Posted inଖେଳ

ମଞ୍ଜୁଳାମଣି ରାଜ୍ୟ ଓପନ ବ୍ଲିଜ୍‌ ଚେସ୍‌: ସ୍ବୟମ୍ସ ଚାମ୍ପିୟନ

ଭୁବନେଶ୍ୱର, ୧୬।୧୨(କ୍ରୀଡ଼ା ପ୍ରତିନିଧି)- ଏସଆର ଚେସ୍‌ ସେଣ୍ଟର ଓ ଆମ ପରିବାରର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ଜାଭିୟର ଛକସ୍ଥିତ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ରିସର୍ଚ୍ଚ ସେଣ୍ଟର ପରିସରରେ ରବିବାର ମଞ୍ଜୁଳାମଣି ମିଶ୍ର ରାଜ୍ୟ ଓପନ ବ୍ଲିଜ୍‌ ଚେସ୍‌ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇ ଯାଇଛି। ୭ ରାଉଣ୍ଡ ବିଶିଷ୍ଟ ଟୁର୍ନାମେଣ୍ଟରେ ରାଜ୍ୟର ଦ୍ୱିତୀୟ ଗ୍ରାଣ୍ଡମାଷ୍ଟର ସ୍ବୟମ୍ସ ମିଶ୍ର ପୂରା ୭ ପଏଣ୍ଟ ପାଇ ଚାମ୍ପିୟନ ହୋଇଛନ୍ତି। ମନିଷ କୁମାର, ସଞ୍ଜିବନ ନାୟକ, ନୀଲ୍‌ସୁ ପଟ୍ଟନାୟକ, ଏସ. ସତ୍ୟକାମ, ପ୍ରିୟଂଶ ଦାସ, ଦେବୀ ପ୍ରସାଦ ନାୟକ, ରାଜେନ୍ଦ୍ର କୁମାର ସାହୁ ପ୍ରମୁଖ ୬ ପଏଣ୍ଟ ଲେଖାଏ ପାଇଥିବାବେଳେ ଟାଇବ୍ରେକର ପଦ୍ଧତିରେ ଯଥାକ୍ରମେ ଦ୍ୱିତୀୟରୁ ଅଷ୍ଟମ ସ୍ଥାନ ଅଧିକାର କରିଛନ୍ତି। ଜଗଦୀଶ ବାରିକ ଏବଂ ବିବେକ କୁମାର ତିବରଓ୍ବାଲ ୫.୫ ପଏଣ୍ଟ ଲେଖାଏ ହାସଲ କରି ଟପ୍‌-୧୦ ଫିନିଶ୍‌ କରିଛନ୍ତି। ଏହା ବ୍ୟତୀତ ବିଭିନ୍ନ ବୟସ ବର୍ଗରେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଛି। ପୁରସ୍କାର ଭାବରେ ୧୫,୦୦୦ଟଙ୍କାର ଅର୍ଥରାଶି ସହ ଟ୍ରଫି ଏବଂ ସମସ୍ତ ପ୍ରତିଯୋଗୀଙ୍କୁ ରାଜ୍ୟସ୍ତରୀୟ ପ୍ରମାଣପତ୍ର ପ୍ରଦାନ କରାଯାଇଛି।
ଭେଟେରାନ ବର୍ଗରେ ଏସ. ସୁନ୍ଦରରାଜନ, ୬ ବର୍ଷରୁ କମ୍‌ ବୟସ ବର୍ଗରେ ଶୁଭସ୍ମିତା ପ୍ରିୟଦର୍ଶିନୀ ଓ ସ୍ମୃତିରଞ୍ଜନ ସାହୁ, ୭ ବର୍ଷରୁ କମ୍‌ ବୟସ ବର୍ଗରେ ଆର୍ଯ୍ୟନ ବେହେରା ଓ ହର୍ଷିତ ସିଂ, ୯ ବର୍ଷରୁ କମ୍‌ ବିଭାଗରେ ଆଦିତ୍ୟ ବିକ୍ରମ ମିଶ୍ର ଓ ଶ୍ରଦ୍ଧା ମିଶ୍ର, ୧୧ ବର୍ଷରୁ କମ୍‌ରେ କୌସ୍ତୁଭ ଦାଶ ଓ ୟଶିତା ରାଉତ, ୧୩ ବର୍ଷରୁ କମ୍‌ରେ ସୌରଭ କର ଓ ପି. ସାଇରୂପା ଯଥାକ୍ରମେ ବାଳକ ଓ ବାଳିକା ବର୍ଗରେ ଚାମ୍ପିୟନ ହୋଇଥିଲେ। ଏହି ପ୍ରତିଯୋଗିତାରେ ୫୧ ଅନ୍ତର୍ଜାତୀୟ ମାନ୍ୟତାପ୍ରାପ୍ତ ଖେଳାଳିଙ୍କ ସହ ମୋଟ ୧୪୧ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଅଙ୍କିତା ସାହୁ ଶ୍ରେଷ୍ଠ ମହିଳା ଓ ନିପୁନ ଆଦିତ୍ୟ ମହାନ୍ତି ଶ୍ରେଷ୍ଠ ଦିବ୍ୟାଙ୍ଗ ଖେଳାଳିଭାବେ ପୁରସ୍କୃତ ହୋଇଥିଲେ। ରଞ୍ଜନ ମହାପାତ୍ର, ଅଜୟ ନାୟକ ଓ ବିନୋଦିନୀ ମିଶ୍ର ଅତିଥିଭାବେ ଯୋଗଦେଇ ପ୍ରତିଯୋଗିତାକୁ ଉଦ୍‌ଘାଟନ କରିଥିଲେ। ଉଦ୍‌ଯାପନୀ ଉତ୍ସବରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅବକାରୀ ସଚିବ ସୁଶିଲ କୁମାର ଲୋହାନୀ ମୁଖ୍ୟ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲା ଚେସ୍‌ ସଂଘ ସମ୍ପାଦକ ଶୁଭାଶିଷ ପଟ୍ଟନାୟକ, ଏସଆର ଚେସ୍‌ ସେଣ୍ଟରର ସମ୍ପାଦକ ସତ୍ୟରଞ୍ଜନ ପଟ୍ଟନାୟକ, ‘ଆମ ପରିବାର’ ଅନୁଷ୍ଠାନ ପକ୍ଷରୁ ଡ. ନଳିନୀ ପଟ୍ଟନାୟକ, ରାଜନାରାୟଣ ତ୍ରିପାଠୀ, ମହେଶ୍ୱର ବିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ସ୍ବୟମ୍ସଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଅନ୍ତର୍ଜାତୀୟ ଆର୍ବିଟର ତାପସ ମହାନ୍ତି, ଫିଡେ ଆର୍ବିଟର ଜ୍ୟୋତିରଞ୍ଜନ ନନ୍ଦ ପ୍ରତିଯୋଗିତାକୁ ପରିଚାଳନା କରିଥିଲେ। ସତ୍ୟଜିତ ପଟ୍ଟନାୟକ, ପ୍ରଶାନ୍ତ ଜେନା, ଅବିନାଶ ଦାସ, ପ୍ରଣବ ମହାନ୍ତି, ସୂର୍ଯ୍ୟମିତ୍ର ସେନ୍‌ ଏବଂ ଆଶୁତୋଷ ବିଶ୍ୱାଳ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏସିଆ କପ୍‌ ଚାଲିଥିବାବେଳେ ସ୍ମୃତି ମନ୍ଧାନାଙ୍କୁ ମିଳିଲା ବଡ଼ ଖୁସିଖବର

ନୂଆଦିଲ୍ଲୀ,୯।୯: ମହିଳା ଏସିଆ କପରେ ହଂକଂ ବିପକ୍ଷରେ ଏକ ଚମତ୍କାର ଶତକ ମାରିଥିବା ସ୍ମୃତି ମନ୍ଧାନା ICC T20 ରାଙ୍କିଙ୍ଗର ଶୀର୍ଷ ୫ରେ ସ୍ଥାନ ପାଇଛନ୍ତି। ହଂକଂ…

କୋହଲିଙ୍କୁ ପଛରେ ପକାଇଲେ ରୋହିତ! ଟି-୨୦ ଅନ୍ତର୍ଜାତୀୟରେ ଭାରତର ଦ୍ରୁତତମ ଶତକ ଭାବେ ନମ୍ବର-୧, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୯।୯: ଗତ ଦୁଇ ଦଶନ୍ଧି ଧରି କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ହେଉଛି ଟି-୨୦। ପ୍ରାୟ ପ୍ରତି ମାସରେ ବିଶ୍ୱର କୌଣସି ନା କୌଣସି ଦେଶରେ ଟି-୨୦…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…

ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ –…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri