ ପ୍ରଭାବରେ ବିଦ୍ୟାଳୟର ଦୁଇ ବଖରା ଆଜବେଷ୍ଟସ୍‌ ଉଡିଯାଇଥିଲା ା ନୂତନ ଆଜବେଷ୍ଟସ୍‌ ପକାଯାଇ ନ ଥିବାବେଳେ ବର୍ଷା ଋତୁରେ ଶ୍ରେଣୀଗୃହଗୁଡିକର ପୁରୁଣା କାନ୍ଥ ବର୍ଷାପାଣି ପଡି ନଷ୍ଟ ହେବାକୁ ବସିଲାଣି ା ଏଭଳି ସ୍ଥିତିରେ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ପାଠପଢିବାରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ଶ୍ରେଣୀଗୃହ ମରାମତି ଦାବିରେ ବିଦ୍ୟାଳୟ ପରିଚାଳନା କମିଟି ଓ ଅଭିଭାବକଙ୍କ ତରଫରୁ ଗତ ଜୁଲାଇ ୮ତାରିଖରେ ଧାରଣା ଦେବା ପାଇଁ ଲିଖିତ ଭାବେ କନ୍ଧମାଳ ଏମପି, ଦଶପଲ୍ଲା ବିଧାୟକ, ନୟାଗଡ ଜିଲାପାଳ, ଗଣିଆ ବିଡିଓ, ବ୍ଲକ ଅଧ୍ୟକ୍ଷ, ଜିଲା ଶିକ୍ଷା ଅଧିକାରୀ ଓ ଛାମୁଣ୍ଡିଆ ସରପଞ୍ଚଙ୍କୁ ଅବଗତ କରାଯାଇଥିଲା। ଫଳରେ ଜୁଲାଇ ମାସ ପ୍ରଥମ ସପ୍ତାହରେ ବିଧାୟକ, ବ୍ଲକ ଅଧ୍ୟକ୍ଷ, ସରପଞ୍ଚ, ବିଡିଓ, ବ୍ଲକ ଶିକ୍ଷା ଅଧିକାରୀ, ବିଦ୍ୟାଳୟ ପରିଦର୍ଶନ କରି ଶ୍ରେଣୀଗୃହ ଗୁଡିକ ଯଥାଶୀଘ୍ର ମରାମତି ପାଇଁ ପ୍ରତିଶ୍ରୁତି ଦେଇଥିଲେ। ପରବର୍ତ୍ତୀ ସମୟରେ ବିଡିଓଙ୍କ ନିର୍ଦ୍ଦେଶକ୍ରମେ ଜୁଲାଇ ୫ତାରିଖ ଚିଠି ନଂ – ୧୭୩୨ ଅନୁଯାୟୀ ଛାମୁଣ୍ଡିଆ ପଞ୍ଚାୟତ କାର୍ଯ୍ୟାଳୟରୁ ଚତୁର୍ଦ୍ଦଶ ଅର୍ଥ କମିଶନ ଯୋଜନାରେ ୨ଲକ୍ଷ ଟଙ୍କା ମଞ୍ଜୁର ହୋଇଛି। ମରାମତି କାର୍ଯ୍ୟକୁ ବିଦ୍ୟାଳୟ ପରିଚାଳନା କମିଟି ଦ୍ୱାରା ସୁଚାରୁ ରୂପେ ସମ୍ପାଦନ କରିବା ପାଇଁ କମିଟି ବୈଠକରେ ନିଷ୍ପତ୍ତି ନିଆଯିବା ସହ ଏହି ପ୍ରସ୍ତାବର ଅବିକଳ ନକଲ ସରପଞ୍ଚଙ୍କୁ ପ୍ରଦାନ କରାଯାଇଥିଲା। ପରେ ବିଦ୍ୟାଳୟ ପରିଚାଳନା କମିଟି ତରଫରୁ ମରାମତି କାର୍ଯ୍ୟ ଆରମ୍ଭ କରାଯାଇଥିଲା । ତେବେ କେତେକ ଠିକାଦାର ମରାମତି କାର୍ଯ୍ୟ କରିବା ପାଇଁ ସରପଞ୍ଚଙ୍କୁ ଜଣାଇଥିଲେ। ଏ ନେଇ ପଞ୍ଚାୟତ କର୍ତ୍ତୃପକ୍ଷ କୌଣସି ନିଷ୍ପତ୍ତି ନ ନେବାରୁ ମରାମତି କାର୍ଯ୍ୟ ନେଇ ବିଦ୍ୟାଳୟ ପରିଚାଳନା କମିଟି ଓ ଠିକାଦାରଙ୍କ ମଧ୍ୟରେ ବିବାଦ ଉପୁଜିଛି। ଏଥିଯୋଗୁ କାର୍ଯ୍ୟଟି ହୋଇ ନ ପାରି ଅଧାପନ୍ତରିଆ ଭାବେ ପଡିରହିଛି ା ତେବେ ଗଣିଆ ବ୍ଲକ ପ୍ରଶାସନ ଓ ଶିକ୍ଷା ବିଭାଗ ବିଦ୍ୟାଳୟ ମରାମତି କାର୍ଯ୍ୟ ସମ୍ପର୍କରେ କୌଣସି ତଦାରଖ କରି ନ ଥିବା ଦେଖାଯାଇଛି । ଏ ନେଇ ସ୍ଥାନୀୟ ସରପଞ୍ଚ ନୀରବ ରହିବା ଯୋଗୁ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇବାରେ ଲାଗିଛି ା ଘଟଣା ସମ୍ପର୍କରେ ଛାମୁଣ୍ଡିଆ ସରପଞ୍ଚ ମଙ୍ଗୁଳୁ ସାହୁଙ୍କୁ ପଚାରିବାରୁ ଉଭୟ ଗୋଷ୍ଠୀଙ୍କ ସହ ଆଲୋଚନା ପରେ ଯାହା ନିଷ୍ପତ୍ତି ନିଆଯିବ ବୋଲି ପ୍ରକାଶ କରିଥିଲେ ା ଅପରପକ୍ଷେ ବିଦ୍ୟାଳୟ ମରାମତି ଭଳି କାର୍ଯ୍ୟରେ ସରପଞ୍ଚ ତତ୍ପରତା ପ୍ରକାଶ କରୁ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଉଛି। ଘଟଣା ସମ୍ପର୍କରେ ଗଣିଆ ବ୍ଲକ ଅଧ୍ୟକ୍ଷ, ବଡିଓ ଦୃଷ୍ଟି ଦେଇ ସମାଧାନ କରିବାକୁ ବିଦ୍ୟାଳୟ ପରିଚାଳନା କମିଟି ଓ ଅଭିଭାବକ ମହଲରୁ ଦାବି ହେଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri