ମଠଖାଇ ମହୋତ୍ସବ ଉଦ୍‌ଘାଟିତ

ବଲାଙ୍ଗୀର ଅଫିସ,୨୦ା୧ : ସର୍ବଭାରତୀୟସ୍ତରୀୟ ବହୁଭାଷୀ ନାଟକ ଉତ୍ସବ ମଠଖାଇ ମହୋତ୍ସବ ରବିବାର ଉଦ୍‌ଘାଟିତ ହୋଇଛି ା ମଠଖାଇ ମହୋତ୍ସବ କମିଟି ଅଧ୍ୟକ୍ଷ ବିଧାୟକ ନରସିଂହ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍‌ଘାଟନୀ ସନ୍ଧ୍ୟା ସଭାରେ ମୁଖ୍ୟଅତିଥି ଭାବେ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଚଳଚ୍ଚିତ୍ର ନିର୍ଦ୍ଦେଶକ ସବ୍ୟସାଚୀ ମହାପାତ୍ର ଯୋଗଦେଇ ମଠଖାଇ ମହୋତ୍ସବର ଜୟଯାତ୍ରା ଉପରେ କହିଥିଲେ ା ମଠଖାଇ ମହୋତ୍ସବ ସର୍ବଭାରତୀୟସ୍ତରରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି ଓ ଏହାରି ମାଧ୍ୟମରେ ସାମାଜିକ ସଂସ୍କାର ଓ ସାଂସ୍କୃତିକ ଉନ୍ନତି ହୋଇ ଚାଲିଛି କହି ଆୟୋଜକମାନଙ୍କୁ ପ୍ରଶଂସା କରିଥିଲେ ା କଳା ଓ ସଂସ୍କୃତିର ଉନ୍ନତି ପାଇଁ ପୃଷ୍ଠପୋଷକତାର ଆବଶ୍ୟକତା ରହିଛି ବୋଲି କହିଥିଲେ। ମଠଖାଇ ମହୋତ୍ସବ ଆୟୋଜନ ପାଇଁ ବିଧାୟକ ମିଶ୍ରଙ୍କୁ ସେ ସାଧୁବାଦ ଜଣାଇଥିଲେ ା ବିଧାୟକ ମିଶ୍ର ସଭାପତୀୟ ଅଭିଭାଷଣ ଦେଇ ସବ୍ୟସାଚୀ ମହାପାତ୍ରଙ୍କ ନିର୍ଦ୍ଦେଶିତ ଶଲାବୁଢ଼ାର ବଦ୍‌ଲା ଚଳଚ୍ଚିତ୍ର ଉପରେ କହି ୧୫୦ତମ ଜୟନ୍ତୀ ବର୍ଷରେ ଏହା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ବୋଲି କହିଥିଲେ ା ହିଂସାର ପ୍ରତିଶୋଧ ଅହିଂସାରେ ନେଇହୁଏ ା ଘୃଣାର ବଦ୍‌ଲା ପ୍ରେମ ଓ ଭଲ ବୋଲି କହିଥିଲେ ା ମଠଖାଇ ମହୋତ୍ସବର ନାଟକ ଜରିଆରେ ସାମାଜିକ ପରିବର୍ତ୍ତନ ଓ ସାଂସ୍କୃତିକ ଉତ୍କର୍ଷତା କାର୍ଯ୍ୟ କରାଯାଉଛି ବୋଲି କହିଥିଲେ ା
ଏହି ଅବସରରେ ବଲାଙ୍ଗୀରର ଆର୍ନ୍ତଜାତିକ କ୍ରୀଡା ପ୍ରତିଭା ପ୍ରଣତୀ ମିଶ୍ରଙ୍କୁ ଉଲ୍ଲେଖନୀୟ କ୍ରୀଡା ଅବଦାନ ପାଇଁ ମଠଖାଇ ସମ୍ମାନ ପ୍ରଦାନ କରାଯାଇଥିଲା ା ସଭାକୁ ରାଜୀବ ଲୋଚନ ଆଚାର୍ଯ୍ୟ ସଂଯୋଜନା କରିଥିବାବେଳେ ରାମଚନ୍ଦ୍ର ସାହୁ ବକ୍ତବ୍ୟ ରଖିଥିଲେ ା ନିଗମାନନ୍ଦ ନାଥ ପ୍ରାରମ୍ଭିକ ବକ୍ତବ୍ୟ ରଖିଥିଲେ ା ସଭା ପ୍ରାରମ୍ଭରୁ ପଞ୍ଚମ ଅନୁଷ୍ଠାନର କଳାକାରମାନେ ପୁତ୍‌ଲିବିହା ନୃତ୍ୟ ନାଟକ ପରିବେଷଣ କରିଥିଲେ ା ଶେଷରେ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ଧନ୍ୟବାଦ ଅର୍ପଣ କରିଥିଲେ ା ପ୍ରଥମ ଦିନର ମଞ୍ଚକୁ ସ୍ବର୍ଗତ କଳାକାର ରାମଚନ୍ଦ୍ର ପ୍ରତିହାରୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯାଇଥିଲା ା ସକାଳ ୮ଟାରେ ମଠଖାଇ ପାହାଡ ପାଦଦେଶରେ ଥିବା ମଠଖାଇ ମନ୍ଦିରରୁ ନାଟ୍ୟ ଜ୍ୟୋତି ଅଣାଯିବା ପରେ ମଠଖାଇ ମହୋତ୍ସବ ଅଧ୍ୟକ୍ଷ ବିଧାୟକ ମିଶ୍ର ଏହାକୁ ଗ୍ରହଣ କରିଥିଲେ ା ଏହାପରେ କୋଶଳ କଳାମଣ୍ଡଳ ପଡିଆ ନୂଆମଞ୍ଚରେ ମଠଖାଇ ଜ୍ୟୋତି ସଂସ୍ଥାପନ କରାଯାଇଥିଲା ା ପୂର୍ବାହ୍ନ ପ୍ରାୟ ୧୦ଟାରୁ କୋଶଳ କଳାମଣ୍ଡଳ ପଡିଆରୁ ଏକ ସାଂସ୍କୃତିକ ଶୋଭାଯାତ୍ରା ବା ଥିଏଟର ମାର୍ଚ୍ଚ ଆରମ୍ଭ ହୋଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri