ମେଡିକାଲ କଲେଜ ଏବଂ ହସ୍ପିଟାଲ ପ୍ରତିଷ୍ଠା ଦାବିରେ ବିକ୍ଷୋଭ

ଦାରିଙ୍ଗବାଡ଼ି,୨୩।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ନାଗରିକ ମଞ୍ଚ ଏବଂ କନ୍ଧମାଳ ମିଳିତ ନାଗରିକ କମିଟି ପକ୍ଷରୁ ଜିଲାରେ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ ପ୍ରତିଷ୍ଠା ଦାବିରେ ପଥପ୍ରାନ୍ତ ସଭା,ଶୋଭାଯାତ୍ରା ସହ ବ୍ଳକ କାର୍ଯ୍ୟାଳୟରେ ବିକ୍ଷୋଭ ପ୍ରଦର୍ଶନ ହୋଇଛି । ଏହାସହ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଛି । ଏହାକୁ ବିଡିଓ ଭକ୍ତବନ୍ଧୁ ଜନାର୍ଦ୍ଦନ ଦଳେଇ ଗ୍ରହଣ କରିବା ସହ ଉଭୟ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳଙ୍କ ନିକଟକୁ ଦାବିପତ୍ର ପଠାଇବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି ।
ପ୍ରକାଶ ଯେ, ଶତାଧିକ ଅଞ୍ଚଳବାସୀ ଏବଂ ବିଭିନ୍ନ ସଂଗଠନର ସଦସ୍ୟମାନେ ଶିବ ମନ୍ଦିର ପ୍ରାଙ୍ଗଣରେ ଏକାଠି ହୋଇଥିଲେ। ସେଠାରୁ ବିରାଟ ଶୋଭାଯାତ୍ରାରେ ଦାରିଙ୍ଗବାଡ଼ି ସହର ପରିକ୍ରମା କରିବା ସହ ଚାରିଛକଠାରେ ପଥପ୍ରାନ୍ତ ସଭା କରାଯାଇଥିଲା। ମେଡିକଲ କଲେଜ ଏବଂ ହସ୍ପିଟାଲର ଆବଶ୍ୟକତା ସମ୍ପର୍କରେ ଲୋକଙ୍କୁ କୁହାଯାଇଥିଲା। ପରେ ବ୍ଳକ କାର୍ଯ୍ୟାଳୟରେ ପହଞ୍ଚି ଦାବିପତ୍ର ପ୍ରଦାନ କରାଯାଇଥିଲା । ଦାବି ପୂରଣ ନ ହେଲେ ଆଗାମୀ ଦିନରେ ବ୍ଳକ ସମେତ ଜିଲାରେ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି। ଏହି ଆନ୍ଦୋଳନରେ ମିଳିତ ନାଗରିକ କମିଟିର ଆବାହକ ଅଶୋକ କୁମାର ପରିଡ଼ା, ଜାଗୃତି ସମ୍ପାଦକ କୈଳାଶ ଚନ୍ଦ୍ର ଦଣ୍ଡପାଟ, ଦାରିଙ୍ଗବାଡ଼ି ନାଗରିକ ମଞ୍ଚର ସଭାପତି ରମେଶ ଚନ୍ଦ୍ର ସାହୁ, ସମ୍ପାଦକ ତଥା ଆଇନଜୀବୀ ହରେନ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri