ମଡେଲ ସିଟି ବ୍ରହ୍ମପୁର, ଛତ୍ରପୁରକୁ ମଡେଲ ଟାଉନ୍‌ ଲକ୍ଷ୍ୟ: ଅନୁଧ୍ୟାନ କଲେ ଉଚ୍ଚସ୍ତରୀୟ କମିଟି

ଛତ୍ରପୁର,୧ା୫(ଡି.ଏନ.ଏ)-ବ୍ରହ୍ମପୁର, ଭୁବନେଶ୍ୱର, ରାଉରକେଲାକୁ ମଡେଲ ସିଟି ଏବଂ ଛତ୍ରପୁର, ଢେଙ୍କାନାଳ ଓ ଯାଜପୁରକୁ ମଡେଲ ଟାଉନ୍‌  କରିବା ପାଇଁ ଲକ୍ଷ୍ୟ ରଖି  ସରକାର ପାଇଲଟ୍‌ ପ୍ରକଳ୍ପ ଆରମ୍ଭ କରିଛନ୍ତି। ବିଶେଷକରି ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନଜିଟି)ଙ୍କ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା ପାଇଁ ହାଇକୋର୍ଟଙ୍କ ଦ୍ୱାରା ନିଯୁକ୍ତ ବର୍ଜ୍ୟବସ୍ତୁ ପରିଚାଳନା ଅନୁଧ୍ୟାନ କମିଟି ଗଠନ କରାଯାଇଛି। ମଙ୍ଗଳବାର ଗଞ୍ଜାମ ଜିଲାର ବ୍ରହ୍ମପୁର ମହାନଗର ନିଗମ ଓ ଛତ୍ରପୁର ଏନଏସିକୁ ହାଇକୋର୍ଟଙ୍କ ଦ୍ୱାରା ନିଯୁକ୍ତ କମିଟି (ବର୍ଜ୍ୟବସ୍ତୁ ପରିଚାଳନା) ଆସି ଅନୁଧ୍ୟାନ କରିଛନ୍ତି। କମିଟିର ଅଧ୍ୟକ୍ଷ ଅବସରପ୍ରାପ୍ତ ଜଷ୍ଟିସ୍‌ ପି. କେ. ମହାନ୍ତିଙ୍କ ନେତୃତ୍ୱରେ ଆସିଥିବା ସଦସ୍ୟମାନେ ଉକ୍ତ ୨ ସହରରେ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ କ’ଣ ସବୁ ପଦକ୍ଷେପ ନିଆଯାଇଛି ଏବଂ ଆଗକୁ କିପରି ପଦକ୍ଷେପ ନିଆଯିବ ସେ ସମ୍ପର୍କିତ ତଥ୍ୟ ସଂଗ୍ରହ କରିଥିଲେ। ରାଜ୍ୟ ପରିବେଶ ବିଭାଗର ସଚିବ ସୁରେଶ ମହାପାତ୍ର, ସ୍ବାସ୍ଥ୍ୟ ବିଭାଗର ସଚିବ ଡ. ପ୍ରମୋଦ କୁମାର ମେହେର୍ଦ୍ଦା , ପ୍ରଦୁଷଣ କଣ୍ଟ୍ରୋଲ ବୋର୍ଡର ନିର୍ଦ୍ଦେଶକ ଦେବୀଦତ୍ତ ବିଶ୍ୱାଳ, ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଡିଆରଡିଏ ପିଡି ସିର୍ଦ୍ଧାର୍ଥ ଶଙ୍କର ସ୍ବାଇଁ, ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ, ଜିଲା ସହରାଞ୍ଚଳ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ସବ୍ୟସାଚୀ ହୋତା, ଜିଲା ମୁଖ୍ୟ ଚିକିସତ୍ାଧିକାରୀ ଡା. ବିଜୟ ପାଣିଗ୍ରାହୀ, ଛତ୍ରପୁର ଏନଏସି ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକ, ପ୍ରଦୂଷଣ କଣ୍ଟ୍ରୋଲ ବୋର୍ଡର ବ୍ରହ୍ମପୁରସ୍ଥିତ ଆଞ୍ଚଳିକ ଅଫିସର ପ୍ରମୁଖ ଉପସ୍ଥିତ ଥିଲେ। ପୂର୍ବାହ୍ନରେ ବ୍ରହ୍ମପୁରରେ ଅନୁଧ୍ୟାନ କରିବା ପରେ ଅପରାହ୍ନରେ ଉକ୍ତ କମିଟିର ଅଧ୍ୟକ୍ଷ ଏବଂ ଅନ୍ୟମାନେ ଛତ୍ରପୁର ଆସିଥିଲେ। ଛତ୍ରପୁରରେ ସେପ୍ଟେଜ୍‌ ପ୍ଲାଣ୍ଟ ପ୍ରତିଷ୍ଠା ହେବ। ସେ ପର୍ଯ୍ୟନ୍ତ ମହୁଡାରେ ଥିବା ପ୍ଲାଣ୍ଟରେ ବର୍ଜ୍ୟବସ୍ତୁ ପକାଯିବ। ଏଥିସହ ଏଠାରେ ୧୦୦ଟି କମ୍ପୋଷ୍ଟ ପିଟ୍‌ ନିର୍ମାଣ ହେବ। ଉକ୍ତ ପିଟ୍‌ରେ ପନିପରିବା ଆଦି ବର୍ଜ୍ୟ ପକାଯିବ। ଛତ୍ରପୁର ଏନଏସି ପକ୍ଷରୁ ପରିବା ମାର୍କେଟ ପରିସରରେ କମ୍ପୋଷ୍ଟ ପିଟ୍‌ ନିର୍ମାଣ କରାଯାଇଥିବା ବେଳେ ମହାବୀର ନଗରରେ ୯ଟି ପିଟ୍‌ ନିର୍ମାଣ ଚାଲିଛି। ଛତ୍ରପୁର ହସ୍ପିଟାଲ ସମ୍ମୁଖରେ ନୂତନ ଶୌଚାଳୟ ନିର୍ମାଣ ହୋଇଛି। ନିର୍ବାଚନ ଆଚରଣ ବିଧି ଉଠିବା ପରେ ଟେଣ୍ଡର କରି ଏହାକୁ କାର୍ଯ୍ୟକ୍ଷମ କରାଯିବ। କମିଟିର ଅଧ୍ୟକ୍ଷ ଏବଂ ଅନ୍ୟମାନେ କମ୍ପୋଷ୍ଟ ପିଟ୍‌ ଓ ଶୌଚାଳୟ ପରିଦର୍ଶନ କରିଥିଲୋ ଏଥିସହ ଛତ୍ରପୁର ସର୍କିଟ୍‌ ହାଉସ ପରିସରରେ ଥିବା ସୁଇମିଂ ପୁଲ୍‌ ମଧ୍ୟ ଅନୁଧ୍ୟାନ କରିଥିଲେ। ଖୁବ୍‌ଶୀଘ୍ର ଛତ୍ରପୁର ଏନଏସି ଓ ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ବର୍ଜ୍ୟବସ୍ତୁ ପରିଚାଳନା ନେଇ ଏକ ଆକ୍ସନ ପ୍ଲାନ୍‌ ପ୍ରସ୍ତୁତ ହେବ। ଏହା ଆଧାରରେ କାର୍ଯ୍ୟ ହେବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ

ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

ଏନସିସି ନାଭାଲ ୱିଙ୍ଗ କ୍ୟାଡେଟ ଚୟନ ଶିବିର: ଯୋଗ୍ୟ ଛାତ୍ରୀଛାତ୍ର ଚୟନ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଏନସିସି ନାଭାଲ ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ…

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…

ଭୁବନେଶ୍ୱରରୁ ଆସିଲା ଦଳୀୟ ସୁପ୍ରିମୋଙ୍କ ଡାକରା, ଶଙ୍ଖଭବନରେ ପହଞ୍ଚିଲେ ଗଞ୍ଜାମ ବିଜେଡି ନେତା, ବଡ଼ଧରଣର…

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଆସୁଛି ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ଚଳଚଞ୍ଚଳ ଶଙ୍ଖଭବନ। ଦଳୀୟ ସଂଗଠନ କିଭଳି ସୁଦୃଢ଼ ହେବ ସେଥିପାଇଁ ଚାଲିଛି ମାନସ ମନ୍ଥନ। ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri